ଏହି ଦେଶରେ କରୋନା ଟିକା ନେଲେ ମାଗଣାରେ ମିଳିବ ଅଣ୍ଡା

ବେଜିଂ,୨୨।୪: କରୋନା ମହାମାରୀ ସମଗ୍ର ବିଶ୍ୱରେ ତା’ର କାୟା ବିସ୍ତାର କରିସାରିଛି। ଏହି ଭାଇରସ୍‌ ପ୍ରଥମେ ଚାଇନାରୁ ହିଁ ଆସିଥିଲା। ଏବେ କେତେକ ଦେଶରେ କରୋନାର ଦ୍ୱିତୀୟ ଲହର ଚାଲିଛି। ତେବେ ଚାଇନା ପ୍ରଥମେ ଏହି ରୋଗ ମୁକାବିଲା କରିବାରେ ସଫଳ ହୋଇଛି। ମାତ୍ର ଏଠାକାର ଲୋକେ କରୋନା ଟିକା ନେବାକୁ ଅମଙ୍ଗ ହେଉଛନ୍ତି। ତେଣୁ ଚାଇନା ସରକାର ଲୋକଙ୍କୁ ଟିକା ନେବା ପାଇଁ ଲୋଭନୀୟ ଅଫର ବା ପ୍ରୋତ୍ସାହନ ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି।

ଏହି ଯୋଜନାରେ ଅଣ୍ଡା, ରାଶନ ସାମଗ୍ରୀ ଉପରେ ରିହାତି ରହିଛି। ଏପରିକି ଷ୍ଟୋର କୁପନ ମଧ୍ୟ ରହିଛି। ଏହି ପ୍ରୋତ୍ସାହନ ପରେ ଗୋଟିଏ ଦିନରେ ଚାଇନାର ୧ ଲକ୍ଷ ଲୋକ ଟିକା ନେଇଛନ୍ତି। ୨୬ ମାର୍ଚ୍ଚ ପର୍ଯ୍ୟନ୍ତ ଚାଇନାରେ ୬୧ ଲକ୍ଷ ଲୋକ ଟିକା ନେଇଥିଲେ। ଜୁନ୍‌ ସୁଦ୍ଧା ୫୬ କୋଟି ଲୋକ ଟିକା ନେବାକୁ ଚାଇନା ଲକ୍ଷ୍ୟ ରଖିଛି।

ଟିକା ନେବା ପାଇଁ ଲୋକଙ୍କୁ ଚାଇନା ସରକାର ବିଭିନ୍ନ ଲୋଭନୀୟ ଅଫର ଦେଉଛନ୍ତି। କେତେକ ସହରରେ ମାଗଣା ଅଣ୍ଡା ଦିଆଯିବ ବୋଲି ଘୋଷଣା କରାଯାଇଛି। ସହରରେ ପୋଷ୍ଟର ଲାଗିଛି, ଯେଉଁମାନଙ୍କୁ ୬୦ ବର୍ଷରୁ ଊର୍ଦ୍ଧ୍ୱ ଆଉ ସେମାନେ ଟିକା ନିଅନ୍ତି ସେମାନଙ୍କୁ ଅଢ଼େଇ କିଲୋ ଅଣ୍ଡା ମାଗଣାରେ ଦିଆଯିବ। ଚାଇନା ସରକାର ଟିକାକରଣ ଅଭିଯାନକୁ ମଜଭୁତ କରିବାକୁ ପ୍ରତିଦିନ କିଛି ନା କିଛି ଜରୁରୀ ପଦକ୍ଷେପ ଗ୍ରହଣ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri