ସଚେତନତା ବଢ଼ିଲେ ରୋକାଯାଇ ପାରିବ ଦୁର୍ନୀତି

ଭଞ୍ଜନଗର,୧ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଦୁର୍ନୀତି ନିବାରଣ ସପ୍ତାହ ପାଳିତ ହୋଇଯାଇଛି। ଏଥିରେ ଅତିଥିମାନେ ଯୋଗଦେଇ କର୍ମଚାରୀ, ସାଧାରଣଜନତା ଏବଂ ଛାତ୍ରୀଛାତ୍ରଙ୍କ ମଧ୍ୟରେ ସଚେତନତା ବଢ଼ିଲେ ହିଁ ଯାଇ ଦୁର୍ନୀତିକୁ ରୋକାଯାଇ ପାରିବ ବୋଲି କହିଥିଲେ। ଜାତୀୟ ସେବା ଯୋଜନା ଶାଖା ୧ ଓ ୨ ସମେତ ଯୁବ ରେଡ୍‌କ୍ରସ୍‌ ପକ୍ଷରୁ ମିଳିତ ଭାବେ ଏହି କାର୍ଯ୍ୟକ୍ରମ ହୋଇଥିଲା। ଏଥିରେ କଲେଜ ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ସଭାପତିତ୍ୱ କରିଥିଲେ। ପ୍ରଶାସନିକ ଅଧିକାରୀ ବିଭାସ ଦାସ, ପ୍ରାଧ୍ୟାପକ କୁମୁନ୍ଦ ଚନ୍ଦ୍ର ମହାପାତ୍ର, ପ୍ରଶାନ୍ତ କୁମାର ରଥ ଆଲୋଚନାରେ ଭାଗ ନେଇ ନିଜର ମତ ରଖିଥିଲେ। କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ଜାତୀୟ ସେବା ଯୋଜନା ଅଧିକାରୀ ବି ପ୍ରଧାନ, ସସ୍ମିତା ଦାସ, ଯୁବ ରେଡ୍‌କ୍ରସ୍‌ ଅଧିକାରୀ ବିଦେଶୀ ରାଉତ ପ୍ରମୁଖ ସହଯୋଗ କରିଥିଲେ। ଏହା ପୂର୍ବରୁ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ଅବସରରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ମଧ୍ୟ ହୋଇଥିଲା।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପରିବେଶ ସୁରକ୍ଷାରେ ଗଞ୍ଜାମ ଗ୍ରାସିମର ବାଜିମାତ୍: ମିଳିଲା “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬”

ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ…

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ସାମାଜିକ ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’…

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ବଟେଶ୍ୱର ବେଳାଭୂମିରେ ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର

ଗଞ୍ଜାମ, ୧୯/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆଗଡ଼ସ୍ଥିତ ବଟେଶ୍ୱର ବେଳାଭୂମିଠାରେ ଶନିବାର ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?