CORONAVIRUS UPDATE: ରାଜ୍ୟରେ ଆଉ ୮୨ କରୋନା ପଜିଟିଭ୍‌ ଚିହ୍ନଟ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୭୮କୁ ବୃଦ୍ଧି

ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟରେ କରୋନା ଭାଇରସ୍‌ ସଂକ୍ରମଣ ଅଣାୟତ ହେବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମଙ୍ଗଳବାର ସକାଳେ ରାଜ୍ୟରେ ୧୦୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୧୦୨ ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସୋମବାର ସନ୍ଧ୍ୟାରେ ଜଗତସିଂହପୁରରେ ୨୦ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୭୮ରେ ପହଞ୍ଚିଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ୯୭ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରର ହୋଇଥିବା ବେଳେ ୫ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ନୂଆ କରୋନା ପଜିଟିଭ୍‌ଙ୍କ ମଧ୍ୟରେ ଯାଜପୁରରେ ସର୍ବାଧିକ ୩୧, ଜଗତସିଂହପୁରରେ ୩, ଭଦ୍ରକ ୨୧, କେନ୍ଦ୍ରପଡ଼ାରେ ୮, କଟକ ୪, ଖୋର୍ଦ୍ଧା ୪, ପୁରୀ ୪, ଅନୁଗୋଳ ୨, ବାଲେଶ୍ୱର୨, ସମ୍ବଲପୁର ୨ ଓ ନୟାଗଡ଼ରେ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଏବେ ୬୯୬ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ୨୭୭ଜଣ ସୁସ୍ଥ ଓ ୫ଜଣଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଧ୍ୟାରେ ଆଇନ ଶୃଙ୍ଖଳା ଆଲୋଚନା, ରାତିରେ ବଦଳି: ବଦଳିଲେ ୧୦ ଜିଲାର ଆଇପିଏସ୍‌ ଅଫିସର

ଭୁବନେଶ୍ବର, ୨୪।୫(ସୁନିତ୍‌ ମିଶ୍ର): ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ଆଲୋଚନାକରିବା ପରେ ରାତିରେ ଆଇପିଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ…

୩ ବର୍ଷ ପୂର୍ବେ ବିବାହ କରିଥିଲେ ପୁଅ ଅକାଳରେ ଚାଲିଗଲା ଜୀବନ: ଶେଷକୁ ବାପା କରିଦେଲେ ଏମିତି କାମ …

ଦଶରଥପୁର,୨୪।୫(ସୁଶାନ୍ତ କୁମାର ବେହୁରିଆ): ରୋଜଗାରିଆ ପୁଅର ଅକାଳ ମୃତ୍ୟୁକୁ ସହ୍ୟ କରିପାରିଲେନି ବାପା। ବେକରେ ଗାମୁଛା ଭିଡ଼ି ଆତ୍ମହତ୍ୟା କରିଦେଲେ। ଏଭଳି ଦୁଃଖଦ ଘଟଣା ଯାଜପୁର ଜିଲା…

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri