ଖବରଦାତା ସବନମ୍‌ଙ୍କ ପରିବାରକୁ ମିଳିଲା କୋଭିଡ୍‌ ମୃତ୍ୟୁ ସହାୟତା ରାଶି

ଭୁବନେଶ୍ୱର,୧୫।୨(ବ୍ୟୁରୋ): କୋଭିଡ୍‌ରେ ପ୍ରାଣ ହରାଇଥିବା ଖବରଦାତା ସବନମ୍‌ ସିରିନ୍‌ଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ପକ୍ଷରୁ ୧୫ଲକ୍ଷ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ମଙ୍ଗଳବାର ଖୋର୍ଦ୍ଧା ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଏହି ଅନୁକମ୍ପା ରାଶିକୁ ସବ୍‌ନମ୍‌ଙ୍କ ସ୍ବାମୀ କମରୁଦ୍ଦିନ୍‌ ଖାଁଙ୍କୁ ପ୍ରଦାନ କରିଛନ୍ତି। ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆବଶ୍ୟକ ତଥ୍ୟ ସଂଗ୍ରହ ପରେ ରାଜ୍ୟ ସରକାରଙ୍କ ଅନୁମୋଦନ କ୍ରମେ ଏହି ସହାୟତା ଦିଆଯାଇଛି। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଏହି ଅର୍ଥ ସବନମ୍‌ଙ୍କ ସ୍ବାମୀ ଓ ସେମାନଙ୍କ ନାବାଳିକା ଝିଅ ସିନମ୍‌ ସରିନ୍‌ଙ୍କ ଯୁଗ୍ମ ଜମାଖାତାରେ ଅନ୍‌ଲାଇନ୍‌ ମାଧ୍ୟମରେ ଜମା କରାଯାଇଛି। ସହାୟତା ପାଇବା ପରେ କମରୁଦ୍ଦିନ୍‌ ସୂଚନା ଓ ଲୋକସମ୍ପର୍କ ବିଭାଗ ତଥା ରାଜ୍ୟ ସରକାରଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି। ଏହି ସମୟରେ ଖୋର୍ଦ୍ଧା ଅତିରିକ୍ତ ଜିଲାପାଳ ଅନୁଜ କୁମାର ଦାସ ପଟ୍ଟନାୟକ, ଜିଲା ଜରୁରିକାଳୀନ ଅଧିକାରୀ ଉର୍ମିପ୍ରଭା ମହାପାତ୍ର ଏବଂ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପଠାଣି ରାଉତ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଭୁବନେଶ୍ୱରରେ କାର୍ଯ୍ୟରତ ଖବରଦାତା ସରିନ୍‌ ୨୦୨୧ ମେ ୧୧ରେ କୋଭିଡ୍‌ରେ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri