CORONAVIRUS UPDATE: ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩କୁ ବୃଦ୍ଧି: ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୫।୫(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ଜଣଙ୍କ ଗଞ୍ଜାମର ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ଗଞ୍ଜାମରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩କୁ ବୃଦ୍ଧି ପାଇଛି। ଗଞ୍ଜାମରେ ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣଙ୍କ ୧୮ବର୍ଷୀୟ ଯୁବକ ହୋଇଥିବା ବେଳେ ସେ ସୁରଟ ଫେରନ୍ତା ବୋଲି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ସୁରଟରୁ ଫେରିବା ପରେ ଯୁବକ ଜଣଙ୍କ ସରକାରୀ କ୍ୱାରାଣ୍ଟାଇନ୍‌ରେ ରହିଥିଲେ। ନମୂନା ଯାଞ୍ଚ ପରେ ତାଙ୍କ ରିପୋର୍ଟ କରୋନା ପଜିଟିଭ୍‌ ବାହାରିଛି। ତେବେ ଉକ୍ତ ଆକ୍ରାନ୍ତ ଯୁବକ କାହା କାହା ସଂସ୍ପର୍ଶରେ ଆସିଛନ୍ତି ସେନେଇ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି ବୋଲି ସୂଚନା ରହିଛି। ନୂଆ ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୧୭୦ରେ ପହଞ୍ଚିିଛି। ସେମାନଙ୍କ ମଧ୍ୟରୁ ୧୦୯ଜଣଙ୍କ ଚିକିତ୍ସା ଚାଲିଥିବା ବେଳେ ୬୦ଜଣ ସୁସ୍ଥ ଏବଂ ଜଣଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା 

ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ, ବାହାରିଲା ଏତେ ପରିମାଣର ନଗଦ ଟଙ୍କା

ଭୁବନେଶ୍ୱର,୮।୪: ଭିଜିଲାନ୍ସ ଜାଲରେ କେନ୍ଦ୍ରୀୟ ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତି। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଯନ୍ତ୍ରୀ ରାଜେଶ ଚନ୍ଦ୍ର…

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ପାଲଟିଛି ମରଣଯନ୍ତା: ମରାମତି ଦାବିରେ ଗ୍ରାମବାସୀଙ୍କ ଧାରଣା

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି ପାଇଁ…

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…

ମଣିପୁର ପାଇଁ ସମୟ ନାହିଁ

କିଛି ଦିନର ବ୍ୟବଧାନ ପରେ ଭାରତର ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ସଦ୍ୟ ହିଂସା ଦେଖାଦେଇଛି। ବିଷ୍ଣୁପୁର ଜିଲାର ମୋଇରାଙ୍ଗ ତ୍ରୋଙ୍ଗଲାଓବି ଅଞ୍ଚଳରେ ୬ ଏପ୍ରିଲରେ ଉଗ୍ରବାଦୀଙ୍କ ବୋମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri