ଆର୍‌ଡି ରାସ୍ତାରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଫଳକ ଲଗାଇ ଲୁଟ୍‌

ଆନନ୍ଦପୁର/କଣ୍ଟିପାଳ, ୧।୮(ସନ୍ତୋଷ ରାଉତ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅଧୀନ କଣ୍ଟିପାଳ ପଞ୍ଚାୟତରେ ମହାଦୁର୍ନୀତି ନଜରକୁ ଆସିଛି। ଆରଡି ବିଭାଗ ଦ୍ୱାରା ନିର୍ମାଣ ହୋଇଥିବା ଏକ ରାସ୍ତାରେ ଏମଜିଏନ୍‌ଆର୍‌ଇଜିଏସ୍‌(ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା)ର ନାମଫଳକ ଲଗାଯାଇ ଅର୍ଥ ହରିଲୁଟ୍‌ ହୋଇଛି। ଏହି ଅନିୟମିତତାର ନିରପେକ୍ଷ ତଦନ୍ତ କରାଗଲେ ଗୁମର ଫିଟନ୍ତା ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି।
ଅଭିଯୋଗ ମୁତାବକ, ଆନନ୍ଦପୁର ବ୍ଲକ୍‌ କଣ୍ଟିପାଳ ପଞ୍ଚାୟତରେ ଥିବା ୫୩ ନଂ. ରାଜ୍ୟ ରାଜପଥରୁ ମଠସାହି ପର୍ଯ୍ୟନ୍ତ ରାସ୍ତା ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା ନିର୍ମାଣ ହେଉଛି। କାର୍ଯ୍ୟ ଅବଧି ଶେଷ ହୋଇଥିଲେ ବି ନିର୍ମାଣ କାର୍ଯ୍ୟ ଶେଷ ହୋଇନି। ଅନ୍ୟପକ୍ଷରେ ଏହି ରାସ୍ତାକୁ ଦର୍ଶାଯାଇ ଏମଜିଏନ୍‌ଆର୍‌ଇଜିଏସ୍‌ରେ ୧୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଦୁଇଟି ରାସ୍ତାର ଅର୍ଥ ହଡ଼ପ ହୋଇଥିବା ଅଭିଯୋଗ ହୋଇଛି। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଡିସେମ୍ବର ୨୦୨୨ରେ ସାଉଁତି ସାହିଠାରୁ ନଦା ଓ ମାର୍ଚ୍ଚ ୨୦୨୩ରେ ରତେଇ ସାହି ତାରିଣୀ ଶାଳଠାରୁ ନଦା ଦୁଇଟି କାର୍ଯ୍ୟାଦେଶରେ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହଡ଼ପ କରାଯାଇଛି। ପ୍ରଶାସନର ଜାଣତରେ ଏଭଳି ଦୁର୍ନୀତିକୁ ପ୍ରୋତ୍ସାହନ ଦିଆଯାଉଥିବାବେଳେ ହାତଗୁଞ୍ଜାରେ ପ୍ରଶାସନ ଚୁପ୍‌ ବସୁଥିବା ସ୍ଥାନୀୟ ଅଧିବାସୀ ଅଭିଯୋଗ କରିଛନ୍ତି। ଘଟଣା ନଜରକୁ ଆସିବା ପରେ ଆନନ୍ଦପୁର ବିଡିଓ ଏମଜିଏନ୍‌ଆର୍‌ଇଜିଏସ୍‌ ବିଲ୍‌କୁ ବନ୍ଦ କରି ତଦନ୍ତ ପାଇଁ ପଦକ୍ଷେପ ନେବାକୁ କହିଛନ୍ତି। ବିଡିଓ ପଞ୍ଚାନନ ମଲ୍ଲିକ କହିଛନ୍ତି, ପ୍ରଥମ ପର୍ଯ୍ୟାୟରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ କାର୍ଯ୍ୟ ହୋଇଥିଲା। ସେଥିରେ ହୋଇଥିବା କାମ ଅନୁସାରେ ଅନୁଦାନ ଦିଆଯାଇଛି। ଦ୍ୱିତୀୟ ପର୍ଯ୍ୟାୟ କାର୍ଯ୍ୟ ହେବା ସମୟରେ ଏହି ରାସ୍ତା ଆରଡି ବିଭାଗ ଅଧୀନକୁ ଆସିଥିବା ଜଣାପଡ଼ିବା ପରେ କାର୍ଯ୍ୟ ବନ୍ଦ କରାଯାଇଛି। ଯେଉଁ କାର୍ଯ୍ୟ ହୋଇଛି କ’ଣ ତାର ସତ୍ୟାସତ୍ୟ ରହିଛି, ତଦନ୍ତ ପରେ ଅବଗତ କରାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri