ଦୁର୍ନୀତି ଅଭିଯୋଗ ଆଣି କାର୍ଯ୍ୟାନୁଷ୍ଠାନ ଦାବି

ଖୋର୍ଦ୍ଧା ଅଫିସ,୧୨।୧୦: ଖୋର୍ଦ୍ଧା ତହସିଲ କାର୍ଯ୍ୟାଳୟ ଦୁର୍ନୀତିରେ ବୁଡିଛି। କାର୍ଯ୍ୟାଳୟରେ ଦଲାଲ ସକ୍ରିୟ ରହିଛନ୍ତି। କାର୍ଯ୍ୟାଳୟର କେତେଜଣ ଅସାଧୁ କର୍ମଚାରୀ ଏବଂ ଦଲାଲଙ୍କ ମଧୁଚନ୍ଦ୍ରିକାରେ ଚାଲିଛି କାର୍ଯ୍ୟ। ଫଳରେ ଜମିଜମା ପଟ୍ଟା, ଅନ୍ୟାନ୍ୟ କାମରେ ଆସୁଥିବା ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଦାବି ମୁତାବକ ଲାଞ୍ଚ ନ ଦେଲେ କାର୍ଯ୍ୟ ହୋଇପାରିବ ନାହିଁ ବୋଲି ଦଲାଲଙ୍କ ଜରିଆରେ କହୁଛନ୍ତି। ଏଭଳି ଅଭିଯୋଗ ଆଣିଛନ୍ତି ଖୋର୍ଦ୍ଧାର କେତେଜଣ ସଚେତନ ନାଗରିକ। ଖୋର୍ଦ୍ଧା ତହସିଲ କାର୍ଯ୍ୟାଳୟକୁ ତଦନ୍ତ ପରିସରଭୁକ୍ତ କରି ସାଧାରଣ ଲୋକଙ୍କୁ ନ୍ୟାୟ ଦାବିରେ ମଙ୍ଗଳବାର ଶତାଧିକ ଖୋର୍ଦ୍ଧା ବାସିନ୍ଦାଙ୍କ ଦସ୍ତଖତ ସମ୍ବଳିତ ଏକ ଦାବିପତ୍ର ଜିଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲାପାଳ(ରାଜସ୍ବ) ସାଫଲ୍ୟ ମଣ୍ଡିତ ପ୍ରଧାନଙ୍କୁ ପ୍ରଦାନ କରିଛନ୍ତି।
ଦାବିପତ୍ରରେ ଉଲ୍ଲେଖ ରହିଛି ଯେ, ଦୀର୍ଘବର୍ଷ ହେବ ଏହି କାର୍ଯ୍ୟାଳୟରେ ଦୁର୍ନୀତିର ଚେର ବଢିବାରେ ଲାଗିଛି। ଦଲାଲଙ୍କ ଦ୍ୱାରା କାର୍ଯ୍ୟାଳୟ ଅପରେଟିଂ ହେଉଛି। ଏହି ତହସିଲ ଅନ୍ତର୍ଗତ ବିଭିନ୍ନ ଆର୍‌ଆଇ ସର୍କଲରେ କାର୍ଯ୍ୟରତ କେତେଜଣ କର୍ମଚାରୀ ଏକ ନିର୍ଦ୍ଦିଷ୍ଟ ଦୋକାନରେ ବିଳମ୍ବିତ ରାତି ପର୍ଯ୍ୟନ୍ତ ବେଆଇନ ଭାବେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର କାର୍ଯ୍ୟ କରୁଛନ୍ତି। ଏନେଇ ଉପରିସ୍ଥ ଅଧିକାରୀଙ୍କ ନିକଟରେ ବାରମ୍ବାର ଅଭିଯୋଗ ସତ୍ତ୍ୱେ କୌଣସି ପଦକ୍ଷେପ ନିଆଯାଉନାହିଁ। ବେଆଇନ ଭାବେ ଚାଲାଣ ହେଉଥିବା ଲଘୁଖଣିଜ ଚଢ଼ାଉ ଆଳରେ ତହସିଲର କେତେଜଣ କର୍ମଚାରୀ ଅର୍ଥ ଆଦାୟ କରି ଛାଡି ଦେଉଥିବା ଅଭିଯୋଗ ହେଉଛି। ଏଥିସହିତ ତହସିଲଦାର ଈପ୍‌ସିତ ସାହୁଙ୍କ ନାମରେ ମଧ୍ୟ ଅଭିଯୋଗ ଆଣିଛନ୍ତି। ତହସିଲଦାର ଜନସାଧାରଣଙ୍କୁ ଦୁର୍ବ୍ୟବହାର କରିବା, ପ୍ରତିବାଦ କଲେ କୌଣସି କାମ କରାଯିବ ନାହିଁ ବୋଲି ଧମକ ଦେଇ ଫେରାଉ ଦେଉଛନ୍ତି। ଏଥିସହ ତହସିଲଦାର ପୌର ନିର୍ବାହୀ ଅଧିକାରୀ ଭାବେ ଅତିରିକ୍ତ ଦାୟିତ୍ୱରେ ମଧ୍ୟ ରହିଛନ୍ତି। ତେବେ ତହସିଲଦାରଙ୍କ ଅବହେଳାରୁ ରାସ୍ତାଘାଟ ଶୋଚନୀୟ ହୋଇପଡିଥିବା ବେଳେ ଡ୍ରେନେଜ୍‌ ବ୍ୟବସ୍ଥା ଭୁଶୁଡିଗଲାଣି। ସ୍ବୟଂ ସହାୟକ ଗୋଷ୍ଠୀଙ୍କ ଦ୍ୱାରା କାର୍ଯ୍ୟର ଅର୍ଥ ଲାଞ୍ଚ ନ ଦେଲେ ବିଲ୍‌ କରାଯାଉନାହିଁ। ବିଭିନ୍ନ ସମସ୍ୟା ନେଇ ଆସୁଥିବା ଲୋକଙ୍କ ଅଭିଯୋଗକୁ ତହସିଲଦାର କୌଣସି ଗୁରୁତ୍ୱ ଦେଉନାହାନ୍ତି ବୋଲି ଦାବିପତ୍ରରେ ଉଲ୍ଲେଖ ରହିଛି। ତାଙ୍କ ବିରୋଧରେ ଆସିଥିବା ସମସ୍ତ ଅଭିଯୋଗକୁ ତହସିଲଦାର ଈପସିତ ସାହୁ ଖଣ୍ଡନ କରିଛନ୍ତି। ଅନ୍ୟପକ୍ଷରେ ଜିଲାପାଳଙ୍କ ସହ ଆଲୋଚନା କରାଯାଇ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ଅତିରିକ୍ତ ଜିଲାପାଳ ପ୍ରଧାନ ପ୍ରତଶ୍ରୁତି ଦେଇଥିବା ଅଭିଯୋଗକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri