CORONAVIRUS UPDATE: ରାଜ୍ୟରେ ୨୪ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୫।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ହୁ ହୁ ହୋଇ ବଢ଼ିବାରେ ଲାଗିଛି। ରାଜ୍ୟରେ ଶନିବାର ପୁଣି ୧୩୨୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪ହଜାର ପାର କରିଛି। ନୂଆ ଚିହ୍ନଟଙ୍କ ମଧ୍ୟରୁ ୮୮୭ କ୍ୱାରାଣ୍ଟାଇନ୍‌ ସେଣ୍ଟର ଓ ୪୩୩ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୪ଟି ଜିଲାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଗଞ୍ଜାମ ୫୬୦ ଓ ଖୋର୍ଦ୍ଧାରୁ ୧୭୪ ରହିଛନ୍ତି। ସେହିପରି ଗଜପତି ଓ ପୁରୀରୁ ୯୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୭, ଅନୁଗୋଳ ୬, ବାଲେଶ୍ୱର ୨୩, ବରଗଡ଼ ୧୪, ଭଦ୍ରକ ୨୮, ବଲାଙ୍ଗୀର ୯, ଦେବଗଡ଼ ୧, ଜଗତସିଂହପୁର ୩, ଯାଜପୁର ୨୩, ଝାରସୁଗୁଡ଼ା ୨, କଳାହାଣ୍ଡି ୧, କନ୍ଧମାଳ ୩୯, କେନ୍ଦ୍ରାପଡ଼ା ୧, କେନ୍ଦୁଝର ୨୪, କୋରାପୁଟ ୩୦, ନୟାଗଡ଼ ୩୮, ନୂଆପଡ଼ା ୪, ରାୟଗଡ଼ା ୬୫, ସୋନପୁର ୧, ସୁନ୍ଦରଗଡ଼ର ୪୭ଜଣ ରହିଛନ୍ତି। ନୂଆ ଚିହ୍ନଟଙ୍କୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪୦୧୩ରେ ପହଞ୍ଚିଛି। ସେଥିମଧ୍ୟରୁ ୧୫୨୦୦ ସୁସ୍ଥ ହୋଇଥିବା ବେଳେ ବର୍ତ୍ତମାନ ୮୬୫୦ଜଣ ଚିକିତ୍ସାଧିନ ରହିଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର, ୨୮।୯: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ ଦଳୀୟ…

ସୁଶାନ୍ତ ସିଂଙ୍କ ପୋଷ୍ଟମର୍ଟମକୁ ନେଇ ଭଉଣୀ ଶ୍ୱେତାଙ୍କ ନୂଆ ଦାବି, ଆଖିରେ ଆଘାତ….

ବଲିଉଡ୍‌ର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୬ ବର୍ଷରୁ ଅଧିକ ସମୟ ବିତିଥିଲେ ମଧ୍ୟ ମାମଲାଟି ପୁଣିଥରେ ଚର୍ଚ୍ଚାକୁ ଆସିଛି । ସୁଶାନ୍ତଙ୍କ ଭଉଣୀ…

ଷ୍ଟାଡିୟମରୁ ଚୋରି ହୋଇଗଲା ଭାରତୀୟ ଖେଳାଳିଙ୍କ ଦାମୀ ବ୍ୟାଟ୍! ଭିଡିଓ କରି କହିଲେ…

ନୂଆଦିଲ୍ଲୀ,୨୮ା୯: ଭାରତୀୟ କ୍ରିକେଟର ଦୀପକ ଚହରଙ୍କ ୩ଟି କ୍ରିକେଟ୍‌ ବ୍ୟାଟ୍‌ ଗ୍ରାଉଣ୍ଡରୁ ଚୋରି ହୋଇଥିବା ଜଣାପଡ଼ିଛି । ଚୋରି ହୋଇଥିବା ବ୍ୟାଟ୍‌ଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ଦେଢ଼…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

ସ୍କୁଲ ଯିବା ବାଟରେ ସ୍କୁଟି ଆଗକୁ ଆସିଗଲା ଛେଳି, ଦୁର୍ଘଟଣାରେ ଚାଲିଗଲା ଶିକ୍ଷୟିତ୍ରୀଙ୍କ ଜୀବନ

ବାସୁଦେବପୁର,୨୮ା୯(କାଳି ପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ମନ୍ଦାରୀ ବନ୍ଧ ମୁଣ୍ଡ ପୋଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଉଛନ୍ତି ବାସୁଦେବପୁର ପୌରାଞ୍ଚଳ…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…

ରେକର୍ଡ ଭାଙ୍ଗିବା ପରେ ମୁହଁ ଖୋଲିଲେ କୋହଲି, ଗିଲ୍‌ଙ୍କ କ୍ୟାପ୍ଟେନ୍ସିକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୨୮ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଦମଦାର ପ୍ରଦର୍ଶନ କରିଛନ୍ତି ଟିମ୍‌ ଇଣ୍ଡିଆର ଷ୍ଟାର ବ୍ୟାଟର ବିରାଟ କୋହଲି । ମାତ୍ର ୮୮ ବଲ୍‌ରୁ ୧୩୯ ରନ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?