ଆମ ଜଙ୍ଗଲ କାମ୍ପା ଯୋଜନାରେ ଦୁର୍ନୀତି: ଜେଲ ଗଲେ ପୂର୍ବତନ ଡିଏଫ୍‌ଓ, ଏସିଏଫ୍‌

ଭବାନୀପାଟଣା,୨୧।୩(ସ୍ବ.ପ୍ର.): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡର ନର୍ଲା ବନ ବିଭାଗ ରେଞ୍ଜରେ ଦୁର୍ନୀତି କରି ଶେଷରେ ପୋଲିସ ହାତରେ ବନ୍ଧା ହୋଇ ଜେଲ ଯାଇଛନ୍ତି ପୂର୍ବତନ ବନ ଅଧିକାରୀ। ‘ଆମ ଜଙ୍ଗଲ କାମ୍ପା ଯୋଜନା’ରେ ୨୦୧୫-୧୬ ଓ ୨୦୧୬-୧୭ରେ ଖେରାବାଣ୍ଡି, ନର୍ଲା ଓ ସର୍ଗିଗୁଡ଼ା ସମେତ ୩ଟି ବିଟ୍‌ର ୧୪୫୦ ହେକ୍ଟର ଜଙ୍ଗଲରେ ହୋଇଥିବା ବନୀକରଣରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା।

ଏଥିରେ ବନବିଭାଗ ଉଚ୍ଚ ପଦାଧିକାରୀମାନେ ୨୩ ଲକ୍ଷ ୬୩ହଜାର ୯୪୦ଟଙ୍କା ଆତ୍ମସାତ କରିଥିବା ନେଇ ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଏହି ଘଟଣାକୁ ନେଇ ସେତେବେଳେ ଧରିତ୍ରୀ ଓ ଓଡିଶା ପୋଷ୍ଟରେ ଏକ ଖବର ପ୍ରକାଶ ପାଇଥିଲା। ପରେ ଲୋକାୟୁକ୍ତ ଏହାର ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଫଳରେ ପୂର୍ବତନ ଡିଏଫଓ ଲଳିତେନ୍ଦୁ ଜେନା, ପୂର୍ବତନ ଏସିଏଫ ସୁଶାନ୍ତ ସାମନ୍ତରାୟ, ପୂର୍ବତନ ରେଞ୍ଜର ଅନ୍ତର୍ଯ୍ୟାମୀ ଦାସ, ପୂର୍ବତନ ଫରେଷ୍ଟର ସମ୍ପଦ କୁମାର, ଫରେଷ୍ଟ ଗାର୍ଡ ମାନସ ରଞ୍ଜନ ସାହୁ, ପୂର୍ବତନ ରେଞ୍ଜର ନୃତ୍ୟରାଜ ମାଝୀ ଓ ଫରେଷ୍ଟ ଗାର୍ଡ ମଧୁ ପଟେଲଙ୍କ ନାମରେ ମାମଲା ରୁଜୁ କରିଥିଲା ଭିଜିଲାନ୍ସ। ତଦନ୍ତ ପରେ ଏହା ସତ୍ୟାସତ୍ୟ ପ୍ରମାଣିତ ହୋଇଥିଲା। ସୋମବାର ପୂର୍ବତନ ଡିଏଫଓ ଏବଂ ବର୍ତ୍ତମାନର ଅତିରିକ୍ତ ପିସିସିଏଫ ଲଳିତେନ୍ଦୁ ଜେନା ଓ ଅବସରପ୍ରାପ୍ତ ପୂର୍ବତନ ଏସିଏଫ ସୁଶାନ୍ତ ସାମନ୍ତରାୟ ଭିଜିଲାନ୍ସ କୋର୍ଟରେ ଜାମିନ ପାଇଁ ହାଜର ହୋଇଥିଲେ। ତେବେ ଭବାନୀପାଟଣା ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଶ୍ରୀକାନ୍ତ ମିଶ୍ର ଉଭୟଙ୍କ ଜାମିନ ନାମଞ୍ଜୁର କରି ସେମାନଙ୍କୁ ଜେଲ ହାଜତକୁ ପଠାଇ ଦେଇଥିଲେ। ତେବେ ଅନ୍ୟ ୫ ଅଭିଯୁକ୍ତ କୋର୍ଟରେ ହାଜର ହୋଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?