CORONAVIRUS UPDATE: ରାଜ୍ୟରେ ୧୫ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଦିନକୁ ଦିନ ଚିନ୍ତା ବଢ଼ାଉଛି କରୋନା। ରାଜ୍ୟରେ ଗୁରୁବାର ପୁଣି ୪୯୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫ହଜାରକୁ ଟପିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୩୨୨କ୍ୱାରାଣ୍ଟାଇନ୍‌ ସେଣ୍ଟରର ହୋଇଥିବା ବେଳେ ୧୭୨ଲୋକାଲ କେସ୍‌ ରହିଥିବା ଜଣାପଡ଼ିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୨୩ଟି ଜିଲାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲାରେ ସର୍ବାଧିକ ୨୪୬ଜଣ ରହିଛନ୍ତି। ସେହିପରି କଟକରେ ୩୮, ଅନୁଗୋଳରେ ୧, ବାଲେଶ୍ୱରରେ ୨୧, ଭଦ୍ରକ ୭, ବଲାଙ୍ଗୀର ୩, ବୌଦ୍ଧ ୨, ଜଗତସିଂହପୁରରେ ୧, ଯାଜପୁର ୧୫, କଳାହାଣ୍ଡି ୨, କେନ୍ଦ୍ରାପଡ଼ା ୧୧, କେନ୍ଦୁଝର ୧୦, ଖୋର୍ଦ୍ଧା ୬୪, କୋରାପୁଟ ୪, ମାଲକାନଗିରି ୪, ମୟୁରଭଞ୍ଜ ୧୪, ନବରଙ୍ଗପୁର ୪, ନୟାଗଡ଼ ୧୬, ନୂଆପଡ଼ା ୯, ପୁରୀ ୭, ରାୟଗଡ଼ା ୧, ସମ୍ବଲପୁର ୪ ଓ ସୁନ୍ଦରଗଡ଼ ୧୦ଜଣ ରହିଛନ୍ତି। ନୂଆ ଚିହ୍ନଟଙ୍କୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫,୩୯୨କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୪,୮୧୩ଜଣ ଚିକିତ୍ସିତ ହେଉଥିବା ବେଳେ ୧୦,୪୭୬ଜଣ ସୁସ୍ଥ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri