ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଦୁର୍ନୀତି

ଢେଙ୍କାନାଳ ଅଫିସ,୧୭।୧: ଢେଙ୍କାନାଳ ସଦର ବ୍ଲକ ଚାଉଳିଆ ପଞ୍ଚାୟତରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ହୋଇଥିବା ପ୍ରକଳ୍ପ କାର୍ଯ୍ୟରେ ମହାଦୁର୍ନୀତି କରାଯାଇଥିବା ଉଦୟଭାନୁ ଦାସ ଅଭିଯୋଗ ଆଣିଛନ୍ତି। ଏହାର ଉପଯୁକ୍ତ ତଦନ୍ତ କରିବା ସହିତ ଅଭିଯୁକ୍ତଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ସେ ଜିଲାପାଳଙ୍କୁ ଲିଖିତ ଭାବେ ଜଣାଇଛନ୍ତି। ଏହାର ନକଲ ମୁଖ୍ୟମନ୍ତ୍ରୀ, ୫-ଟି ସଚିବ, ପଞ୍ଚାୟତିରାଜ ମନ୍ତ୍ରୀ, ଉନ୍ନୟନ କମିଶନର, ଭିଜିଲାନ୍ସ ନିର୍ଦ୍ଦେଶକ, ଭିଜିଲାନ୍ସ ଏସ୍‌ପି, ଖଣିମନ୍ତ୍ରୀଙ୍କୁ ପ୍ରଦାନ କରିଛନ୍ତି।
ଅଭିଯୋଗ ଅନୁଯାୟୀ, ପଞ୍ଚାୟତର ଖମାର ଶ୍ମଶାନ ପଡ଼ିଆ, ଖମାର ଶ୍ମଶାନ ଘାଟ, ଖମାର କୁଶବଣିଆରେ ୩ଟି ଟ୍ରେଞ୍ଚ୍‌ ନିର୍ମାଣ ନାମରେ ୫ ଲକ୍ଷ ଟଙ୍କା ଲେଖାଏ ମୋଟ୍‌ ୧୫ ଲକ୍ଷ ଟଙ୍କାର ଦୁର୍ନୀତି ହୋଇଛି। କାମ ନ କରି ହିତାଧିକାରୀଙ୍କ ନାମରେ ଜିଲା ବାହାର ବ୍ୟାଙ୍କରେ ଆକାଉଣ୍ଟ ଖୋଲି ମିଥ୍ୟା ବିଲ୍‌ କରାଯାଇ ଟଙ୍କା ଆତ୍ମସାତ୍‌ କରାଯାଇଛି। କ୍ଷେତ୍ରସ୍ତରରେ ତଦନ୍ତ କରାଗଲେ ପଞ୍ଚାୟତରେ ଏଭଳି ଅନେକ ଦୁର୍ନୀତି ପଦାକୁ ଆସିପାରିବ ବୋଲି ଉଦୟଭାନୁ କହିଛନ୍ତି। ଏ ସଂକ୍ରାନ୍ତରେ ସଦର ବିଡିଓ ସୁଧୀର କୁମାର ନାୟକ କୁହନ୍ତି, ତାଙ୍କ ନିକଟରେ ଏଭଳି କୌଣସି ଅଭିଯୋଗ ହୋଇନାହିଁ। ପିଡି ଡିଆର୍‌ଡିଏ ସାଫଲ୍ୟ ମଣ୍ଡିତ ପ୍ରଧାନ କୁହନ୍ତି, ଏ ସମ୍ପର୍କରେ ସେ ଜାଣିନାହାନ୍ତି। ବୁଝିବା ପରେ ଯାହା କହିହେବ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ...

ବୋମାମାଡ଼ କରି ଲୁଟିନେଲେ ୧୪ ଲକ୍ଷ ଟଙ୍କା

କାମାକ୍ଷାନଗର,୫।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜିରାଳ ସାପ୍ତାହିକ ହାଟରୁ ଶୁକ୍ରବାର ସକାଳେ ଏକ ବଡ଼ ଲୁଟ୍‌ ହୋଇଛି। ୫ ଜଣ ଦୁର୍ବୃତ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri