ଓଡ଼ିଆ ଭାଷା ଗବେଷଣା ପାଇଁ କର୍ପସ ପାଣ୍ଠି

ଭୁବନେଶ୍ୱର,୮।୨(ସୁନିତ୍‌ ମିଶ୍ର)ଓଡ଼ିଆ ଭାଷାରେ ଅନ୍ତର୍ଜାତୀୟ ଓ ଜାତୀୟ ସ୍ତରରେ ଗବେଷଣା ନିମନ୍ତେ ୧୦ କୋଟି ଟଙ୍କା ଅନୁଦାନରେ ଏକ କର୍ପସ ପାଣ୍ଠି ଗଠନ କରାଯିବ। ପୁରୀ ଜିଲା ସତ୍ୟବାଦୀଠାରେ ପ୍ରତିଷ୍ଠିତ ଓଡ଼ିଆ ବିଶ୍ୱବିଦ୍ୟାଳୟ ଜରିଆରେ ଏହା କାର୍ଯ୍ୟକାରୀ ହେବା ନେଇ ନିଷ୍ପତ୍ତି ହୋଇଛି। ସେହିପରି ଓଡ଼ିଆ ଭାଷାକୁ ଡିଜିଟାଲ ପଦ୍ଧତି ସହ ସମନ୍ବିତ କରିବା ପାଇଁ ପ୍ରତିବର୍ଷ ଏକ ଅନ୍ତର୍ଜାତୀୟ ଡିଜିଟାଲ ଓଡ଼ିଆ ସମ୍ମିଳନୀ ଆୟୋଜନ କରାଯିବ। ସମ୍ମିଳନୀ ମାଧ୍ୟମରେ ବିଶେଷଜ୍ଞ ଓ ଭାଷାବିତ୍‌ମାନଙ୍କୁ ଏକାଠି କରାଯିବ ବୋଲି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ ପାତ୍ର କହିଛନ୍ତି। ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ଗୃହୀତ ପ୍ରସ୍ତାବ ଭିତ୍ତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗ୍ରହଣ କରିଥିବା ନିଷ୍ପତ୍ତି ସମ୍ପର୍କରେ ମନ୍ତ୍ରୀ ପାତ୍ର ବୁଧବାର ବିଧାନସଭାରେ ଏହି ଘୋଷଣା କରିଛନ୍ତି। ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, କମ୍ପ୍ୟୁଟର କି-ବୋର୍ଡ ଏବଂ ଫଣ୍ଟରେ ବ୍ୟବହୃତ ଓଡ଼ିଆ ଲିପିର ମାନକୀକରଣ ନିମନ୍ତେ ଏକ ବିଶେଷଜ୍ଞ କମିଟି ଗଠନ କରାଯିବ। ଏହି କମିଟି ଏକ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଏହାର କାର୍ଯ୍ୟକାରିତା ନିମନ୍ତେ ପ୍ରସ୍ତାବ ଦେବେ। ସେହିଭଳି ରାଜ୍ୟ ସରକାର ପ୍ରଥମ ପର୍ଯ୍ୟାୟରେ ୧,୫୦୦ ହାଇସ୍କୁଲରେ ସ୍ବତନ୍ତ୍ର ଭାବେ ଓଡ଼ିଆ ଶିକ୍ଷକ ନିଯୁକ୍ତି ଦେବେ। ପରବର୍ତ୍ତୀ ପର୍ଯ୍ୟାୟରେ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ସମସ୍ତ ହାଇସ୍କୁଲ ଏହି କାର୍ଯ୍ୟକ୍ରମର ଅନ୍ତର୍ଭୁକ୍ତ ହେବ। ୧୦୦ ବର୍ଷରୁ ଊର୍ଦ୍ଧ୍ୱ ସ୍କୁଲ ଓ କଲେଜଗୁଡ଼ିକୁ ୧ କୋଟି ଟଙ୍କା ଓ ସ୍ବାଧୀନତା ପୂର୍ବର ବିଶ୍ୱବିଦ୍ୟାଳୟକୁ ୨ କୋଟି ଟଙ୍କାର ଐତିହ୍ୟ ଅନୁଦାନ ଯୋଗାଇ ଦିଆଯିବ। ଏହା ଆମ ଓଡ଼ିଆ-ମାଧ୍ୟମ ଶିକ୍ଷା ବ୍ୟବସ୍ଥାର ସୁରକ୍ଷା ଓ ଅଭିବୃଦ୍ଧି ପାଇଁ ବ୍ୟବହୃତ ହେବ। ଏକ ଅନୁବାଦ ନୀତି ପ୍ରଣୟନ କରି ଭାରତ ତଥା ବିଶ୍ୱର ଅନ୍ୟାନ୍ୟ ଭାଷାରେ ଓଡ଼ିଆ ପୁସ୍ତକର ଅନୁବାଦ ପାଇଁ ଅନୁଦାନର ବ୍ୟବସ୍ଥା କରାଯିବ। ବିଭିନ୍ନ ବିଷୟରେ ଓଡ଼ିଆ ଭାଷାର ବ୍ୟବହାରକୁ ସରଳ ଓ ସୁଗମ କରିବା ପାଇଁ ଏକ ସଂଶୋଧିତ ଶବ୍ଦାବଳୀ ଓ ଶବ୍ଦକୋଷ ପ୍ରସ୍ତୁତ କରିବା ନିମନ୍ତେ ଓଡ଼ିଆ ଶବ୍ଦକୋଷ କମିଟି ଗଠନ ହେବ। ଓଡ଼ିଆ ଭାଷାରେ ବିଜ୍ଞାନ, ବୈଷୟିକ ଶିକ୍ଷା ଓ ଡାକ୍ତରୀ ପାଠ୍ୟକ୍ରମକୁ ପ୍ରୋତ୍ସାହିତ କରିବା ନିମନ୍ତେ ଏକ ମଧ୍ୟବର୍ତ୍ତିକାଳୀନ ନୀତି ପ୍ରଣୟନ କରାଯିବ। ବର୍ତ୍ତମାନ ଓ ଭବିଷ୍ୟତର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଓଡ଼ିଆ ଭାଷାରେ ପ୍ରୟୋଜନ ଥିବା ପ୍ରାସଙ୍ଗିକ ପୁସ୍ତକ ପ୍ରକାଶନ ପାଇଁ ରାଜ୍ୟ ସରକାର ପ୍ରୋତ୍ସାହନ ଯୋଗାଇ ଦେବେ। ଭବିଷ୍ୟତ ପିଢ଼ିଙ୍କ ମଧ୍ୟରେ ଓଡ଼ିଆ ଭାଷାକୁ ଲୋକପ୍ରିୟ କରିବା ପାଇଁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଗ୍ରହଣ କରାଯିବ। ଏଥିରେ ପ୍ରତିବର୍ଷ ଓଡ଼ିଆ ଭାଷାର ୧୦୦ଜଣ ଉଦୀୟମାନ ପ୍ରତିଭାଙ୍କୁ ଚୟନ କରାଯାଇ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସେମାନଙ୍କୁ ସମ୍ମାନିତ କରାଯିବ। ଭାଷା ବୃତ୍ତି ପୁରସ୍କାର ରାଶିର ପରିମାଣ ଓ ସଂଖ୍ୟା ବୃଦ୍ଧି କରାଯିବ। ଛାତ୍ରୀଛାତ୍ରଙ୍କ ମଧ୍ୟରେ ଓଡ଼ିଆ ବକ୍ତୃତା ପ୍ରତିଯୋଗିତା ପାଇଁ ‘ମୁଖ୍ୟମନ୍ତ୍ରୀ କପ୍‌’ ଆରମ୍ଭ ହେବ। ରାଜ୍ୟରେ ଯୁବଗୋଷ୍ଠୀଙ୍କ ମଧ୍ୟରେ ପଠନ ଅଭ୍ୟାସ ବୃଦ୍ଧି ପାଇଁ ସର୍ବସାଧାରଣ ପାଠାଗାର ଅଭିଯାନ ଆରମ୍ଭ କରାଯିବ। ଭାରତ ମଧ୍ୟରେ ଓ ବାହାରେ ଥିବା ଓଡ଼ିଆ ସଂଗଠନଗୁଡ଼ିକୁ ଏହି ଓଡ଼ିଆ ପାଠାଗାର ସ୍ଥାପନ ପାଇଁ ସହଯୋଗ ଯୋଗାଇ ଦିଆଯିବ। ରାଜ୍ୟ ଓ ଦେଶ-ବିଦେଶରେ ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ଓଡ଼ିଆ ଭଉଣୀଭାଇଙ୍କ ଭିତରେ ସ୍ବେଚ୍ଛାକୃତ ମନୋଭାବର ବିକାଶ ଉଦ୍ଦେଶ୍ୟରେ ରାଜ୍ୟ ସରକାର ପ୍ରୋତ୍ସାହନ ଯୋଗାଇ ଦେବେ। କଟକସ୍ଥିତ ପ୍ରିଣ୍ଟିଂ ମ୍ୟୁଜିୟମକୁ ‘ଜାତୀୟ ମ୍ୟୁଜିୟମ’ ରୂପେ ପରିବର୍ଦ୍ଧିତ କରାଯିବ। ଏଥିରେ ସାରା ବିଶ୍ୱର ମୁଦ୍ରଣ ପରମ୍ପରା ପ୍ରଦର୍ଶିତ କରାଯିବ। ଓଡ଼ିଶା ନୌବାଣିଜ୍ୟ ଏବଂ ଦକ୍ଷିଣ-ପୂର୍ବ ଏସୀୟ ପ୍ରତିଷ୍ଠାନକୁ ଏକ ଉତ୍କର୍ଷ କେନ୍ଦ୍ର ରୂପେ ବିକଶିତ କରାଯିବ। ଏଥିପାଇଁ ବର୍ଷକୁ ୨ କୋଟି ଟଙ୍କାର ଅନୁଦାନ ଦିଆଯିବ। ଓଡ଼ିଆ ଭାଷାରେ ଶିଶୁସାହିତ୍ୟର ବିକାଶ ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ସହଯୋଗ ଓ ପ୍ରୋତ୍ସାହନ ଯୋଗାଇଦେବେ। ଭାରତ ତଥା ବିଦେଶର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ଓଡ଼ିଆ ଚେୟାର ପ୍ରତିଷ୍ଠା ପାଇଁ ପଦକ୍ଷେପ ନିଆଯିବ। ପ୍ରାରମ୍ଭରେ ୫ଟି ବିଶ୍ୱବିଦ୍ୟାଳୟରେ ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଓଡ଼ିଆ ଅଧ୍ୟୟନ ବିଷୟକୁ ନେଇ ଏକ ବାର୍ଷିକ ଆନ୍ତର୍ଜାତିକ ଗବେଷଣା ପତ୍ରିକା ଓଡ଼ିଆ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ହେବ। ଓଡ଼ିଶା ବାହାରେ ବସବାସ କରୁଥିବା ଓଡ଼ିଆଙ୍କ ପାଇଁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଏକ ଓଡ଼ିଆ ଲର୍ନିଂ ମ୍ୟାନେଜମେଣ୍ଟ ସିଷ୍ଟମ ପ୍ରସ୍ତୁତ କରାଯିବ। ଏହାଦ୍ୱାରା ଓଡ଼ିଶା ତଥା ବାହାରେ ରହୁଥିବା ଛାତ୍ରୀଛାତ୍ର ଅନଲାଇନରେ ଓଡ଼ିଆ ଭାଷା ଶିକ୍ଷା କରିବା ସହିତ ସାର୍ଟିଫିକେଟ ମଧ୍ୟ ପାଇପାରିବେ। ଏହି ସମସ୍ତ ସୁବିଧା ଓଡ଼ିଆ ଭର୍ଚ୍ଚୁଆଲ ଏକାଡେମୀ ୱେବ୍‌ସାଇଟରେ ଉପଲବ୍ଧ ହେବ। ମୂଲ୍ୟବାନ୍‌ ନଥିପତ୍ରଗୁଡ଼ିକର ଉପଯୁକ୍ତ ପଞ୍ଜୀକରଣ, ସଂରକ୍ଷଣ ଓ ପ୍ରସାରଣ ପାଇଁ ସଂଗ୍ରହାଳୟ ଏବଂ ଅଭିଲେଖାଗାରକୁ ଯଥେଷ୍ଟ ଆର୍ଥିକ ଅନୁଦାନ ପ୍ରଦାନ କରାଯିବ ବୋଲି ମନ୍ତ୍ରୀ ପାତ୍ର କହିଛନ୍ତି। ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ବିଭିନ୍ନ ଅଧିବେଶନରେ ଆଲୋଚିତ ବିଷୟ ଓ ପ୍ରବାସୀ ଓଡ଼ିଆଙ୍କ ସହିତ ୫-ଟି ଅଧ୍ୟକ୍ଷଙ୍କ ଆଲୋଚନା ଆଧାରରେ ଏହିସବୁ ନିଷ୍ପତ୍ତିକୁ ମୁଖ୍ୟମନ୍ତ୍ରୀଙ୍କ ୫-ଟି ପଦକ୍ଷେପ ଅଧୀନରେ ସ୍ବଚ୍ଛ ଓ ସମୟାନୁବଦ୍ଧ ଭାବେ କାର୍ଯ୍ୟକାରୀ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ…

‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’

ସାକ୍ଷୀଗୋପାଳ,୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି…

‘ଆପଣ ଦ୍ବିତୀୟ ଥର ଧୋକା ଦେଇପାରିବେନି’…ଟ୍ରମ୍ପଙ୍କୁ ଗାଳି କରି ହାତ ଛାଡିଦେଲା ସ୍ପେନ

ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ କରି ଆମେରିକା ସାହାଯ୍ୟ ପାଇଁ ୟୁରୋପକୁ ଚାହିଁ ରହିଛି । ତଥାପି, ଏହି ଅଞ୍ଚଳର ଚାରିଟି ରାଷ୍ଟ୍ର ସ୍ପଷ୍ଟ ଭାବରେ ସ୍ପଷ୍ଟ କରିଛନ୍ତି…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି

ପାଟଣା, ୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳ ରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଚେମଣା ପଞ୍ଚାୟତ ଅଙ୍ଗି…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri