ଓଡ଼ିଆ ଭାଷା ଗବେଷଣା ପାଇଁ କର୍ପସ ପାଣ୍ଠି

ଭୁବନେଶ୍ୱର,୮।୨(ସୁନିତ୍‌ ମିଶ୍ର)ଓଡ଼ିଆ ଭାଷାରେ ଅନ୍ତର୍ଜାତୀୟ ଓ ଜାତୀୟ ସ୍ତରରେ ଗବେଷଣା ନିମନ୍ତେ ୧୦ କୋଟି ଟଙ୍କା ଅନୁଦାନରେ ଏକ କର୍ପସ ପାଣ୍ଠି ଗଠନ କରାଯିବ। ପୁରୀ ଜିଲା ସତ୍ୟବାଦୀଠାରେ ପ୍ରତିଷ୍ଠିତ ଓଡ଼ିଆ ବିଶ୍ୱବିଦ୍ୟାଳୟ ଜରିଆରେ ଏହା କାର୍ଯ୍ୟକାରୀ ହେବା ନେଇ ନିଷ୍ପତ୍ତି ହୋଇଛି। ସେହିପରି ଓଡ଼ିଆ ଭାଷାକୁ ଡିଜିଟାଲ ପଦ୍ଧତି ସହ ସମନ୍ବିତ କରିବା ପାଇଁ ପ୍ରତିବର୍ଷ ଏକ ଅନ୍ତର୍ଜାତୀୟ ଡିଜିଟାଲ ଓଡ଼ିଆ ସମ୍ମିଳନୀ ଆୟୋଜନ କରାଯିବ। ସମ୍ମିଳନୀ ମାଧ୍ୟମରେ ବିଶେଷଜ୍ଞ ଓ ଭାଷାବିତ୍‌ମାନଙ୍କୁ ଏକାଠି କରାଯିବ ବୋଲି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ ପାତ୍ର କହିଛନ୍ତି। ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ଗୃହୀତ ପ୍ରସ୍ତାବ ଭିତ୍ତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗ୍ରହଣ କରିଥିବା ନିଷ୍ପତ୍ତି ସମ୍ପର୍କରେ ମନ୍ତ୍ରୀ ପାତ୍ର ବୁଧବାର ବିଧାନସଭାରେ ଏହି ଘୋଷଣା କରିଛନ୍ତି। ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, କମ୍ପ୍ୟୁଟର କି-ବୋର୍ଡ ଏବଂ ଫଣ୍ଟରେ ବ୍ୟବହୃତ ଓଡ଼ିଆ ଲିପିର ମାନକୀକରଣ ନିମନ୍ତେ ଏକ ବିଶେଷଜ୍ଞ କମିଟି ଗଠନ କରାଯିବ। ଏହି କମିଟି ଏକ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଏହାର କାର୍ଯ୍ୟକାରିତା ନିମନ୍ତେ ପ୍ରସ୍ତାବ ଦେବେ। ସେହିଭଳି ରାଜ୍ୟ ସରକାର ପ୍ରଥମ ପର୍ଯ୍ୟାୟରେ ୧,୫୦୦ ହାଇସ୍କୁଲରେ ସ୍ବତନ୍ତ୍ର ଭାବେ ଓଡ଼ିଆ ଶିକ୍ଷକ ନିଯୁକ୍ତି ଦେବେ। ପରବର୍ତ୍ତୀ ପର୍ଯ୍ୟାୟରେ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ସମସ୍ତ ହାଇସ୍କୁଲ ଏହି କାର୍ଯ୍ୟକ୍ରମର ଅନ୍ତର୍ଭୁକ୍ତ ହେବ। ୧୦୦ ବର୍ଷରୁ ଊର୍ଦ୍ଧ୍ୱ ସ୍କୁଲ ଓ କଲେଜଗୁଡ଼ିକୁ ୧ କୋଟି ଟଙ୍କା ଓ ସ୍ବାଧୀନତା ପୂର୍ବର ବିଶ୍ୱବିଦ୍ୟାଳୟକୁ ୨ କୋଟି ଟଙ୍କାର ଐତିହ୍ୟ ଅନୁଦାନ ଯୋଗାଇ ଦିଆଯିବ। ଏହା ଆମ ଓଡ଼ିଆ-ମାଧ୍ୟମ ଶିକ୍ଷା ବ୍ୟବସ୍ଥାର ସୁରକ୍ଷା ଓ ଅଭିବୃଦ୍ଧି ପାଇଁ ବ୍ୟବହୃତ ହେବ। ଏକ ଅନୁବାଦ ନୀତି ପ୍ରଣୟନ କରି ଭାରତ ତଥା ବିଶ୍ୱର ଅନ୍ୟାନ୍ୟ ଭାଷାରେ ଓଡ଼ିଆ ପୁସ୍ତକର ଅନୁବାଦ ପାଇଁ ଅନୁଦାନର ବ୍ୟବସ୍ଥା କରାଯିବ। ବିଭିନ୍ନ ବିଷୟରେ ଓଡ଼ିଆ ଭାଷାର ବ୍ୟବହାରକୁ ସରଳ ଓ ସୁଗମ କରିବା ପାଇଁ ଏକ ସଂଶୋଧିତ ଶବ୍ଦାବଳୀ ଓ ଶବ୍ଦକୋଷ ପ୍ରସ୍ତୁତ କରିବା ନିମନ୍ତେ ଓଡ଼ିଆ ଶବ୍ଦକୋଷ କମିଟି ଗଠନ ହେବ। ଓଡ଼ିଆ ଭାଷାରେ ବିଜ୍ଞାନ, ବୈଷୟିକ ଶିକ୍ଷା ଓ ଡାକ୍ତରୀ ପାଠ୍ୟକ୍ରମକୁ ପ୍ରୋତ୍ସାହିତ କରିବା ନିମନ୍ତେ ଏକ ମଧ୍ୟବର୍ତ୍ତିକାଳୀନ ନୀତି ପ୍ରଣୟନ କରାଯିବ। ବର୍ତ୍ତମାନ ଓ ଭବିଷ୍ୟତର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଓଡ଼ିଆ ଭାଷାରେ ପ୍ରୟୋଜନ ଥିବା ପ୍ରାସଙ୍ଗିକ ପୁସ୍ତକ ପ୍ରକାଶନ ପାଇଁ ରାଜ୍ୟ ସରକାର ପ୍ରୋତ୍ସାହନ ଯୋଗାଇ ଦେବେ। ଭବିଷ୍ୟତ ପିଢ଼ିଙ୍କ ମଧ୍ୟରେ ଓଡ଼ିଆ ଭାଷାକୁ ଲୋକପ୍ରିୟ କରିବା ପାଇଁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଗ୍ରହଣ କରାଯିବ। ଏଥିରେ ପ୍ରତିବର୍ଷ ଓଡ଼ିଆ ଭାଷାର ୧୦୦ଜଣ ଉଦୀୟମାନ ପ୍ରତିଭାଙ୍କୁ ଚୟନ କରାଯାଇ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସେମାନଙ୍କୁ ସମ୍ମାନିତ କରାଯିବ। ଭାଷା ବୃତ୍ତି ପୁରସ୍କାର ରାଶିର ପରିମାଣ ଓ ସଂଖ୍ୟା ବୃଦ୍ଧି କରାଯିବ। ଛାତ୍ରୀଛାତ୍ରଙ୍କ ମଧ୍ୟରେ ଓଡ଼ିଆ ବକ୍ତୃତା ପ୍ରତିଯୋଗିତା ପାଇଁ ‘ମୁଖ୍ୟମନ୍ତ୍ରୀ କପ୍‌’ ଆରମ୍ଭ ହେବ। ରାଜ୍ୟରେ ଯୁବଗୋଷ୍ଠୀଙ୍କ ମଧ୍ୟରେ ପଠନ ଅଭ୍ୟାସ ବୃଦ୍ଧି ପାଇଁ ସର୍ବସାଧାରଣ ପାଠାଗାର ଅଭିଯାନ ଆରମ୍ଭ କରାଯିବ। ଭାରତ ମଧ୍ୟରେ ଓ ବାହାରେ ଥିବା ଓଡ଼ିଆ ସଂଗଠନଗୁଡ଼ିକୁ ଏହି ଓଡ଼ିଆ ପାଠାଗାର ସ୍ଥାପନ ପାଇଁ ସହଯୋଗ ଯୋଗାଇ ଦିଆଯିବ। ରାଜ୍ୟ ଓ ଦେଶ-ବିଦେଶରେ ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ଓଡ଼ିଆ ଭଉଣୀଭାଇଙ୍କ ଭିତରେ ସ୍ବେଚ୍ଛାକୃତ ମନୋଭାବର ବିକାଶ ଉଦ୍ଦେଶ୍ୟରେ ରାଜ୍ୟ ସରକାର ପ୍ରୋତ୍ସାହନ ଯୋଗାଇ ଦେବେ। କଟକସ୍ଥିତ ପ୍ରିଣ୍ଟିଂ ମ୍ୟୁଜିୟମକୁ ‘ଜାତୀୟ ମ୍ୟୁଜିୟମ’ ରୂପେ ପରିବର୍ଦ୍ଧିତ କରାଯିବ। ଏଥିରେ ସାରା ବିଶ୍ୱର ମୁଦ୍ରଣ ପରମ୍ପରା ପ୍ରଦର୍ଶିତ କରାଯିବ। ଓଡ଼ିଶା ନୌବାଣିଜ୍ୟ ଏବଂ ଦକ୍ଷିଣ-ପୂର୍ବ ଏସୀୟ ପ୍ରତିଷ୍ଠାନକୁ ଏକ ଉତ୍କର୍ଷ କେନ୍ଦ୍ର ରୂପେ ବିକଶିତ କରାଯିବ। ଏଥିପାଇଁ ବର୍ଷକୁ ୨ କୋଟି ଟଙ୍କାର ଅନୁଦାନ ଦିଆଯିବ। ଓଡ଼ିଆ ଭାଷାରେ ଶିଶୁସାହିତ୍ୟର ବିକାଶ ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ସହଯୋଗ ଓ ପ୍ରୋତ୍ସାହନ ଯୋଗାଇଦେବେ। ଭାରତ ତଥା ବିଦେଶର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ଓଡ଼ିଆ ଚେୟାର ପ୍ରତିଷ୍ଠା ପାଇଁ ପଦକ୍ଷେପ ନିଆଯିବ। ପ୍ରାରମ୍ଭରେ ୫ଟି ବିଶ୍ୱବିଦ୍ୟାଳୟରେ ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଓଡ଼ିଆ ଅଧ୍ୟୟନ ବିଷୟକୁ ନେଇ ଏକ ବାର୍ଷିକ ଆନ୍ତର୍ଜାତିକ ଗବେଷଣା ପତ୍ରିକା ଓଡ଼ିଆ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ହେବ। ଓଡ଼ିଶା ବାହାରେ ବସବାସ କରୁଥିବା ଓଡ଼ିଆଙ୍କ ପାଇଁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଏକ ଓଡ଼ିଆ ଲର୍ନିଂ ମ୍ୟାନେଜମେଣ୍ଟ ସିଷ୍ଟମ ପ୍ରସ୍ତୁତ କରାଯିବ। ଏହାଦ୍ୱାରା ଓଡ଼ିଶା ତଥା ବାହାରେ ରହୁଥିବା ଛାତ୍ରୀଛାତ୍ର ଅନଲାଇନରେ ଓଡ଼ିଆ ଭାଷା ଶିକ୍ଷା କରିବା ସହିତ ସାର୍ଟିଫିକେଟ ମଧ୍ୟ ପାଇପାରିବେ। ଏହି ସମସ୍ତ ସୁବିଧା ଓଡ଼ିଆ ଭର୍ଚ୍ଚୁଆଲ ଏକାଡେମୀ ୱେବ୍‌ସାଇଟରେ ଉପଲବ୍ଧ ହେବ। ମୂଲ୍ୟବାନ୍‌ ନଥିପତ୍ରଗୁଡ଼ିକର ଉପଯୁକ୍ତ ପଞ୍ଜୀକରଣ, ସଂରକ୍ଷଣ ଓ ପ୍ରସାରଣ ପାଇଁ ସଂଗ୍ରହାଳୟ ଏବଂ ଅଭିଲେଖାଗାରକୁ ଯଥେଷ୍ଟ ଆର୍ଥିକ ଅନୁଦାନ ପ୍ରଦାନ କରାଯିବ ବୋଲି ମନ୍ତ୍ରୀ ପାତ୍ର କହିଛନ୍ତି। ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ବିଭିନ୍ନ ଅଧିବେଶନରେ ଆଲୋଚିତ ବିଷୟ ଓ ପ୍ରବାସୀ ଓଡ଼ିଆଙ୍କ ସହିତ ୫-ଟି ଅଧ୍ୟକ୍ଷଙ୍କ ଆଲୋଚନା ଆଧାରରେ ଏହିସବୁ ନିଷ୍ପତ୍ତିକୁ ମୁଖ୍ୟମନ୍ତ୍ରୀଙ୍କ ୫-ଟି ପଦକ୍ଷେପ ଅଧୀନରେ ସ୍ବଚ୍ଛ ଓ ସମୟାନୁବଦ୍ଧ ଭାବେ କାର୍ଯ୍ୟକାରୀ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁଟ୍ୟୁବରୁ ଶିଖି ୫ ଏକର ଜମି କଲେ ଚାଷ: ଦୁଇମାସରେ…

