ସଚେତନତା ବଢ଼ିଲେ ରୋକାଯାଇ ପାରିବ ଦୁର୍ନୀତି

ଭଞ୍ଜନଗର,୧ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଦୁର୍ନୀତି ନିବାରଣ ସପ୍ତାହ ପାଳିତ ହୋଇଯାଇଛି। ଏଥିରେ ଅତିଥିମାନେ ଯୋଗଦେଇ କର୍ମଚାରୀ, ସାଧାରଣଜନତା ଏବଂ ଛାତ୍ରୀଛାତ୍ରଙ୍କ ମଧ୍ୟରେ ସଚେତନତା ବଢ଼ିଲେ ହିଁ ଯାଇ ଦୁର୍ନୀତିକୁ ରୋକାଯାଇ ପାରିବ ବୋଲି କହିଥିଲେ। ଜାତୀୟ ସେବା ଯୋଜନା ଶାଖା ୧ ଓ ୨ ସମେତ ଯୁବ ରେଡ୍‌କ୍ରସ୍‌ ପକ୍ଷରୁ ମିଳିତ ଭାବେ ଏହି କାର୍ଯ୍ୟକ୍ରମ ହୋଇଥିଲା। ଏଥିରେ କଲେଜ ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ସଭାପତିତ୍ୱ କରିଥିଲେ। ପ୍ରଶାସନିକ ଅଧିକାରୀ ବିଭାସ ଦାସ, ପ୍ରାଧ୍ୟାପକ କୁମୁନ୍ଦ ଚନ୍ଦ୍ର ମହାପାତ୍ର, ପ୍ରଶାନ୍ତ କୁମାର ରଥ ଆଲୋଚନାରେ ଭାଗ ନେଇ ନିଜର ମତ ରଖିଥିଲେ। କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ଜାତୀୟ ସେବା ଯୋଜନା ଅଧିକାରୀ ବି ପ୍ରଧାନ, ସସ୍ମିତା ଦାସ, ଯୁବ ରେଡ୍‌କ୍ରସ୍‌ ଅଧିକାରୀ ବିଦେଶୀ ରାଉତ ପ୍ରମୁଖ ସହଯୋଗ କରିଥିଲେ। ଏହା ପୂର୍ବରୁ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ଅବସରରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ମଧ୍ୟ ହୋଇଥିଲା।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପଥରରେ ପିଟି ହୋଇ ଖାଲକୁ ଖସିପଡ଼ିଲା ପୋଲିସ ଗାଡ଼ି, ମହିଳା ଏସ୍‌ଆଇଙ୍କ ସମେତ…

ଖଲ୍ଲିକୋଟ,୩୧ା୧(ପ୍ରଶାନ୍ତ କୁମାର ମିଶ୍ର): ଘନକୁହୁଡ଼ି ଯୋଗୁ ୧୬ ନମ୍ବର ଜାତୀୟ ରାଜପଥରେ ଶନିବାର ଏକ ଦୁର୍ଘଟଣା ଘଟିଛି। ରାସ୍ତା ଉପରେ ପଡ଼ିଥିବା ଗୋଟିଏ ପଥରରେ ପିଟି ହୋଇ…

ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ…

ଅନ୍ତର୍ଜାତୀୟ କ୍ରୀଡ଼ାବିତ୍‌ ଭି. ରମେଶଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ, ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୩୧।୧(ଦିଲ୍ଲୀପ ସାମଲ): ଭିନ୍ନକ୍ଷମ ହେଲେବି ସେ ସକ୍ଷମ । କ୍ରୀଡା କ୍ଷେତ୍ରରେ ବେଶ ସଫଳତା ହାସଲ କରି ଦେଶ ବିଦେଶରେ ସୁନାମ ଅର୍ଜନ କରିଥିବା ଅନ୍ତର୍ଜାତୀୟ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ଦିଗପହଣ୍ଡିରେ ମାତିଛି ଗୋଠଛଡ଼ା ହାତୀ: ଭୟଭୀତ ଅଞ୍ଚଳବାସୀ, ସନ୍ଧ୍ୟା ହେଲେ ପଡୁଛି ତାଟି କବାଟ…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତରେ ଗତ ୪ ଦିନ ହେବ ଗୋଟିଏ ଗୋଠଛଡ଼ା ହାତୀ ଘୁରି ବୁଲୁଛି। ସା ହେଲେ ହାତୀଟି…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ସ୍ବାଧୀନତା ସଂଗ୍ରାମୀଙ୍କୁ ମନେ ପକାଇ ତାଲୁକ ଆଇନ ସହାୟତା କମିଟି ପାଳିଲା…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶୁକ୍ରବାର ସିଭିଲ କୋର୍ଟ କମ୍ପ୍ଲେକ୍ସ ପରିସରରେ ଶହୀଦ ଦିବସ ପାଳିତ ହୋଇଯାଇଛି।…

ଗ୍ରାମବାସୀଙ୍କୁ ମିଳୁନି ପାଣି, ନିଆଁ ଜାଳି କଲେ ରାସ୍ତାରୋକୋ

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗାଁରେ ଦୀର୍ଘଦିନ ହେଲା ପାନୀୟଜଳ ପ୍ରକଳ୍ପ ଅଚଳ ହୋଇ ପଡ଼ିରହିଛି। ଲୋକଙ୍କୁ ପାଇପ୍‌ ଯୋଗେ ପାନୀୟଜଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri