Posted inଜାତୀୟ

ପ୍ରଫେସର ନିଯୁକ୍ତିରେ ଦୁର୍ନୀତି: ଯାଞ୍ଚ ଆଦେଶ ଦେଲେ ଉପରାଜ୍ୟପାଳ…

ନୂଆଦିଲ୍ଲୀ,୩।୫ : ଦିଲ୍ଲୀର ଉପରାଜ୍ୟପାଳ (ଏଲଜି) ଭି.କେ ସାକ୍ସେନା ଦିଲ୍ଲୀ ଫାର୍ମାସ୍ୟୁଟିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ ୟୁନିଭରସିଟି (ଡିପିଏସଆରୟୁ) ପ୍ରଫେସର ନିଯୁକ୍ତିରେ ଅନିୟମିତତା ଅଭିଯୋଗର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ବାସ୍ତବରେ, ଅନୁଷ୍ଠାନର ପ୍ରଫେସର, ଆସୋସିଏଟ ପ୍ରଫେସର ଏବଂ ସହକାରୀ ପ୍ରଫେସର ପଦବୀରେ ନିଯୁକ୍ତିକୁ ନେଇ ଦୁର୍ନୀତି ଅଭିଯୋଗ ଆସିଥିଲା। ରାଜ ନିବାସ ସୂତ୍ରରୁ ସୂଚନା ପ୍ରଦାନ କରାଯାଇଛି, ଡିପିଏସଆରୟୁରେ ପ୍ରଫେସର ନିଯୁକ୍ତିରେ ବ୍ୟାପକ ଅନିୟମିତତା ଅଭିଯୋଗ ଉପରେ ଏଲଜି ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ୨୦୧୯ରେ ପ୍ରଫେସର ନିଯୁକ୍ତିରେ ଏକ ବଡ଼ ଧରଣର ଦୁର୍ନୀତି, ପକ୍ଷପାତିତା ହୋଇଥିବା ଅଭିଯୋଗରେ ଦର୍ଶାଯାଇଛି।

ରିପୋର୍ଟ ଅନୁଯାୟୀ, ଏହି ଅନୁଷ୍ଠାନରେ ପ୍ରଫେସର, ଆସୋସିଏଟ ପ୍ରଫେସର ଏବଂ ସହକାରୀ ପ୍ରଫେସର ନିଯୁକ୍ତି ପାଇଁ ଫେବୃଆରୀ ଏବଂ ଜୁଲାଇ ୨୦୧୯ ରେ ଆବେଦନ କରାଯାଇଥିଲା। ଏହାର କିଛି ମାସ ପରେ, ୨୦୨୦ ରେ, ଏହି ନିଯୁକ୍ତିରେ ବଡ଼ ଧରଣର ଅନିୟମିତତା ଅଭିଯୋଗ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ଅଭିଯୋଗ ଗ୍ରହଣ କରିବା ପରେ ବିଭାଗ ଡିପିଏସଆରୟୁରୁ ରେକର୍ଡ ଲୋଡିିଥିଲା ଏବଂ ସେହି ଆଧାରରେ ବିଭାଗର ଭିଜିଲାନ୍ସ ୱିଙ୍ଗ ସେହି ୬ଜଣ ପ୍ରାର୍ଥୀଙ୍କ ନିଯୁକ୍ତି ସହ ଜଡିତ ଦଲିଲଗୁଡ଼ିକୁ ଯାଞ୍ଚ କରିଥିଲେ। ଏହି ଅନୁସନ୍ଧାନରେ ଅନେକ ଅନିୟମିତତା ଦେଖିବାକୁ ମିଳିଥିଲା। ଏହା ପରେ ଏଲଜିଙ୍କ ପକ୍ଷରୁ ଏହି ଘଟଣାର ବିସ୍ତୃତ ତଦନ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ସୂଚନାନୁସାରେ, ପ୍ରାର୍ଥୀଙ୍କ ନିଯୁକ୍ତିରେ ଅନିୟମିତତା ସାମ୍ନାକୁ ଆସିଛି ଯାହାର ନିଯୁକ୍ତି ଭିଜିଲାନ୍ସ ବିଭାଗ ଦ୍ୱାରା ଯାଞ୍ଚ କରାଯାଇଥିଲା। ଭିଜିଲାନ୍ସ ବିଭାଗ ଏହାର ରିପୋର୍ଟରେ ଦର୍ଶାଇଛି , ସମ୍ପୃକ୍ତ ପ୍ରାର୍ଥୀଙ୍କ ଉପରେ ଉପରୋକ୍ତ ପଦବୀ ପାଇଁ ଅଭିଜ୍ଞତା ଅଭାବ ରହିଛି କିମ୍ବା ଯୋଗ୍ୟତା ମାନଦଣ୍ଡ ପୂରଣ ପାଇଁ ଜାଲ ଡକ୍ୟୁମେଣ୍ଟ ଦାଖଲ କରାଯାଇଛି। ରିପୋର୍ଟରେ ଏହା ମଧ୍ୟ କୁହାଯାଇଛି, ଡିପିଏସଆରୟୁ ପ୍ରଫେସରଙ୍କ ସକ୍ରିୟ ହସ୍ତକ୍ଷେପ ବିନା ନିଯୁକ୍ତିରେ ଏଭଳି ବଡ଼ ଧରଣର ଦୁର୍ନୀତି ସମ୍ଭବ ନୁହେଁ। ମୁଖ୍ୟ ଶାସନ ସଚିବଙ୍କ ପ୍ରସ୍ତାବକୁ ଗ୍ରହଣ କରି ଡିଜିପିଆରୟୁ ଅଧିନିୟମ ଅନୁଯାୟୀ ଯାଞ୍ଚ ଏବଂ ଅନୁସନ୍ଧାନ ପାଇଁ ୭ ଦିନିଆ ବିଜ୍ଞପ୍ତି ଜାରି କରିବାକୁ ଏଲଜି ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri