ଟିକା ଆସିବା ପୂର୍ବରୁ ୨୦ ଲକ୍ଷଙ୍କ ମୁଣ୍ଡ ନେଇ ସାରିଥିବ କରୋନା: ଡବ୍ଲ୍ୟୁଏଚ୍‌ଓ

ଜେନେଭା, ୨୬।୯: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଥମିବାର ନା ଧରୁନି। ଏଭଳି ସ୍ଥିତି ଜାରି ରହିଲେ ପ୍ରତିଷେଧକ ଟିକା ଆସିବା ପୂର୍ବରୁ କରୋନା ୨୦ ଲକ୍ଷ ଲୋକଙ୍କ ମୁଣ୍ଡ ନେଇ ସାରିଥିବ ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ କୁହାଯାଇଛି। ଡବ୍ଲ୍ୟୁଏଚ୍‌ଓର ଜରୁରୀକାଳୀନ କାର୍ଯ୍ୟକ୍ରମ ମୁଖ୍ୟ ମାଇକ୍‌ ରୟାନ ଏନେଇ ସତର୍କ ସୂଚନା ଦେଇଛନ୍ତି। ସମ୍ପ୍ରତି ବିଶ୍ୱରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ୯ ଲକ୍ଷ ୯୩ ହଜାର ୪୬୩ ରହିଛି। ୯ ମାସ ମଧ୍ୟରେ ଏସବୁ ଲୋକଙ୍କ ମୃତ୍ୟୁ ଘଟିଛି। ସେହିପରି ଏଥିରେ ୩ କୋଟି ୨୭ ଲକ୍ଷ ୬୫ ହଜାର ୨୦୪ରେ ପହଞ୍ଚିଛି। ଟିକା ବାହାରି ନ ଥିବାରୁ ସଚେତନତା ହିଁ ଏକମାତ୍ର ସୁରକ୍ଷା ବ୍ୟବସ୍ଥା। ବିଭିନ୍ନ ସୁରକ୍ଷା ମାର୍ଗଦର୍ଶିକା ପାଳନ କରିବା ଅପରିହାର୍ଯ୍ୟ ହୋଇପଡ଼ିଛିବୋଲି ସେ କହିଛନ୍ତି। ବହୁ ଦେଶରେ ବୈଜ୍ଞାନିକ ଟିକା ପ୍ରସ୍ତୁତି କାର୍ଯ୍ୟରେ ଲାଗିରହିଛନ୍ତି। କେତେକ ଟିକାର ପରୀକ୍ଷଣ ମଧ୍ୟ ଜାରି ରହିଛି। ଏକ୍ଷେତ୍ରରେ ସମସ୍ତ ଦେଶ ମିଳିତ ଭାବେ କାମ କରିବାକୁ ଆଗେଇ ଆସିବା ଆବଶ୍ୟକ। ୨୦୨୧ ପୂର୍ବରୁ କରୋନା ଟିକା ଆସିବାର ସମ୍ଭାବନା ମଧ୍ୟ ନାହିଁ। ସେହିପରି ସମ୍ପୂର୍ଣ୍ଣ ପରୀକ୍ଷା ହୋଇ ନ ଥିବା ଟିକାର ପ୍ରୟୋଗ କ୍ଷତିକାରକ। ଟିକାର ପରୀକ୍ଷା ମଧ୍ୟ ସମୟ ସାପେକ୍ଷ। ଟିକା ଆସିବାରେ ବିଳମ୍ବ ହେଲେ ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ବଢ଼ିଚାଲିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

NDAରେ ଯୋଗ ଦେବେ ଶରଦ ପାଓ୍ବାର? କଳ୍ପନା ଜଳ୍ପନା ମଧ୍ୟରେ ଦଳ ଭିତରେ ମତଭେଦ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ପୁଣି ଥରେ ଏକ ବଡ଼ ରାଜନୈତିକ ଅସ୍ଥିରତା ସୃଷ୍ଟି ହେବାର ଚର୍ଚ୍ଚା ଜୋର ଧରିଛି। ‘ଅପରେସନ ଟାଇଗର’ ପରେ, ‘ଅପରେସନ ଟୁଟାରି’ ସମ୍ପର୍କରେ ଆଲୋଚନା…

ଟିଏମସିର ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଉଠାଇପାରିବେ ମମତା, ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି

କୋଲକାତା,୯।୭: ମମତା ବାନାର୍ଜୀଙ୍କ ଦଳ, ତୃଣମୂଳ କଂଗ୍ରେସ (TMC)କୁ କୋଲକାତା ହାଇକୋର୍ଟରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି । ଦୈନନ୍ଦିନ ଖର୍ଚ୍ଚ ପୂରଣ କରିବା ପାଇଁ କୋର୍ଟ ଟିଏମସିକୁ…

ଅନ୍ଧକାର ଆଡକୁ ଯାଉଛି ଭାରତୀୟ କ୍ରିକେଟର୍‌ ଭବିଷ୍ୟତ: ବିସ୍ଫୋରକ ବୟାନ ଦେଲେ ପୂର୍ବତନ କ୍ରିକେଟ୍‌ର

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ଭାରତୀୟ କ୍ରିକେଟ୍‌ ଦଳର ବର୍ତ୍ତମାନର ରଣନୀତି ଦେଖି ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ…

ବଙ୍ଗରେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର, ରକ୍ତ ଜୁଡୁବୁଡୁ ଅବସ୍ଥାରେ ମିଳିଲା ମୃତଦେହ

କୋଲକାତା,୯।୭: ପଶ୍ଚିମବଙ୍ଗର ବାରୁଇପୁରରେ ଜଣେ ନିର୍ଦ୍ଦୋଷ ଶିଶୁ ଉପରେ ହୋଇଥିବା ନିର୍ମମ ଆକ୍ରମଣ ପରେ, ପୂର୍ବ ବର୍ଦ୍ଧମାନ ଜିଲାରୁ ଗଣବଳାତ୍କାରର ଏକ ଘଟଣା ସାମ୍ନାକୁ ଆସିଛି। ଦିୱାନ-ଦିଘି…

ସରକାରୀ କାର୍ଯ୍ୟରେ ଅନ୍ୟ ସମ୍ପ୍ରଦାୟକୁ ଯାଇ ବାସନ୍ଦର ଶିକାର ହେଲେ ଆଶାକର୍ମୀ

ପାରଳାଖେମୁଣ୍ଡି,୯ା୭(ଗିରିଧାରୀ ପରିଚ୍ଛା):ସରକାରୀ ସ୍ବାସ୍ଥ୍ୟସେବା ଓ କଲ୍ୟାଣମୂଳକ ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚାଇବାରେ ଆଶାକର୍ମୀଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ହେଲେ ସେହି ଦାୟିତ୍ୱ ପାଳନ କରିବାକୁ ଯାଇ ଜଣେ…

ଟ୍ରେକିଂ ପାଇଁ ଯାଇ ମାଲ୍ୟଗିରି ପାହାଡ଼ରେ ଫସିଯାଇଥିଲେ ୩ ଯୁବକ, ୨୫ ଫୁଟ ଘାଇରୁ….

ପାଳଲହଡା,୯ା୭(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡା ମାଲ୍ୟଗିରି ପାହାଡକୁ ଟ୍ରେକିଂ କରିବାକୁ ଯାଇ ଫସି ରହିଥିବା ୩ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଅଗ୍ନିଶମ ବାହିନୀ…

‘We Will Kill Trump…’,ପ୍ରତିଶୋଧର ନିଆଁ! ଖାମେନେଇଙ୍କ ଅନ୍ତିମ ସଂସ୍କାର ଭୂମିରୁ ଟ୍ରମ୍ପଙ୍କୁ ମୃତ୍ୟୁ ଧମକ

ତେହରାନ,୯ା୭: ଆମେରିକା ଇରାନର ଆଠଟି ସହର ଉପରେ ଆକ୍ରମଣ କରିଛି । ପ୍ରତିଶୋଧ ସ୍ୱରୂପ, ତେହରାନ ବାହାରିନ ଏବଂ କୁୱେତରେ ଥିବା ଅନେକ ସାମରିକ ଘାଟିକୁ ଟାର୍ଗେଟ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri