CORONAVIRUS UPDATE: ରାଜ୍ୟରେ ପୁଣି ୨୮୨ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୫,୭୫୨ରେ ପହଞ୍ଚିଲା

ଭୁବନେଶ୍ୱର, ୨୪।୬(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୨୮୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୭୫୨ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୫୬ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୬ ଲୋକାଲ କେସ୍‌ ରହିଛି।
ତେବେ ନୂଆ ୨୮୨ ସଂକ୍ରମିତଙ୍କ ମଧ୍ୟରୁ ଗଜପତି ଜିଲାରୁ ସର୍ବାଧିକ ୭୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଗଞ୍ଜାମ ୭୫, ଖୋର୍ଦ୍ଧା ୨୬, ଝାରସୁଗୁଡ଼ା ୨୩, ବାଲେଶ୍ୱର ୩, କଟକ ୪, ଯାଜପୁର ୬, ପୁରୀ ୯, ଅନୁଗୋଳ ୧, ଜଗତ୍‌ସିଂପୁର ୧୧, କନ୍ଧମାଳ ୧୭, ସୁନ୍ଦରଗଡ଼ ୧, ସମ୍ବଲପୁର ୧୩, ବଲାଙ୍ଗୀର ୧, ମୟୂରଭଞ୍ଜ ୬, କୋରାପୁଟ ୧, ନୟାଗଡ଼ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ବାତ୍ୟା ‘ଅମ୍ଫନ’ ଉଦ୍ଧାର କାର୍ଯ୍ୟ ସାରି କୋଲକାତାରୁ ଫେରିଥିବା ଆଉ ୮ କର୍ମଚାରୀ ମଧ୍ୟ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୫,୭୫୨ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୭୪୦ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୩୯୮୮ଜଣ ସୁସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶର ପଞ୍ଚମ ସର୍ବାଧିକ ମହଙ୍ଗା ରାଜ୍ୟରେ ପରିଣତ ହୋଇଛି ଓଡ଼ିଶା; ଚିନ୍ତା ବଢ଼ାଇଛି ଚିନି-ପିଆଜର ଦର ବୃଦ୍ଧି

ନୂଆଦିଲ୍ଲୀ/ଭୁବନେଶ୍ୱର,୧୫।୯: ଓଡ଼ିଶା ଦେଶର ଅନ୍ୟତମ ମହଙ୍ଗା ବଜାର ଭାବରେ ଉଭା ହୋଇଛି। କ୍ରମାଗତ ଭାବେ ବୃଦ୍ଧି ପାଉଥିବା ମୂଲ୍ୟ ଯୋଗୁ, ଅଗଷ୍ଟ ମାସରେ ରାଜ୍ୟର ଖୁଚୁରା ମୁଦ୍ରାସ୍ଫୀତି…

୮ ମାସର ସର୍ବୋଚ୍ଚ ସ୍ତରରେ ଖୁଚୁରା ମୁଦ୍ରାସ୍ଫୀତି, ଅସହ୍ୟ ହୋଇପାରେ ମହଙ୍ଗା ମାଡ଼

ନୂଆଦିଲ୍ଲୀ,୧୫।୯: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରେ ଦେଶରେ ସାଧାରଣ ଜନତାଙ୍କ ଉପରେ ପଡ଼ିଥିବା ମହଙ୍ଗା ମାଡ଼ ଆଗକୁ ଆହୁରି ଉତ୍କଟ ହେବା ଆଶଙ୍କା ବଢ଼ାଇଛି ।…

ସୁନାମି ଆସିବା ୪୫ ମିନିଟ୍‌ ପୂର୍ବରୁ ମିଳିବ ସତର୍କ ସୂଚନା, ମହାକାଳପଡ଼ାର ୧୮ ଗାଁରେ ଆଲର୍ଟ ଟାୱାର

ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ୧୮ ଗାଁରେ ସ୍ଥାପନ ହୋଇଛି ସୁନାମି ଆଲର୍ଟ ଟାୱାର । ବ୍ଲକର ତନ୍ତିଆପାଳ, ଶାସନ,…

ଗୁଣ୍ଡିରିବାଡିରେ ହାତୀ ଆତଙ୍କ; ଗୋଦାମ ଭାଙ୍ଗି ଚାଉଳ ଖାଇଲା; ଭୟରେ ଗ୍ରାମବାସୀ

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଗୁଣ୍ଡିରିବାଡି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଟିଏ ହାତୀ ପଶି ଆତଙ୍କ…

ଦାରିଙ୍ଗବାଡ଼ିର ଦୁର୍ଗମ ପାହାଡ଼ରୁ ମେଡିକାଲ କଲେଜ: ୩ ବର୍ଷରେ NEET କ୍ଲିୟର କଲେ ୮ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ଓଡିଶାର କାଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡି ଏକ ବୃହତ ବ୍ଲକ ଭାବେ ପରିଚିତ । ଏଠାରେ ବଣ, ଜଙ୍ଗଲ ଘେରା ଦୁର୍ଗମ ପାହାଡ଼ ଉପରେ…

ଫାଳିକିଆ ଆଇନ

ସଶସ୍ତ୍ର ଦୁର୍ବୃତ୍ତମାନେ ସେପ୍ଟେମ୍ବର ୧୩ରେ ମଣିପୁରର ତାମେଙ୍ଗଲଙ୍ଗ ଜିଲାରେ ଦୁଇଟି ପୃଥକ୍‌ ସ୍ଥାନରେ ଆକ୍ରମଣ କରିବାରୁ ଜଣେ ୬ ବର୍ଷର ଶିଶୁ ଆହତ ହେବା ସହ ୪…

ସରକାରୀ ଖର୍ଚ୍ଚର ହିସାବ ଦେଉନାହାନ୍ତି ବିଭାଗ, ବକେୟା ୨୫,୯୩୮ କୋଟିର ୟୁସି

ଭୁବନେଶ୍ୱର,୧୫।୯(ରବିନାରାୟଣ ଜେନା): ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରୁ ମିଳିଥିବା ତଥ୍ୟ ଅନୁଯାୟୀ, ବିଭିନ୍ନ ବିଭାଗ…

ଦ୍ରୁତଗତିରେ ତରଳୁଛି ହିମାଳୟର ବରଫ: ବିପଦରେ ଭାରତର….

ହଂକଂ,୧୫।୯: ବିଶ୍ୱର ସର୍ବୋଚ୍ଚ ପର୍ବତମାଳା ହିମାଳୟ ଏବେ ଏକ ବଡ଼ ପରିବେଶ ସଙ୍କଟ ଆଡ଼କୁ ଗତିକରୁଛି । ଚଳିତ ମାସରେ ପ୍ରକାଶିତ ଏକ ଗବେଷଣା ରିପୋର୍ଟ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?