କରୋନାରେ ଖବରଦାତା ପ୍ରଦୀପ ସାହୁଙ୍କ ଦେହାନ୍ତ

ବ୍ରହ୍ମପୁର ଅଫିସ, ୮।୫: ବ୍ରହ୍ମପୁରରେ ଦୈନିକ ଖବରକାଗଜ ‘ସମ୍ବାଦ’ରେ ଗଞ୍ଜାମ ଜିଲା ପ୍ରତିନିଧି ଭାବେ କାର୍ଯ୍ୟରତ ପ୍ରଦୀପ କିଶୋର ସାହୁ (୪୩)ଙ୍କ ଶୁକ୍ରବାର ପୂର୍ବାହ୍ନରେ ଦେହାନ୍ତ ହୋଇଛି। ସେ କରୋନା ଆକ୍ରାନ୍ତ ହୋଇ କନିଷିସ୍ଥିତ ଅଶ୍ୱିନୀ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଥିଲେ।
ପୁରୁଷୋତ୍ତମପୁର ବ୍ଲକ ବଳରାମପୁର ଗ୍ରାମର ମୂଳନିବାସୀ ପ୍ରଦୀପ ବ୍ରହ୍ମପୁର ଲୋଚାପଡ଼ା ଶକ୍ତିନଗରରେ ପରିବାର ସହିତ ରହୁଥିଲେ। ତାଙ୍କର ୨ ପୁଅ ଓ ସ୍ତ୍ରୀ ଅଛନ୍ତି। ସେ ‘ଧରିତ୍ରୀ’ ଖବରକାଗଜରୁ ସାମ୍ବାଦିକତା ଜୀବନ ଆରମ୍ଭ କରି କଟକ, ଭୁବନେଶ୍ୱର ସମେତ ବାରିପଦା, ଖୋର୍ଦ୍ଧା ଓ ପୁରୀରେ ଜିଲା ପ୍ରତିନିଧି ଭାବେ ଦକ୍ଷତାର ସହ ଦାୟିତ୍ୱ ସମ୍ପାଦନ କରିଥିଲେ। ୨୦୧୮ ଡିସେମ୍ବରରୁ ସେ ସମ୍ବାଦରେ ଯୋଗଦେଇଥିଲେ। କରୋନା ସଂକ୍ରମିତ ହୋଇ ପ୍ରାୟ ଦୁଇ ସପ୍ତାହରୁ ଊର୍ଦ୍ଧ୍ୱ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ରହିିଥିଲେ। ମଧ୍ୟାହ୍ନରେ ଶୀତଳାପଲ୍ଲୀ ଶ୍ମଶାନରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପୂର୍ବତନ ଏମ୍‌ପି ବୈଜୟନ୍ତ ପଣ୍ଡା ଟୁଇଟ୍‌ କରି ଶୋକ ବ୍ୟକ୍ତ କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

ନବରାତ୍ରୀର ପ୍ରଥମ ଦିନରେ ସୂର୍ଯ୍ୟଙ୍କ ଗୋଚର, ୫ ରାଶିଙ୍କର ହୁ ହୁ ହୋଇ ବଢିବ ଟଙ୍କା!

ସୂର୍ଯ୍ୟ ଗ୍ରହ ୧୧ ଅକ୍ଟୋବର ୨୦୨୬ ରବିବାର ରାତି ୨ଟା ୨୫ ମିନିଟରେ ହସ୍ତା ନକ୍ଷତ୍ରରୁ ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟ ଗ୍ରହ ମଙ୍ଗଳଙ୍କ ନକ୍ଷତ୍ରରେ…

ଚଳଚଞ୍ଚଳ କ୍ୟାମ୍ପସ  ସରିଲା ନାମାଙ୍କନ, ବୈଧ ପ୍ରାର୍ଥୀ ତାଲିକାକୁ ଅପେକ୍ଷା

ଖୋର୍ଦ୍ଧା,୯।୧୦(ପ୍ରଭାତ ପାଣିଗ୍ରାହୀ): ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଉଠିଛି। ଦୀର୍ଘ ୮ ବର୍ଷ ପରେ କ୍ୟାମ୍ପସ୍‌ରେ ଛାତ୍ର ସଂସଦନିବାଚନ ହେଉଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ…

ଛାତ୍ର ନିର୍ବାଚନରେ ବଢୁଛି ଉତ୍ସାହ: ଅତାବିରା କଲେଜରେ ୨୪ଜଣଙ୍କ ନାମାଙ୍କନ ଦାଖଲ

ଅତାବିରା,୯।୧୦(ଯୁଧିଷ୍ଠିର ମହାପାତ୍ର): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେଉଥିବା ବେଳେ ଅତାବିରା କଲେଜରେ ନିର୍ବାଚନୀ ଉତ୍ସାହ ଦେଖିବାକୁ ମିଳିଛି। କଲେଜର…

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ବାଏ ବାଏ କରି ସମସ୍ତଙ୍କୁ ଚମକାଇଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୯।୧୦:ଭାରତରେ ଜନ୍ମିତ ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଜିତ ରାଭାଲ ପେସାଦାର କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ୩୮ ବର୍ଷୀୟ ଏହି ଓପନିଂ ବ୍ୟାଟର୍‌ ନିଜ କ୍ୟାରିୟର ଓ ଉପଲବ୍ଧିକୁ…

୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍‌ଦାର ଲଢ଼େଇ

ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?