ଦୁର୍ନୀତି ଅଭିଯୋଗ ଆଣି କାର୍ଯ୍ୟାନୁଷ୍ଠାନ ଦାବି

ଖୋର୍ଦ୍ଧା ଅଫିସ,୧୨।୧୦: ଖୋର୍ଦ୍ଧା ତହସିଲ କାର୍ଯ୍ୟାଳୟ ଦୁର୍ନୀତିରେ ବୁଡିଛି। କାର୍ଯ୍ୟାଳୟରେ ଦଲାଲ ସକ୍ରିୟ ରହିଛନ୍ତି। କାର୍ଯ୍ୟାଳୟର କେତେଜଣ ଅସାଧୁ କର୍ମଚାରୀ ଏବଂ ଦଲାଲଙ୍କ ମଧୁଚନ୍ଦ୍ରିକାରେ ଚାଲିଛି କାର୍ଯ୍ୟ। ଫଳରେ ଜମିଜମା ପଟ୍ଟା, ଅନ୍ୟାନ୍ୟ କାମରେ ଆସୁଥିବା ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଦାବି ମୁତାବକ ଲାଞ୍ଚ ନ ଦେଲେ କାର୍ଯ୍ୟ ହୋଇପାରିବ ନାହିଁ ବୋଲି ଦଲାଲଙ୍କ ଜରିଆରେ କହୁଛନ୍ତି। ଏଭଳି ଅଭିଯୋଗ ଆଣିଛନ୍ତି ଖୋର୍ଦ୍ଧାର କେତେଜଣ ସଚେତନ ନାଗରିକ। ଖୋର୍ଦ୍ଧା ତହସିଲ କାର୍ଯ୍ୟାଳୟକୁ ତଦନ୍ତ ପରିସରଭୁକ୍ତ କରି ସାଧାରଣ ଲୋକଙ୍କୁ ନ୍ୟାୟ ଦାବିରେ ମଙ୍ଗଳବାର ଶତାଧିକ ଖୋର୍ଦ୍ଧା ବାସିନ୍ଦାଙ୍କ ଦସ୍ତଖତ ସମ୍ବଳିତ ଏକ ଦାବିପତ୍ର ଜିଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲାପାଳ(ରାଜସ୍ବ) ସାଫଲ୍ୟ ମଣ୍ଡିତ ପ୍ରଧାନଙ୍କୁ ପ୍ରଦାନ କରିଛନ୍ତି।
ଦାବିପତ୍ରରେ ଉଲ୍ଲେଖ ରହିଛି ଯେ, ଦୀର୍ଘବର୍ଷ ହେବ ଏହି କାର୍ଯ୍ୟାଳୟରେ ଦୁର୍ନୀତିର ଚେର ବଢିବାରେ ଲାଗିଛି। ଦଲାଲଙ୍କ ଦ୍ୱାରା କାର୍ଯ୍ୟାଳୟ ଅପରେଟିଂ ହେଉଛି। ଏହି ତହସିଲ ଅନ୍ତର୍ଗତ ବିଭିନ୍ନ ଆର୍‌ଆଇ ସର୍କଲରେ କାର୍ଯ୍ୟରତ କେତେଜଣ କର୍ମଚାରୀ ଏକ ନିର୍ଦ୍ଦିଷ୍ଟ ଦୋକାନରେ ବିଳମ୍ବିତ ରାତି ପର୍ଯ୍ୟନ୍ତ ବେଆଇନ ଭାବେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର କାର୍ଯ୍ୟ କରୁଛନ୍ତି। ଏନେଇ ଉପରିସ୍ଥ ଅଧିକାରୀଙ୍କ ନିକଟରେ ବାରମ୍ବାର ଅଭିଯୋଗ ସତ୍ତ୍ୱେ କୌଣସି ପଦକ୍ଷେପ ନିଆଯାଉନାହିଁ। ବେଆଇନ ଭାବେ ଚାଲାଣ ହେଉଥିବା ଲଘୁଖଣିଜ ଚଢ଼ାଉ ଆଳରେ ତହସିଲର କେତେଜଣ କର୍ମଚାରୀ ଅର୍ଥ ଆଦାୟ କରି ଛାଡି ଦେଉଥିବା ଅଭିଯୋଗ ହେଉଛି। ଏଥିସହିତ ତହସିଲଦାର ଈପ୍‌ସିତ ସାହୁଙ୍କ ନାମରେ ମଧ୍ୟ ଅଭିଯୋଗ ଆଣିଛନ୍ତି। ତହସିଲଦାର ଜନସାଧାରଣଙ୍କୁ ଦୁର୍ବ୍ୟବହାର କରିବା, ପ୍ରତିବାଦ କଲେ କୌଣସି କାମ କରାଯିବ ନାହିଁ ବୋଲି ଧମକ ଦେଇ ଫେରାଉ ଦେଉଛନ୍ତି। ଏଥିସହ ତହସିଲଦାର ପୌର ନିର୍ବାହୀ ଅଧିକାରୀ ଭାବେ ଅତିରିକ୍ତ ଦାୟିତ୍ୱରେ ମଧ୍ୟ ରହିଛନ୍ତି। ତେବେ ତହସିଲଦାରଙ୍କ ଅବହେଳାରୁ ରାସ୍ତାଘାଟ ଶୋଚନୀୟ ହୋଇପଡିଥିବା ବେଳେ ଡ୍ରେନେଜ୍‌ ବ୍ୟବସ୍ଥା ଭୁଶୁଡିଗଲାଣି। ସ୍ବୟଂ ସହାୟକ ଗୋଷ୍ଠୀଙ୍କ ଦ୍ୱାରା କାର୍ଯ୍ୟର ଅର୍ଥ ଲାଞ୍ଚ ନ ଦେଲେ ବିଲ୍‌ କରାଯାଉନାହିଁ। ବିଭିନ୍ନ ସମସ୍ୟା ନେଇ ଆସୁଥିବା ଲୋକଙ୍କ ଅଭିଯୋଗକୁ ତହସିଲଦାର କୌଣସି ଗୁରୁତ୍ୱ ଦେଉନାହାନ୍ତି ବୋଲି ଦାବିପତ୍ରରେ ଉଲ୍ଲେଖ ରହିଛି। ତାଙ୍କ ବିରୋଧରେ ଆସିଥିବା ସମସ୍ତ ଅଭିଯୋଗକୁ ତହସିଲଦାର ଈପସିତ ସାହୁ ଖଣ୍ଡନ କରିଛନ୍ତି। ଅନ୍ୟପକ୍ଷରେ ଜିଲାପାଳଙ୍କ ସହ ଆଲୋଚନା କରାଯାଇ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ଅତିରିକ୍ତ ଜିଲାପାଳ ପ୍ରଧାନ ପ୍ରତଶ୍ରୁତି ଦେଇଥିବା ଅଭିଯୋଗକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri