CORONAVIRUS UPDATE: ରାଜ୍ୟରେ ୩୦ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ହୁ ହୁ ହୋଇ କରୋନା ଭାଇରସ୍‌ ସଂକ୍ରମଣ ବ୍ୟାପିବାରେ ଲାଗିଛି। ଯାହା ଏବେ ପ୍ରଶାସନ ପାଇଁ ଚିନ୍ତାର କାରଣ ପାଲଟିଛି। ରାଜ୍ୟରେ ଗୁରୁବାର ପୁଣି ୧୨୦୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦ହଜାର ପାର କରିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୭୫୮ କ୍ୱାରାଣ୍ଟାଇନ୍‌ ସେଣ୍ଟରର ଓ ୪୪୫ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୮ଟି ଜିଲାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ସର୍ବାଧିକ ଗଞ୍ଜାମ ଜିଲାର ୨୫୦ ଓ ଖୋର୍ଦ୍ଧାର ୨୨୦ ରହିଛନ୍ତି। ସେହିପରି କଟକରୁ ୯୭, ଅନୁଗୋଳ ୧୫, ବାଲେଶ୍ୱର ୨୦, ବରଗଡ଼ ୧୨, ଭଦ୍ରକ ୫୩, ବଲାଙ୍ଗୀର ୬, ବୌଦ୍ଧ ୩, ଦେବଗଡ଼ ୮, ଢ଼େଙ୍କାନାଳ ୩, ଗଜପତି ୭୨, ଜଗତସିଂହପୁର ୮, ଯାଜପୁର ୪୬, କଳାହାଣ୍ଡି ୪, କନ୍ଧମାଳ ୧୪, କେନ୍ଦ୍ରାପଡ଼ା ୧୪, କେନ୍ଦୁଝର ୧୧, କୋରାପୁଟ ୬୬, ମାଲକାନଗିରି ୬୫, ମୟୁରଭଞ୍ଜ ୧୬, ନବରଙ୍ଗପୁର ୪, ନୟାଗଡ଼ ୨୪, ପୁରୀ ୯, ରାୟଗଡ଼ା ୪୫, ସମ୍ବଲପୁର ୪୦, ସୋନପୁର ୪ ଓ ସୁନ୍ଦରଗଡ଼ ଜିଲାରୁ ୭୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟଙ୍କୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦,୩୭୮କୁ ବୃଦ୍ଧି ହୋଇଛି। ସେଥିମଧ୍ୟରୁ ୧୮,୯୩୮ ସୁସ୍ଥ ହୋଇଥିବା ବେଳେ ୧୧,୨୩୫ ଚିକିତ୍ସାଧିନ ରହିଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧବାର ବରଗଡ଼ରେ ସ୍କୁଲ ଛୁଟି, ଜିଲା ଶିକ୍ଷା ବିଭାଗର ଘୋଷଣା:

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ)- ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ବରଗଡ଼ ଜିଲାର ସମସ୍ତ ସ୍କୁଲକୁ ଆସନ୍ତାକାଲି ଅର୍ଥାତ୍ ବୁଧବାର ବନ୍ଦ ରଖିବାକୁ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି…

ବଢୁଛି ବୈତରଣୀ ଜଳସ୍ତର: ବନ୍ୟା ଆଶଙ୍କାରେ ହାଟଡିହୀର ୯ ପଞ୍ଚାୟତବାସୀ, ସ୍ଥାନାନ୍ତର ହେଲେଣି…

ହାଟଡିହୀ/ଛେନାପଦୀ,୨୮।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦୁଇ ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିବା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବୈତରଣୀ ନଦୀର ଜଳସ୍ତର…

ସରକାରଙ୍କୁ ପୁଣି ବଡ଼ ଆନ୍ଦୋଳନର ଧମକ ଦେଲେ ଅଭିଜିତ ଦିପ୍‌କେ, କହିଲେ ସର୍ତ୍ତ ନ ରଖିଲେ…

ନୂଆଦିଲ୍‌ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜିତ୍ ଦୀପକେ ପୁଣି ଥରେ ଆନ୍ଦୋଳନର ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ପୋଲିସ ପକ୍ଷରୁ…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

ଛାତ୍ର ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ଗିରଫ ଛାତ୍ରଙ୍କୁ ମୁକ୍ତ କର…

ନୂଆଦିଲ୍‌ଲୀ,୨୮।୭: ମଙ୍ଗଳବାର, ସୁପ୍ରିମକୋର୍ଟ ଛାତ୍ର ପ୍ରଦର୍ଶନରେ ସାମିଲ ଥିବା ପ୍ରତିବାଦକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ବିଭିନ୍ନ ଆବେଦନର ଶୁଣାଣି ସମୟରେ, କୋର୍ଟ କହିଛନ୍ତି ଯେ ଦିଲ୍ଲୀର…

ସଂସଦରେ ପ୍ରିୟଙ୍କାଙ୍କୁ କଟାକ୍ଷ କଲେ ରିଜିଜୁ; ‘ରାହୁଲଙ୍କ ଭାଷଣ ଚୋରି କରିଦେଲେ…

ନୂଆଦିଲ୍ଲୀ,୨୮।୭: ମଙ୍ଗଳବାର ଲୋକ ସଭାରେ ପେପର ଲିକ ବିରୋଧୀ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଧ୍ୟ କଂଗ୍ରେସ ଦଳ ପକ୍ଷରୁ ଭାଷଣ ଦେଇଥିଲେ।…

ପାଲଲହଡ଼ା-ବାଉଁଶଯୋଡ଼ା ବ୍ରିଜରେ ୫ ଫୁଟ ବନ୍ୟା ପାଣି

ଭୁବନେଶ୍ୱର,୨୮।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଯୋଗୁ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଲଗାଣ ବର୍ଷା ଯୋଗୁ ପାଲଲହଡ଼ା-ବାଉଁଶଯୋଡ଼ା ନଦୀ ବ୍ରିଜ ଉପରେ…

ସରକାରଙ୍କ ବଡ଼ ଘୋଷଣା ରାକ୍ଷୀ ପୂର୍ଣ୍ଣିମାଠାରୁ ପ୍ରତି ମାସରେ ମହିଳାଙ୍କ ଖାତାକୁ ଆସିବ ୨୫୦୦ଟଙ୍କା

ନୂଆଦିଲ୍ଲୀ,୨୮।୭: ରକ୍ଷା ବନ୍ଧନ ପୂର୍ବରୁ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କ୍ୟାବିନେଟ ନିଷ୍ପତ୍ତି ମାଧ୍ୟମରେ ଦିଲ୍ଲୀର ଭଉଣୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri