ଭାରତରେ କେବେ ମିଳିବ କରୋନା ଟିକା: ଉତ୍ତର ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୭ ।୯: କରୋନା ସଂକ୍ରମଣକୁ ନେଇ ସାରା ବିଶ୍ୱ ଅସ୍ତବ୍ୟସ୍ତ ହୋଇ ପଡିଥିବା ବେଳେ ଏବେ ସମସ୍ତଙ୍କ ନଜର କରୋନା ଟିକା ଉପରେ । ବିଭିନ୍ନ ଦେଶ ଏହା ଉପରେ ବି ଯୋରସୋରରେ କାମ ଚଳାଇଛନ୍ତି । ଭାରତ ମଧ୍ୟ ଏ ଦିଗରେ ପଛରେ ନାହିଁ । ଯେତେଶୀଘ୍ର ସମ୍ଭବ କରୋନା ଟିକା ଉବଲବ୍ଧ କରାଇବାରେ ବିଶେଷଜ୍ଞମାନେ ଲାଗି ପଡିଛନ୍ତି । ହେଲେ ଦେଶରେ କେବେ ଏହି କରୋନା ଟିକା ମିଳିବ ତାହା ଏବେ ସମସ୍ତଙ୍କ ମନରେ ପ୍ରଶ୍ନ । ଇତିମଧ୍ୟରେ ଗୁରୁବାର କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ ରାଜ୍ୟ ସଭାରେ କହିଛନ୍ତି ଆସନ୍ତା ବର୍ଷ ଆରମ୍ଭରେ ଦେଶରେ କରୋନା ଟିକା ଉବଲବ୍ଧ ହେବ । ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି କିଛିମାସ ହେବ କେନ୍ଦ୍ର ଓ ରାଜ୍ୟ ସରକାର ମିଶି କରୋନା ଯୁଦ୍ଧରେ ଯେଉଁଭଳି ଭାବେ ଲଢି ଚାଲିଛନ୍ତି ତାହା ଅନ୍ୟ ଦେଶ ପାଇଁ ଉଦାହରଣ ପାଲଟିଛି । ଯେତେବେଳେ ଜାନୁୟାରୀ ୭ରେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଢବ୍ଲୁଏଚ୍‌ଓ) କହିଥିଲା କି ଚାଇନାରେ କରୋନା ମାମଲା ସାମ୍ନାକୁ ଆସିଛି ସେତେବେଳେ ଜାନୁୟାରୀ ୮ରେ ମୋଦି ସରକାର ଏକ ବୈଠକ ଡକାଇ ଏ ସମ୍ପର୍କରେ ଆଲୋଚନା କରିଥିଲେ । ତେଣୁ ଇତିହାସ ଏହାର ସାକ୍ଷୀ ରହିବ ଯେ ମୋଦି ସରକାର କିଭଳି ଭାବେ କରୋନା ଯୁଦ୍ଧରେ ଲଢେଇ କରିଥିଲେ । ହର୍ଷବର୍ଦ୍ଧନ କହିଛନ୍ତି ଅନ୍ୟଦେଶମାନଙ୍କ ତୁଳନାରେ କରୋନା ମୁକାବିଲାରେ ଆମେ କେତେ ଆଗରେ ତାହା ସହଜରେ ଅନୁମାନ କରାଯାଇପାରେ । ଅନ୍ୟପଟେ ବିରୋଧି ଦଳ ନେତା ଗୁଲାମ ନବି ଆଜାଦ କହିଛନ୍ତି କେନ୍ଦ୍ର ସରକାରଙ୍କ ଖାମଲିଆଲ ମନୋଭାବ ଯୋଗୁ ଆଜି ଦେଶ କରୋନା ସଂକ୍ରମଣରେ ଆଗକୁ ବଢି ଯାଇଛି । ଯେତେବେଳେ ଏହି ଭାଇରସ ଚାଇନାରେ ଦେଖାଯାଇଥିଲା ଏହା ଆମ ପଡୋଶୀ ଦେଶଭାବେ କରୋନା ଭାଇରସ ଆମକୁ ମଧ୍ୟ କ୍ଷତି ପହଞ୍ଚାଇବ ବୋଲି କୁହାଯାଇଥିଲା । ହେଲେ ମୋଦି ସରକାର ଏଥିପ୍ରତି ନଜର ନ ଦେବାରୁ ଏବେ ଦେଶରେ ଦିନକ ଦିନ କରୋନା ସଂକ୍ରମଣ ବଢି ଚାଲିଛି ବୋଲି ବିରୋଧି କହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri