ଖବରଦାତା ସବନମ୍‌ଙ୍କ ପରିବାରକୁ ମିଳିଲା କୋଭିଡ୍‌ ମୃତ୍ୟୁ ସହାୟତା ରାଶି

ଭୁବନେଶ୍ୱର,୧୫।୨(ବ୍ୟୁରୋ): କୋଭିଡ୍‌ରେ ପ୍ରାଣ ହରାଇଥିବା ଖବରଦାତା ସବନମ୍‌ ସିରିନ୍‌ଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ପକ୍ଷରୁ ୧୫ଲକ୍ଷ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ମଙ୍ଗଳବାର ଖୋର୍ଦ୍ଧା ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଏହି ଅନୁକମ୍ପା ରାଶିକୁ ସବ୍‌ନମ୍‌ଙ୍କ ସ୍ବାମୀ କମରୁଦ୍ଦିନ୍‌ ଖାଁଙ୍କୁ ପ୍ରଦାନ କରିଛନ୍ତି। ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆବଶ୍ୟକ ତଥ୍ୟ ସଂଗ୍ରହ ପରେ ରାଜ୍ୟ ସରକାରଙ୍କ ଅନୁମୋଦନ କ୍ରମେ ଏହି ସହାୟତା ଦିଆଯାଇଛି। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଏହି ଅର୍ଥ ସବନମ୍‌ଙ୍କ ସ୍ବାମୀ ଓ ସେମାନଙ୍କ ନାବାଳିକା ଝିଅ ସିନମ୍‌ ସରିନ୍‌ଙ୍କ ଯୁଗ୍ମ ଜମାଖାତାରେ ଅନ୍‌ଲାଇନ୍‌ ମାଧ୍ୟମରେ ଜମା କରାଯାଇଛି। ସହାୟତା ପାଇବା ପରେ କମରୁଦ୍ଦିନ୍‌ ସୂଚନା ଓ ଲୋକସମ୍ପର୍କ ବିଭାଗ ତଥା ରାଜ୍ୟ ସରକାରଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି। ଏହି ସମୟରେ ଖୋର୍ଦ୍ଧା ଅତିରିକ୍ତ ଜିଲାପାଳ ଅନୁଜ କୁମାର ଦାସ ପଟ୍ଟନାୟକ, ଜିଲା ଜରୁରିକାଳୀନ ଅଧିକାରୀ ଉର୍ମିପ୍ରଭା ମହାପାତ୍ର ଏବଂ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପଠାଣି ରାଉତ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଭୁବନେଶ୍ୱରରେ କାର୍ଯ୍ୟରତ ଖବରଦାତା ସରିନ୍‌ ୨୦୨୧ ମେ ୧୧ରେ କୋଭିଡ୍‌ରେ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri