CORONAVIRUS UPDATE: ରାଜ୍ୟରେ ଆଉ ୮୦ କରୋନା ପଜିଟିଭ୍‌ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୯କୁ ବୃଦ୍ଧି

ଭୁବନେଶ୍ୱର,୨୩।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ହୁ ହୁ ହୋଇ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଶନିବାର ସକାଳେ ରାଜ୍ୟରେ ଆଉ ୮୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୯କୁ ବୃଦ୍ଧି ହୋଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରେ ସର୍ବାଧିକ ୧୯, ଯାଜପୁରରେ ୧୪, ପୁରୀ ୧୭, ବାଲେଶ୍ୱର ୩, କଟକ ୧, ସୁନ୍ଦରଗଡ଼ ୫, ନୟାଗଡ଼ ୫, ବଲାଙ୍ଗୀର ୧, ମାଲକାନଗିରି ୫, କନ୍ଧମାଳ ୨, ଝାରସୁଗୁଡା ୩, ଗଜପତି ୪, ନବରଙ୍ଗପୁର ୧। ପ୍ରଥମ ଥର ଗଜପତି ଓ ନବରଙ୍ଗପୁର ଦୁଇ ନୂଆ ଜିଲାକୁ କରୋନା ବ୍ୟାପିଛି। ସୂଚନା ମୁତାବକ ଚିହ୍ନଟ ହୋଇଥିବା ୮୦ ଆକ୍ରନ୍ତଙ୍କ ମଧ୍ୟରୁ ୭୧ଜଣ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୨ଜଣ ହୋମ୍‌ କ୍ୱାରାଣ୍ଟାଇନ୍‌ ଏବଂ ଅନ୍ୟ ୭ଟି ଲୋକାଲ କେସ୍‌ ଥିବା ଜଣାପଡ଼ିଛି। ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୯ହୋଇଥିବା ବେଳେ ସେଥିମଧ୍ୟରୁ ୮୨୬ ଚିକିତ୍ସିତ, ୪୩୬ ସୁସ୍ଥ ଓ ୭ଜଣ ମୃତ୍ୟୁ ଘଟିଛି ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ-କଲେଜ ଛୁଟି ଘୋଷଣା

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ବଢ଼ି ଚାଲିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଗତ ୪ ଦିନ ହେବ ଜିଲାରେ ପ୍ରାୟ ୪୧ରୁ ୪୨ ଡିଗ୍ରୀ ଉପରେ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ଇରାନର ବଡ଼ ଘୋଷଣା: ହର୍ମୁଜକୁ ସମ୍ପୂର୍ଣ୍ଣ ଖୋଲିଦେଇ କହିଲା ଏଥର…

ତେହରାନ,୧୭ା୪: ଇସ୍ରାଏଲ-ଲେବାନନ ଅସ୍ତ୍ରବିରତି ପରେ ବଡ଼ ଘୋଷଣା କରିଛି ଇରାନ। ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଖୋଲି ଦେଇଥିବା କହିଛନ୍ତି ଇରାନର ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଆରାଘଚି।…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

ସିବିଏସ୍‌ଇ ଦଶମ ପରୀକ୍ଷା ଫଳ : ୧୦ ସଫଳ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା କଲା ଜିଲା ପ୍ରଶାସନ

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ସିବିଏସ୍‌ଇ ଦଶମ ଶ୍ରେଣୀ ୨୦୨୬ ପରୀକ୍ଷାରେ ନୂଆପଡ଼ା ଜିଲାର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଏହି…

୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri