CORONAVIRUS UPDATE: ଆଉ ୧୦୮ ପଜିଟିଭ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୧୬୩ ଛୁଇଁଲା

ଭୁବନେଶ୍ୱର, ୧୬।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୦୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା୪୧୬୩କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ କ୍ୱାରାଣ୍ଟାଇନ ସେଣ୍ଟରରୁ ୯୫ ଜଣ ଚିହ୍ନଟ ହୋଇଥିବା ବେଳେ ୧୩ଜଣ ସ୍ଥାନୀୟ ଅଞ୍ଚଳରୁ ସଂକ୍ରମିତ ହୋଇଛନ୍ତି।
ନୂଆ ୧୦୮ ସଂକ୍ରମିତଙ୍କ ମଧ୍ୟରୁ ମାଲକାନଗିରିରୁ ସର୍ବାଧିକ ୨୧ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୧୫, ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ାରୁ ୯ ଜଣ ଲେଖାଏ, ଗଞ୍ଜାମ ୮, ଗଜପତି ଓ ଖୋର୍ଦ୍ଧାରୁ ୭ ଜଣ ଲେଖାଏ କେନ୍ଦୁଝର ୫, ବାଲେଶ୍ୱର ୪, ସୁନ୍ଦରଗଡ଼ ୨, କଟକ, କଳାହାଣ୍ଡି, ବରଗଡ଼, ବଲାଙ୍ଗୀର ଓ ଅନୁଗୋଳରୁ ଜଣେ ଲେଖାଏ ଚିହ୍ନଟ ହୋଇଛନ୍ତି। ବାତ୍ୟା ‘ଅମ୍ଫନ’ ଉଦ୍ଧାର କାର୍ଯ୍ୟ ସାରି କୋଲକାତାରୁ ଫେରିଥିବା ଆଉ ୧୬ ଅଗ୍ନିଶମ କର୍ମଚାରୀ ମଧ୍ୟ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି।

ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୪୧୬୩ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୨୯୫ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୨୮୫୪ ଜଣ ସୁସ୍ଥ ହୋଇଥିବା ବେଳେ ୧୧ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ…

ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ.…

ମମତାଙ୍କ କୋଳ ଶୂନ୍ୟ କରିଦେଲା ଋଷିକୁଲ୍ୟା: ଖେଳିଗଲା ଶୋକର ଛାୟା

ପୁରୁଷୋତ୍ତମପୁର,୧୯।୯ (ସବିତା ମିଶ୍ର): ଗଣେଶ ମୂର୍ତ୍ତି ବିସର୍ଜନବେଳେ ଋଷିକୁଲ୍ୟା ନଦୀରେ ଭାସିଯାଇ ନିଖୋଜ ହୋଇଥିବା ଛାତ୍ର ସୁମିତ କୁମାର ମିଶ୍ରଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ପୁରୁଷୋତ୍ତମପୁର…

ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍‌ରେ କଲେ ଏମିତି କାରନାମା

ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ପ୍ରଥମଥର…

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ଇଣ୍ଡୋନେସିଆକୁ ମିଳିଲା ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର

ଜାକର୍ତ୍ତା, ୧୯।୯: ଇଣ୍ଡୋନେସିଆକୁ ଶୁକ୍ରବାର ଏହାର ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର ମିଳିଛି । ରାଷ୍ଟ୍ରପତି ପ୍ରଭୋବୋ ସୁବିଆଣ୍ଟୋଙ୍କ ସରକାର ଦେଶର ପୁରୁଣା ସେନାକୁ ଆଧୁନିକୀକରଣ କରିବା ଏବଂ…

ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ

ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?