ଭୁବନେଶ୍ୱର,୫।୨(ବ୍ୟୁରୋ): ୨୦୨୨-୨୩ ଶିକ୍ଷା ବର୍ଷରେ ଯୁକ୍ତ୨ ପ୍ରଥମ ବର୍ଷ କରେସପଣ୍ଡେନ୍ସ କୋର୍ସ (ଆନୁଷଙ୍ଗିକ ପାଠ୍ୟକ୍ରମ)ରେ ନାମ ଲେଖାଇଥିବା ଛାତ୍ରୀଛାତ୍ରଙ୍କ ତଥ୍ୟ ଦାଖଲ କରିବା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ନିର୍ଦ୍ଦେଶ ଦେଇଛି। ଏ ନେଇ ଶନିବାର ପରିଷଦ ପକ୍ଷରୁ ଉଚ୍ଚ ମାଧ୍ୟମିକ ସ୍କୁଲ ଅଧ୍ୟକ୍ଷଙ୍କୁ ଚିଠି ଲେଖାଯାଇଛି। ପ୍ରତି ଛାତ୍ରୀଛାତ୍ରଙ୍କ କମନ ଆପ୍ଲିକେଶନ ଫର୍ମ, ଦଶମ ମାର୍କଶିଟ୍ ଓ ସାର୍ଟିଫିକେଟ୍, ଲିଭିଂ ସାର୍ଟିଫିକେଟ୍, କଣ୍ଡକ୍ଟ ସାର୍ଟିଫିକେଟ୍, ମାଇଗ୍ରେଶନ ସାର୍ଟିଫିକେଟ୍, ନାମଲେଖା ଫି’ ଦାଖଲର ରସିଦ ଏବଂ କାଷ୍ଟ ସାର୍ଟିଫିକେଟ୍ ଆଦି ତଥ୍ୟ ଦାଖଲ କରିବା ପାଇଁ କୁହାଯାଇଛି। ଆସନ୍ତା ୧୫ ତାରିଖ ସୁଦ୍ଧା ଏ ସମସ୍ତ ତଥ୍ୟ ଉଚ୍ଚ ମାଧ୍ୟମିକ ସ୍କୁଲଗୁଡ଼ିକ ସେମାନଙ୍କ ଜୋନ୍ ଅଫିସ ଡେପୁଟି ସେକ୍ରେଟେରୀଙ୍କ ନିକଟରେ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହିତ ଏହାର ସଫ୍ଟ କପି ଏକ୍ସେଲ ଫାଇଲ୍ରେ ପରିଷଦର ଓ୍ବେବ୍ସାଇଟ୍ chseodisha@gmail.comକୁ ମଧ୍ୟ ପଠାଇବେ। ଯେଉଁ ଉଚ୍ଚ ମାଧ୍ୟମିକ ସ୍କୁଲରେ ଆନୁଷଙ୍ଗିକ ପାଠ୍ୟକ୍ରମ ନାମଲେଖା ହୋଇନାହିଁ, ସେମାନେ ମଧ୍ୟ ଯଥାଶୀଘ୍ର ପରିଷଦକୁ ଅବଗତ କରାଇବେ ବୋଲି ଚିଠିରେ ଉଲ୍ଲେଖ ରହିଛି।
କ୍ରିକେଟ କପ୍: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ
କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...
ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର
ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...
ତୃତୀୟ ଟି୨୦ରେ ଭାରତର ଦମ୍ଦାର ବିଜୟ: ୨-୧ରେ ସିରିଜ୍ ଅଗ୍ରଣୀ
ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍ ବାକି...
ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର
ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...
ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ
ନୂଆଦିଲ୍ଲୀ,୧୪।୧୨: ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...
ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ
ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...
ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ
ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...
୧୧୭ ରନ୍ରେ ଅଟକିଲା ଦକ୍ଷିଣ ଆଫ୍ରିକା
ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍ରେ ୧୧୭ ରନ୍ରେ ଅଲ୍ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍ର...
Archives


