ଟିପିସିଓଡିଏଲ୍‌ରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ

ଭୁବନେଶ୍ୱର,୨୯।୧୦: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌(ଟିପିସିଓଡିଏଲ୍‌) ପରିସରରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ସୋମବାର ପାଳିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୪ ଅକ୍ଟୋବର ୨୮ରୁ ନଭେମ୍ବର ୩ ତାରିଖ ପର୍ଯ୍ୟନ୍ତ ‘ଦେଶର ସମୃଦ୍ଧି ପାଇଁ ସଚ୍ଚୋଟତାର ସଂସ୍କୃତି’ ଶୀର୍ଷକ ବିଷୟବସ୍ତୁରେ ଚଳିତବର୍ଷର ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଟିପିସିଓଡିଏଲ୍‌ର କର୍ପୋରେଟ୍‌ କାର୍ଯ୍ୟାଳୟଠାରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇ ଟିପିସିଓଡିଏଲ୍‌ର ସିଇଓ ଅରଭିନ୍ଦ୍‌ ସିଂହ କମ୍ପାନୀର ବରିଷ୍ଠ ନେତୃତ୍ୱ ଦଳକୁ ସଚ୍ଚୋଟତାର ଶପଥପାଠ କରାଇବା ସହ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନର ଆନୁଷ୍ଠାନିକ ଶୁଭାରମ୍ଭ କରିଥିଲେ। ଭାରତର ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା ପାଠ କରାଯାଇଥିବାବେଳେ ଟିପିସିଓଡିଏଲ୍‌ର ସମସ୍ତ କାର୍ଯ୍ୟକ୍ଷେତ୍ରର କର୍ମଚାରୀ ନିଜ ନିଜ ମୁଖ୍ୟ ଏବଂ ପରିଚାଳକଙ୍କ ନେତୃତ୍ୱରେ ଏକକାଳୀନ ସଚ୍ଚୋଟତା ଶପଥ ଗ୍ରହଣ କରିଥିଲେ। ସେହିଭଳି ସପ୍ତାହସାରା ଟିପିସିଓଡିଏଲ୍‌ର ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଗ୍ରାମସଭା ଏବଂ ବିଦ୍ୟାଳୟ ଓ କଲେଜ ଆଦିରେ ବକ୍ତୃତା, ବିତର୍କ ପ୍ରତିଯୋଗିତା ସମେତ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଦୁର୍ନୀତି ବିରୋଧରେ ସମସ୍ତ ଅଂଶୀଦାରଙ୍କୁ ଏକଜୁଟ ହେବାକୁ ଉତ୍ସାହିତ କରି ସମସ୍ତ କାର୍ଯ୍ୟାଳୟଠାରେ ବ୍ୟାନର ଓ ପୋଷ୍ଟର ଲଗାଯିବ। ଏହି ପଦକ୍ଷେପ ମାଧ୍ୟମରେ ଟିପିସିଓଡିଏଲ୍‌ ଏକ ସ୍ବଚ୍ଛ, ନୈତିକ ଏବଂ ଦୁର୍ନୀତିମୁକ୍ତ ଭବିଷ୍ୟତ ଗଠନ ପାଇଁ ନିଜର ସମର୍ପଣକୁ ଦୋହରାଇଛି। ଏ ନେଇ ଅରଭିନ୍ଦ୍‌ କହିଛନ୍ତି, ମୁଁ ସମସ୍ତ କର୍ମଚାରୀଙ୍କୁ ଅନୁରୋଧ କରୁଛି, ସେମାନେ ଉଭୟ ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନରେ ସଚ୍ଚୋଟତା ଏବଂ ନୈତିକତାର ମୂଲ୍ୟବୋଧକୁ ପ୍ରତିଫଳିତ କରାନ୍ତୁ। ଏହି ପ୍ରୟାସରେ ଆମର ଯୁବ କର୍ମଚାରୀମାନଙ୍କୁ ମାର୍ଗଦର୍ଶନ କରିବାର ଦାୟିତ୍ୱ ଗ୍ରହଣ କରିବାକୁ ମୁଁ ବରିଷ୍ଠ ନେତୃତ୍ୱଙ୍କୁ ଆହ୍ବାନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri