କଲମୀ କାଜୁ ଚାରାରୋପଣରେ ଦୁର୍ନୀତି

କେନ୍ଦୁଝର,୧୨ା୧(ଦୀପକ ମିଶ୍ର): କାରଖାନା, ଶିଳ୍ପ, ଖଣି, ଯାନବାହନ ଓ ବସତି ସ୍ଥାପନ ପାଇଁ ପରିବେଶ ପ୍ରଦୂଷିତ ହେବା ସହିତ ଜଙ୍ଗଲ କାଟି ସଫା କରାଯାଉଛି। ଜଙ୍ଗଲ ସଫା ହେବା ଫଳରେ ବନ୍ୟପ୍ରାଣୀ ଗାଁ ମୁହାଁ  ହେଉଛନ୍ତି। ବିରଳ ବନ୍ୟପ୍ରାଣୀଙ୍କ ବଂଶ ଲୋପ ପାଇବାକୁ ବସିଛି। ଏଣୁ କେନ୍ଦ୍ର ଓ ରାଜ୍ୟ ସରକାର ଜଙ୍ଗଲ ସୃଷ୍ଟି ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରି ଅନେକ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଆନ୍ତରିକତା ଅଭାବରୁ ଯୋଜନା ଗୁଡ଼ିକ ଫେଲ ମାରୁଥିବା ଦେଖିବାକୁ ମିଳୁଛି। କେନ୍ଦୁଝର ଜିଲା ସଦର ବ୍ଲକ୍‌ ଅନ୍ତର୍ଗତ ସେଣ୍ଡକାପ ଗ୍ରାମରେ ହୋଇଥିବା କଲମୀ କାଜୁ ଚୋରାରୋପଣ ଏହାର ଏକ ଉଦାହରଣ।
ସୂଚନା ଅନୁଯାୟୀ, ଗ୍ରାମରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ଉଦ୍ୟାନ କୃଷି ବିଭାଗ ଅନୁଦାନ (ଉଦ୍ୟାନ ଉପନିର୍ଦ୍ଦେଶକ କେନ୍ଦୁଝରଙ୍କ ଆର୍ଥିକ ବର୍ଷ ୨୦୨୧-୨୨ ହିତାଧିକାରୀଙ୍କ ସଂଖ୍ୟା ୧୨, କ୍ଷେତ୍ରଫଳ ୮ ହେକ୍ଟର ସ୍ଥାନ)ରେ କଲମୀ କାଜୁ ଚାରା ଲଗା କରାଯାଇଥିଲା। ଏ ନେଇ ଅଟକଳ ପରିମାଣ ୧୯ ଲକ୍ଷ ବ୍ୟୟବରାଦ ହୋଇଥିଲା। ସ୍ଥାନୀୟ ଅଞ୍ଚଳର କିଛି ଶ୍ରମିକଙ୍କୁ ଚାରାରୋପଣ ପାଇଁ ନିୟୋଜିତ କରାଯାଇଥିଲା। ମାତ୍ର ଉକ୍ତ ସ୍ଥାନରେ କାଜୁ ଚାରାରୋପଣ ପରେ ସୁରକ୍ଷା ପାଇଁ ବାଡ ଦିଆଯାଇ ନ ଥିଲା। ଏଥିସହ ରକ୍ଷଣାବେକ୍ଷଣ ଅଭାବରୁ ଚାରାରୋପଣର ୫ ଦିନ ମଧ୍ୟରେ ନଷ୍ଟ ହୋଇଯାଇଥିଲା। ଏଥିସହ ଗଛ ନ ଲାଗି ଟଙ୍କା ଆତ୍ମସାତ କରାଯାଇଥିବା ସ୍ଥାନୀୟ ବାସିନ୍ଦା ଜୟକୃଷ୍ଣ ନାଏକ, ସରୋଜ ସାହୁ, ସସ୍ମିତା ସାହୁ, ଉଜ୍ଜୟିନୀ ମହାନ୍ତ, କୀର୍ତ୍ତିଚନ୍ଦ୍ର ବାରିକ, ସସ୍ମିତା ମହାନ୍ତ, ପ୍ରୀତି ପ୍ରଣତି ମହାକୁଡ଼, ହରିହର ନାଏକ, ବିବେକ ମହାନ୍ତ ଅଭିଯୋଗ କରିଛନ୍ତି। ଏହାର ଭିଜିଲାନ୍ସ ତଦନ୍ତ ପରିସରଭୁକ୍ତ କରାଗଲେ ସତ୍ୟାସତ୍ୟ ଜଣାପଡ଼ିବ ବୋଲି କହିଛନ୍ତି। ଅଭିଯୋଗ ଉପରେ କେନ୍ଦୁଝର ଉଦ୍ୟାନ ବିଭାଗ ଉପ ନିର୍ଦ୍ଦେଶକ ସୌମେନ୍ଦ୍ର ନାରାୟଣ ପାଣିଗ୍ରାହୀ କହିଛନ୍ତି, ତାଙ୍କ ନିକଟରେ ଅଭିଯୋଗ ପହଞ୍ଚତ୍ଛି, ସେ ଏହାର ତଦନ୍ତ ପାଇଁ ଦୁଇ ଜଣ ଅଧିକାରୀଙ୍କୁ ଦାୟିତ୍ୱ ଦେଇଛନ୍ତି। ରିପୋର୍ଟ ଆସିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସେ ମଧ୍ୟ ଏହାର ତଦନ୍ତ କରିବେ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆନନ୍ଦପୁର ରିଙ୍ଗ୍ ବନ୍ଧ ଘାଇ ହୋଇ ବନ୍ୟା ବିପର୍ଯ୍ୟୟ: ସରକାର-ଜଳସମ୍ପଦ ବିଭାଗ ଉପରେ ବର୍ଷିଲେ ଜୟଦେବ ଜେନା

ଆନନ୍ଦପୁର, ୧।୮(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍ ବନ୍ଧରେ ଘାଇ ସୃଷ୍ଟି ହୋଇ ବନ୍ୟା ବିପର୍ଯ୍ୟୟ ଘଟିବା ପରେ ଶନିବାର ଆନନ୍ଦପୁରରେ କଂଗ୍ରେସ ପକ୍ଷରୁ ଏକ…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri