କରୋନା ସଂକ୍ରମଣ: ୧୫ ମାର୍ଚ୍ଚ ପରେ ବିବାହ ମନା

ନାସିକ,୯ ।୩: କରୋନାର ଲେଉଟାଣି ପୁଣି ଥରେ ଦେଶବାସୀଙ୍କୁ ଚିନ୍ତାରେ ପକାଇଥିବା ବେଳେ ବିଶେଷ ଭାବେ ପ୍ରଥମଥର ଭଳି ଏଥର ବି ମହାରାଷ୍ଟ୍ର ଉପରେ ଯେମିତି ଦାଉ ସାଧିଛି । ତେବେ ନାସିକରେ ବେଳକୁ ବେଳ ଅଣାୟତ୍ତ ହେଉଛି କରୋନା ସଂକ୍ରମଣ । ତେଣୁ ଜିଲା ପ୍ରଶାସନ ପକ୍ଷରୁ ସେଠାରେ ୱିକ ଏଣ୍ଡ ଲକ୍ ଡାଉଡ଼ ଲଗାଇବାକୁ ଯୋଜନା କରାଯାଉଥିବା ବେଳେ ଆହୁରି ମଧ୍ୟ କିଛି କଟକଣା ଲାଗୁ କରାଯିବାକୁ ଯୋଜନା କରାଯାଉଛି । ମିଳିିଥିବା ରିପୋର୍ଟ ଅନୁଯାୟୀ ସେଠାରେ ସୋମବାର ସୁଦ୍ଧା ୬୨୬ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୨୬,୫୭୦ରେ ପହଞ୍ଚିଛି । ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ଦ୍ୱାରା ସ୍ଥିତିର ସମୀକ୍ଷା କରାଯିବା ପରେ ପ୍ରତିବନ୍ଧ ଲାଗୁ କରାଯିବାକୁ ନେଇ ଜିଲା ପ୍ରଶାସନ କହିଛନ୍ତି ମାର୍ଚ୍ଚ ୧୫ ପରେ ନାସିକରେ ଆଉ ବିବାହ କାର୍ଯ୍ୟ କରାଯାଇ ପାରିବ ନାହିଁ । ପୂର୍ବରୁ ବିବାହ ପାଇଁ ଯେଉଁମାନଙ୍କୁ ଅନୁମତି ପ୍ରଦାନ କରାଯାଇଛି କେବଳ ସେହିମାନେ ମାର୍ଚ୍ଚ ୧୫ ମଧ୍ୟରେ ବିବାହ କାର୍ଯ୍ୟ ସାରିବାକୁ କୁହାଯାଇଛି । ଏହାପରେ ନିର୍ଦ୍ଦେଶ ଆସିଲେ ବିବାହ କାର୍ଯ୍ୟ ପାଇଁ ଅନୁମତି ପ୍ରଦାନ କରାଯିବ । ନାସିକର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବା ସହ ଜରୁରୀ ସେବାକୁ ବାଦ୍ ଦେଲେ ଅନ୍ୟ ସମସ୍ତ ଦୋକାନ ବଜାର ସନ୍ଧ୍ୟା ୭ଟା ସୁଦ୍ଧା ବନ୍ଦ କରିବାକୁ ପଡିବ । ହୋମ ଡେଲିଭରି ପାଇଁ ରାତି ୧୧ଟା ପର୍ଯ୍ୟନ୍ତ ଅନୁମତି ପ୍ରଦାନ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

କୋହଲିଙ୍କ ଏହି ସ୍କିଲ୍‌ ଚୋରାଇବାକୁ ଚାହୁଁଛନ୍ତି ଅଭିଷେକ: କହୁ କହୁ କହିଦେଲେ ମନର କଥା

ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ୍‌ର ଯୁବ ତାରକା ଅଭିଷେକ ଶର୍ମା ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ବେଶ ପରିଚିତ। ଛକା ଓ ଚୌକା ବର୍ଷା କରିବାରେ ମାହିର ଏହି…

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

ଜିନ୍‌ ଥେରାପି କ୍ଷେତ୍ରରେ ବିଜ୍ଞାନୀଙ୍କ ବଡ଼ ସଫଳତା, ଦୃଷ୍ଟିହୀନଙ୍କୁ ମିଳିବ ଆଂଶିକ ଦୃଷ୍ଟିଶକ୍ତି

ଲଣ୍ଡନ/ୱାଶିଂଟନ,୯।୧୦: ଆଲୋକ ବ୍ୟବହାର କରି ସ୍ନାୟୁ କୋଷ (ନର୍ଭ ସେଲ୍‌) ଗୁଡ଼ିକୁ ସକ୍ରିୟ ଓ ନିଷ୍କ୍ରିୟ କରିବା ପ୍ରକ୍ରିୟା ଉପରେ ଆଧାରିତ ‘ଓପ୍ଟୋଜେନେଟିକ୍‌ ଥେରାପି’ ଦୃଷ୍ଟିହୀନ ଲୋକଙ୍କୁ…

ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍‌କା! ଏହି କମ୍ପାନୀର ଗ୍ରୀନ୍ କାର୍ଡ…..

ୱାଶିଂଟନ୍‌,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌ (TCS), ୱିପ୍ରୋ, HCLTech,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?