ଗରଦପୁର ବ୍ଲକରେ ଦୁର୍ନୀତି ଅଭିଯୋଗ

ପାଟକୁରା,୧୨ା୧୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଗରଦପୁର ବ୍ଲକ ଏବେ ଦୁର୍ନୀତିର ଗନ୍ତାଘର ସାଜିଛି। ଉନ୍ନୟନ ଅର୍ଥର ବ୍ୟାପକ ହେରଫେର ହୋଇଛି। ଏପରି ଅଭିଯୋଗର ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ରାଷ୍ଟ୍ରୀୟ ମଧ୍ୟବିତ ପରିବାର ମହାସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଲିଖିତ ଦାବିପତ୍ର ଗୁରୁବାର ବିଡିଓଙ୍କୁ ପ୍ରଦାନ କରାଯାଇଛି। ଏ ସମ୍ପର୍କରେ ରାଜ୍ୟ ସଭାପତି ପ୍ରଦୀପ ମିଶ୍ର କହିଛନ୍ତି, ଆଞ୍ଚଳିକ ଉନ୍ନୟନ ପାଇଁ ବିଭିନ୍ନ ଉନ୍ନୟନ ଯୋଜନାରେ ଏହି ବ୍ଲକକୁ ଅନୁଦାନ ଆସୁଛି। ତେବେ ଏଠାରେ ସ୍ଥାନୀୟ ପ୍ରଶାସନ ସ୍ଥାଣୁ ପାଲଟି ଯାଇଛି। କେତେକ ମୁଷ୍ଟିମେୟ ରାଜନେତା ଓ ନିର୍ବାଚିତ ପ୍ରତିନିଧିମାନେ ପ୍ରଶାସକଙ୍କୁ ହାତରେ ରଖି ଅର୍ଥ ହଡପ କରୁଥିବା ଅଭିଯାଗରେ ଉଲ୍ଲେଖ ରହିଛି। ଫଳରେ ବହୁ ସମୟରେ ସରକାରଙ୍କ ଦ୍ୱାରା ସାଧାରଣ ଜନତାଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ଲୋକାଭିମୁଖୀ ଯୋଜନାର ହେରଫେର ହେଉଥିବା ଅଭିଯୋଗ ହୋଇଛି। ସେହିପରି ସୂଚନା ଅଧିକାର ଆଇନ ତଥ୍ୟ ପ୍ରଦାନ କରାଯାଉନାହିଁ। ଏଥିପାଇଁ ୨ଥର ପ୍ରଶାସକଙ୍କୁ ଜରିମାନା ଦେବାକୁ ପଡିଛି। ଗରଦପୁର ବ୍ଲକରେ ହୋଇଥିବା ସମସ୍ତ ଉନ୍ନୟନ କାର୍ଯ୍ୟର ସ୍ବତନ୍ତ୍ର ଅଡିଟ କରାଯାଉ। ଏହାସହ ଦୁର୍ନୀତିରେ ଲିପ୍ତଥିବା ପ୍ରଶାସକ ଓ ଲୋକ ପ୍ରତିନିଧିମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ମହାସଂଘ ପକ୍ଷରୁ ଦାବି କରାଯାଇଥିବା ରାଜ୍ୟ ସଭାପତି ମିଶ୍ର ସୂଚନା ଦେଇଛନ୍ତି। ଏହି ଦାବିପତ୍ର ପ୍ରଦାନ ସମୟରେ ମହାସଂଘର କେନ୍ଦ୍ରାପଡ଼ା ଜିଲା ସଭାପତି ନିରଞ୍ଜନ ପରିଡା, ସମ୍ପାଦକ ଆଶିଷ ବେହେରା, ରାଜ୍ୟ ସମ୍ପାଦକ ହରେକୃଷ୍ଣ ପାତ୍ର, ଜିଲା କାର୍ଯ୍ୟକାରିଣୀ ସଦସ୍ୟ ଅମର ମହାପାତ୍ର, ଧନେଶ୍ୱର ପଟ୍ଟନାୟକ, ମାଧବ ରଥ, ନିରଞ୍ଜନ ଶତପଥୀ ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri