ଥମୁଛି ସଂକ୍ରମଣ

ନୂଆଦିଲ୍ଲୀ,୮।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ହଜାର ୯୯୩ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୧୦୮ଙ୍କ ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪୨୯,୩୧,୦୪୫ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୨୪,୦୬,୧୫୦ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୪୯,୯୪୮ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୧୫,୨୧୦କୁ ବୃଦ୍ଧି ପାଇଛି।