ଜେଏସ୍‌ଏଲ୍‌କୁ କର୍ପୋରେଟ୍‌ ଗଭର୍ନାନ୍ସ ଆୱାର୍ଡ

ଭୁବନେଶ୍ୱର,୨୩।୩: ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)କୁ ନିକଟରେ ଆଉ ଏକ ଜାତୀୟସ୍ତରର ସମ୍ମାନ ‘କର୍ପୋରେଟ୍‌ ଗଭର୍ନାନ୍ସ ଆୱାର୍ଡ’ ଦିଆଯାଇଛି। ବିଶେଷ କରି ଶିଳ୍ପ ସଙ୍ଗଠନ ମଧ୍ୟରେ ସ୍ବଚ୍ଛ କାର୍ଯ୍ୟକଳାପକୁ ସମର୍ଥନ କରିବା ପାଇଁ ‘କର୍ପୋରେଟ ଗଭର୍ନାନ୍ସ’ ବର୍ଗରେ ଇଣ୍ଡିଆନ ଚାମ୍ବର ଅଫ୍‌ କମର୍ସ ପକ୍ଷରୁ ସମ୍ମାନଜନକ କର୍ପୋରେଟ ଗଭର୍ନାନ୍ସ ଏବଂ ସଷ୍ଟେନେବିଲିଟି ଭିଜନ ପୁରସ୍କାର-୨୦୨୪ରେ ଜେଏସ୍‌ଏଲ୍‌କୁ ସମ୍ମାନିତ କରାଯାଇଛି। ଏପରିକି କମ୍ପାନୀର ଫ୍ଲାଗ୍‌ଶିପ୍‌ ପଦକ୍ଷେପ ମାଧ୍ୟମରେ ଆଇସିସି ଏକ ସ୍ଥାୟୀ ଭବିଷ୍ୟତ ସୃଷ୍ଟି ଦିଗରେ ଉଦ୍ୟମ ପାଇଁ ଭାରତ ବ୍ୟବସାୟକୁ ସ୍ବୀକୃତି ଦେଇଛି।
ଏହି ପରିପ୍ରେକ୍ଷୀରେ ଆୟୋଜିତ କାର୍ଯ୍ୟକ୍ରମରେ କୋଇଲା ମନ୍ତ୍ରଣାଳୟର ଅତିରିକ୍ତ ସଚିବ ଏମ୍‌.ନାଗରାଜୁ ଯୋଗଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମରେ ମଧ୍ୟ ନାଗରାଜୁ ଅଧ୍ୟକ୍ଷତା କରିଥିଲେ। ଏହି ଅବସରରେ ଜିନ୍ଦଲ ଷ୍ଟେନ୍‌ଲେସ୍‌ର ହେଡ୍‌ (ଏଲ୍‌ ଆଣ୍ଡ ସିଏସ୍‌) ନଭନିତ ରଘୁଭନସି କମ୍ପାନୀ ପକ୍ଷରୁ ଉକ୍ତ ପୁରସ୍କାର ଗ୍ରହଣ କରିଥିଲେ।
ଏ ସମ୍ପର୍କରେ ଜିନ୍ଦଲ ଷ୍ଟେନ୍‌ଲେସ୍‌ର ହେଡ୍‌ (ଏଲ୍‌ ଆଣ୍ଡ ସିଏସ୍‌) ନଭନିତ ରଘୁଭନସି କହିଛନ୍ତି, ଏହି ସମ୍ମାନଜନକ ପୁରସ୍କାର ପାଇ ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଏକ ସ୍ଥାୟୀ ବ୍ୟବସାୟ ଅଭ୍ୟାସ ପ୍ରତି ଆମର ପ୍ରତିବଦ୍ଧତାକୁ ସ୍ବୀକାର କରିଥିବାରୁ ଆମେ ଆଇସିସିକୁ ଧନ୍ୟବାଦ ଦେଉଛୁ। ସେହିଭଳି ଆମେ ବିଶ୍ୱାସ କରୁ ଯେ ଉତ୍ତମ ଶାସନ ହେଉଛି ଏକ ସଫଳ ଏବଂ ସ୍ଥାୟୀ ବ୍ୟବସାୟର ମୂଳଦୁଆ ଏବଂ ଆମର ସମସ୍ତ କାର୍ଯ୍ୟରେ ଅଖଣ୍ଡତା ଏବଂ ସ୍ବଚ୍ଛତାର ସର୍ବୋଚ୍ଚ ମାନ୍ୟତା ପାଇଁ ଆମେ ପ୍ରତିବଦ୍ଧ ବୋଲି ସେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri