CORONAVIRUS UPDATE: ମାସକରେ ୧୨ ଜିଲାରେ ୧୩୮ ସଂକ୍ରମିତ

ଭୁବନେଶ୍ୱର,୩୦ା୪(ବ୍ୟୁରୋ): କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣ ରାଜ୍ୟ ସରକାରଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି। ଏହାକୁ ରୋକିବା ସରକାରଙ୍କ ପକ୍ଷେ ବେଳକୁ ବେଳ ମୁସ୍କିଲ ହୋଇପଡୁଛି। ସରକାର ଯେତେ ଯାହା ପଦକ୍ଷେପ ନେଲେ ବି ଏହି ରୋଗ ନିୟନ୍ତ୍ରଣକୁ ଆସୁ ନାହିଁ। ଦିନକୁ ଦିନ ଏହା ବଢି ବଢି ଚାଲିଛି। ମାର୍ଚ୍ଚ ୩୧ ତାରିଖରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ଥିଲା। ମାସକ ପରେ ଏହି ସଂଖ୍ୟା ୧୪୨ରେ ପହଞ୍ଚିଛି। ଅର୍ଥାତ ୧ ମାସ ମଧ୍ୟରେ ୧୩୮ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯଦିଓ ଦେଶ କିମ୍ବା ଅନ୍ୟ ରାଜ୍ୟ ତୁଳନାରେ ଏହା କମ୍‌ ତେବେ ଓଡ଼ିଶା ଭଳି ରାଜ୍ୟ ପାଇଁ ଏହା ଗମ୍ଭୀର ସ୍ଥିତି ସୃଷ୍ଟି କରିବାକୁ ଯାଉଛି। ଲକ୍‌ଡାଉନ ଉଠିବା ପରେ ଅନ୍ୟ ରାଜ୍ୟରୁ ଲୋକମାନେ ଓଡିଶାକୁ ଫେରିବେ। ଏହି ମହାମାରୀ ରୋଗ ଆହୁରି ଅଧିକ ସଂକ୍ରମଣ ହେବା ଆଶଙ୍କାକୁ ଏଡାଯାଇ ନ ପାରେ । ମାସକ ପୂର୍ବରୁ କରୋନା ଭୂତାଣୁ ସଂକ୍ରମଣ ଖୋର୍ଦ୍ଧା ଜିଲାର ଭୁବନେଶ୍ୱରରୁ ୩ ଜଣ ଓ ଭଦ୍ରକ ସହରର ଜଣଙ୍କୁ ମିଶାଇ ୪ ଜଣ ଥିଲା। ଗତ ମାସକ ମଧ୍ୟରେ ଏହି ମହାମାରୀ ୧୪ଟି ଜିଲାରେ ପାଦ ଥାପି ସାରିଲାଣି। ସେଗୁଡ଼ିକ ହେଲା ଖୋର୍ଦ୍ଧା, ଭଦ୍ରକ ସମେତ ବାଲେଶ୍ୱର, ଯାଜପୁୁର, କେନ୍ଦ୍ରାପଡ଼ା, ସୁନ୍ଦରଗଡ, କଳାହାଣ୍ଡି, କଟକ, ପୁରୀ, ଢେଙ୍କାନାଳ, କୋରାପୁଟ, କେନ୍ଦୁଝର, ଦେବଗଡ ଏବଂ ଝାରସୁଗୁଡା। ଗତ ସପ୍ତାହରେ କୋରାପୁୁଟ, କେନ୍ଦୁଝର, ଝାରସୁଗୁଡା ଓ ଦେବଗଡକୁ ଗ୍ରୀନ ଜୋନରେ ରଖାଯାଇଥିଲା। ଏବେ ଏହି ସବୁ ଜିଲା ରେଡ ଜୋନରେ ଯୋଡି ହୋଇଯାଇଛି।ରାଜ୍ୟ ବାହାରୁ ଆସୁଥିବା ଲୋକମାନଙ୍କର ଯଦି ଠିକ୍‌ ଭାବେ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ପାରିବ ତେବେ ସଂକ୍ରମଣ ଆଶଙ୍କାକୁ ବହୁ ମାତ୍ରାରେ ରୋକାଯାଇ ପାରିବ ବୋଲି ସ୍ବାସ୍ଥ୍ୟ ବିଶାରଦ ମତ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri