CORONAVIRUS UPDATE: ରାଜ୍ୟରେ ୯୦ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଧୀରେ ଧୀରେ ଉଦ୍‌ବେଗଜନକ ହେବାରେ ଲାଗିଛି। ପ୍ରତିଦିନ ଏଠାରେ ହଜାର ହଜାର ସଂଖ୍ୟାରେ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଗୁରୁବାର ରାଜ୍ୟରେ ପୁଣି ୩୩୮୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୦ ହଜାର ପାର କରିଛି। ତେବେ ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୨୧୨୮ କ୍ୱାରାଣ୍ଟାଇନ୍‌ ସେଣ୍ଟରର ଓ ୧୨୫୬ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୩୦ଟି ଜିଲାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୮୭, କଟକର ୪୯୨ ଓ ସମ୍ବଲପୁରୁ୧୮୨ଜଣ ରହିଛନ୍ତି। ସେହିପରି ଗଞ୍ଜାମ ୧୭୭, ଅନୁଗୋଳ ୧୩, ବାଲେଶ୍ୱର ୧୧୯, ବରଗଡ଼ ୧୫୭, ଭଦ୍ରକ ୮୨, ବଲାଙ୍ଗୀର ୯୯, ବୌଦ୍ଧ ୫, ଦେବଗଡ଼ ୧୬, ଢ଼େଙ୍କାନାଳ ୬୦, ଗଜପତି ୯, ଜଗତସିଂହପୁର ୪୩, ଯାଜପୁର ୧୭୬, ଝାରସୁଗୁଡ଼ା ୯୪, କଳାହାଣ୍ଡି ୨୭, କନ୍ଧମାଳ ୫୮, କେନ୍ଦ୍ରାପଡ଼ା ୭୬, କେନ୍ଦୁଝର ୬୩, କୋରାପୁଟ ୮୯, ମାଲକାନଗିରି ୪୪, ମୟୁରଭଞ୍ଜ ୧୭୭, ନବରଙ୍ଗପୁର ୩୧, ନୟାଗଡ଼ ୭୬, ନୂଆପଡ଼ା ୧୯, ପୁରୀ ୧୨୧, ରାୟଗଡ଼ା ୧୫୪, ସୁବର୍ଣ୍ଣପୁର ୩୭ ଓ ସୁନ୍ଦରଗଡ଼ରୁ ୧୦୧ଜଣ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟଙ୍କୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୦,୯୮୬ରେ ପହଞ୍ଚିଛି। ସେଥିମଧ୍ୟରୁ ୬୨,୮୧୩ ସୁସ୍ଥ ହୋଇଥିବା ବେଳେ ୨୭, ୬୭୨ଜଣ ଚିକିତ୍ସାଧିନ ରହିଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

ବିରାଟଙ୍କୁ ବଡ଼ ଝଟକା, ଶୂନ୍ୟ ରନରେ ଆଉଟ ହେବା ପରେ ତଳକୁ ଖସି ଆସିଛନ୍ତି କୋହଲି, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୭।୧୦: ଭାରତର ଷ୍ଟାର୍‌ ବ୍ୟାଟର ବିରାଟ କୋହଲିଙ୍କୁ ନିକଟରେ ୱେଷ୍ଟଇଣ୍ଡିଜ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଖେଳୁଥିବାର ଦେଖିବାକୁ ମିଳିଥିଲା। କୋହଲି ପ୍ରଥମ ମ୍ୟାଚରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?