ଭବାନୀପାଟଣା,୯ା୧୨(ଉତ୍ତମ କୁମାର ଦାଶ):ନେପିଆର୍‌ ଘାସ ଚାଷ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ସିକେରଗୁଡା ଗାଁର ଅଜିତ ପ୍ରଧାନଙ୍କୁ ସ୍ବାବଲମ୍ବୀ କରିଛି। ଏଥିରେ ସେ ଆତ୍ମ...

ବିବାହ ଭାଙ୍ଗିବା ପରେ ସ୍ମୃତିଙ୍କ ନୂଆ ଇନଷ୍ଟାଗ୍ରାମ ପୋଷ୍ଟ ସୃଷ୍ଟି କଲା ହଇଚଇ, ଲେଖିଲେ ଏମିତି…

ନୂଆଦିଲ୍ଲୀ,୯।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ବର୍ତ୍ତମାନ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଖବରରେ ଅଛନ୍ତି। ରବିବାର, ସେ ଏକ...

ବିମାନରେ ଗୀତା ପଢିଲେ ରୁଷିଆ ରାଷ୍ଟ୍ରପତି, ବନ୍ଧୁଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଦେଇଥିଲେ ବିଶେଷ ଉପହାର

ମସ୍କେ/ନୂଆଦିଲ୍ଲୀ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସମ୍ପ୍ରତି ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରିଛନ୍ତି। ତାଙ୍କ ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ...

ଆଦର୍ଶ ବିଦ୍ୟାଳୟରେ ପାଠପଢ଼ା ସହ ଖାଦ୍ୟ ସମସ୍ୟା, ତେଜିଲେ ଅଭିଭାବକ

ଅତାବିରା,୯ା୧୨(ଯୁଧିଷ୍ଠିର ମହାପାତ୍ର):ଅତାବିରା ଏନ୍‌ଏସି ଅନ୍ତର୍ଗତ ଭୋଇପୁରା ଆଦର୍ଶ ବିଦ୍ୟାଳୟରେ ପିଲାଙ୍କ ପାଠପଢ଼ାରେ ବ୍ୟାଘାତ ହେବା ସହିତ ରନ୍ଧା ଖାଦ୍ୟ ସମସ୍ୟା ଦେଖାଦେଇଛି। ସୋମବାର କେତେକ ପିଲାମାନେ...

ଆଇପିଏଲ ନାଁରେ ଏନଏଚଆରସିରେ ଅଭିଯୋଗ: ଦୂଷିତ ପାଣି ଗନ୍ଧରେ ଫାଟି ପଡୁଛି ଅଞ୍ଚଳ

ଭବାନୀପାଟଣା,୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳଜାରିଙ୍ଗରେ ଅବସ୍ଥାପିତ ଥିବା ଆଇପିଏଲ (ଇଣ୍ଡିଆନ ପଟାସ ଲିମିଟେଡ) କମ୍ପାନୀ ଇଥାନଲ ଉତ୍ପାଦନ କରୁଥିବା ସମୟରେ...

କଟକ ଟି-୨୦ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ଲାଗିଲା ଜୋରଦାର ଝଟ୍‌କା: ଅଭିଯୋଗ ପରେ…

ଦୁବାଇ,୯ା୧୨ (ପି.ଟି.):ରାୟପୁରଠାରେ ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ସ୍ଲୋ ଓଭର-ରେଟ୍‌ ପାଇଁ ଭାରତକୁ ସୋମବାର ସେମାନଙ୍କ ମ୍ୟାଚ୍‌ ଫି’ର...

ପିତୃତ୍ୱ ପାଇଁ ଜନ୍ମ ସାର୍ଟିଫିକେଟ ନୁହେଁ ବାଧକ: ଶିଶୁପୁତ୍ର ହସ୍ତାନ୍ତର ପାଇଁ ଅଜାଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୯ା୧୨(କାର୍ତ୍ତିକ ସାହୁ): ପିତୃତ୍ୱର ପ୍ରମାଣ ପାଇଁ ଜନ୍ମ ସାର୍ଟିଫିକେଟ ବାଧକ ନୁହେଁ। ଶିଶୁପୁତ୍ରର ଜନ୍ମ ସାର୍ଟିଫିକେଟ ଦାଖଲ କରି ନ ପାରିବା କାରଣରୁ ଜନ୍ମିତ ପିତାଙ୍କୁ...

ଆନ୍ଧ୍ରର ଚକ୍ରାନ୍ତ: ଓଡ଼ିଶା ଯୋଜନାକୁ ସୀମାନ୍ତବର୍ତ୍ତୀ ୭ ଗାଁର ବର୍ଜନ ନିଷ୍ପତ୍ତି

ପଟ୍ଟାଙ୍ଗି,୯ା୧୨(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତ ଫାଟୁସିନେରୀ ଗ୍ରାମ ନିକଟ ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ୭ ଗ୍ରାମର ମୁଖିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri