ଚିନ୍ତା ବଢ଼ାଇପାରେ ୧.୬୭ ଲକ୍ଷ କୋଟିର କର୍ପୋରେଟ ଋଣ

ନୂଆଦିଲ୍ଲୀ,୬।୭: କୋଭିଡ୍‌-୧୯ ଯୋଗୁ ବଜାର ବର୍ତ୍ତମାନ ପ୍ରଭାବିତ ହୋଇ ରହିଛି। ଘରୋଇ ବଜାରର ପ୍ରମୁଖ ୫୦୦ କମ୍ପାନୀ ନେଇଥିବା ୧.୬୭ ଲକ୍ଷ କୋଟିର କର୍ପୋରେଟ ଋଣ ବ୍ୟାଙ୍କଗୁଡିକ ଲାଗି ସମସ୍ୟା ସୃଷ୍ଟି କରିପାରେ। ମାର୍ଚ୍ଚ ୨୦୨୨ ଯାଏ ଏ ନେଇ ବ୍ୟାଙ୍କଗୁଡିକର ଚିନ୍ତା ବଢ଼ିବ ବୋଲି କୁହାଯାଉଛି। ବର୍ତ୍ତମାନ କାରବାର ଠିକ୍‌ ନ ଥିବା ଯୋଗୁ କମ୍ପାନୀଗୁଡିକ ଋଣ ପଇଠ କରିବାରେ ବିଭିନ୍ନ ସମସ୍ୟା ସାମ୍ନା କରିବେ ବୋଲି ଆଶଙ୍କା କରାଯାଉଛି। ଏହି ଋଣ ଏନ୍‌ପିଏ ହେବାର ସମ୍ଭାବନା ରହିଛି। ଇଣ୍ଡିଆ ରେଟିଂ ଆଣ୍ଡ ରିସର୍ଚ୍ଚ ପକ୍ଷରୁ ଏ ନେଇ ଏକ ରିପୋର୍ଟ ପ୍ରକାଶ ପାଇଛି। ବର୍ତ୍ତମାନ ସ୍ଥିତି ଯୋଗୁ ଫସିଥିବା ମୋଟ ଋଣ ପରିମାଣ ୪.୨୧ ଲକ୍ଷ କୋଟି ଟଙ୍କାରେ ପହଞ୍ଚିପାରେ। ଏହା ମୋଟ ଋଣର ୧୧% ହେବ। କରୋନା ମାମଲା ବଢୁଥିବାରୁ ବଜାର ଏତେ ଶୀଘ୍ର ଭଲ ସ୍ଥିତିକୁ ଫେରି ନ ପାରେ। ଏଣୁ ବ୍ୟାଙ୍କର ଋଣ ସ୍ଥିତି କ୍ଷତିଗ୍ରସ୍ତ ରହିବ ବୋଲି ଆଶଙ୍କା ପ୍ରକଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

8th Pay Commission: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ଜାନୁଆରୀ ୧ରୁ ବୃଦ୍ଧି ପାଇବ ଦରମା, ପେନସନ! ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୩୦।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ଏହି ସପ୍ତାହ ୨୦୨୬ର ଆରମ୍ଭ। ଏହି ବର୍ଷ ଅନେକ ଦିଗରେ ଅନେକ ପରିବର୍ତ୍ତନ ଆଣିଛି। କେନ୍ଦ୍ର ସରକାରୀ...

ଯୁବବର୍ଗଙ୍କୁ ନୂଆବର୍ଷର ଉପହାର ଦେଲେ ସରକାର: ମିଳିବ ୧୫ ହଜାର ଟଙ୍କା, ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୩୦।୧୨: ନୂଆବର୍ଷ ପୂର୍ବରୁ ସରକାର ଯୁବପିଢ଼ିଙ୍କୁ ଏକ ନୂତନ ବର୍ଷର ଉପହାର ଦେଇଛନ୍ତି। ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ X ରେ ଟୁଇଟ୍‌ କରିଛି, ଯେଉଁଥିରେ...

କ୍ଷମା ମାଗିଲେ ଲଲିତ ମୋଦି

ନୂଆଦିଲ୍ଲୀ,୩୦ା୧୨ : ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପୂର୍ବତନ ଅଧ୍ୟକ୍ଷ ଲଲିତ ମୋଦି ନିକଟରେ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ସହ ଲଣ୍ଡନରେ ପାର୍ଟି କରୁଥିବାର...

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି: ଗହଣା ନୁହେଁ ଏହି କାରଣରୁ ବଢିଚାଲିଛି, ଆଉ କମିବନି

ନୂଆଦିଲ୍ଲୀ,୨୯ା୧୨: ୨୦୨୫ ମସିହାରେ ରୁପା ମୂଲ୍ୟରେ ଅପ୍ରତ୍ୟାଶିତ ବୃଦ୍ଧି ଦେଖିବାକୁ ମିଳିଛି। ଭାରତୀୟ ବଜାରରେ ଏହା ଏକ ନୂତନ ରେକର୍ଡ ସ୍ତରରେ ପହଞ୍ଚିଥିବା ବେଳେ ଏହାର...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri