ପିଏମ୍‌ଏଓ୍ବାଇ-ଜି ହିତାଧିକାରୀ ଚୟନରେ ଦୁର୍ନୀତି

ସୋନପୁର,୯।୧୧(ନି.ପ୍ର.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଚରଦା ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗ୍ରାମୀଣ(ପିଏମ୍‌ଏଓ୍ବାଇ-ଜି)ରେ ଦୁର୍ନୀତି ହୋଇଛି। ଫୁଲମୁଠି ଗ୍ରାମରେ ଆବାସ ଯୋଜନାରେ ହିତାଧିକାରୀ ଚୟନରେ ଦୁର୍ନୀତି ହୋଇଥିବା ତଦନ୍ତ ରିପୋର୍ଟରୁ ଜଣାପଡିଛି। ଏହି ଦୁର୍ନୀତିରେ ସରକାରୀ କର୍ମଚାରୀ ସାମିଲ ଅଛନ୍ତି। ପଞ୍ଚାୟତ ଦାୟିତ୍ୱରେ ଥିବା ସରକାରୀ କର୍ମଚାରୀଙ୍କ ସହାୟତାରେ କୋଠା ଘର ଥିବା ଓ ମାସିକ ପରିବାର ପେନସନ ପାଉଥିବା ବ୍ୟକ୍ତିଙ୍କୁ ୨୦୨୦-୨୧ ଆର୍ଥତ୍କ ବର୍ଷରେ ଆବାସ ଯୋଜନାରେ ଘର ମିଳିଛି। ମାତ୍ର ପ୍ରକୃତ ଗରିବ ଲୋକ ଯୋଜନାରୁ ବଞ୍ଚତ୍ତ ହୋଇଛନ୍ତି। ଏହି ଘଟଣାରେ ଦୋଷୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସାଧାରଣରେ ଦାବି ହେଉଛି।
ଫୁଲମୁଠି ଗାଁର ବୃନ୍ଦାବନ ମିଶ୍ର ପ୍ରଧାନମନ୍ତ୍ରୀ ଆବାସ ପ୍ରଦାନରେ ଦୁର୍ନୀତି ନେଇ ଅନେକ ଥର ଜିଲାପାଳ ଓ ସମ୍ବଲପୁର ଭିଜିଲାନ୍ସ ବିଭାଗକୁ ଚିଠି ଲେଖିଥିଲେ। ପୋଲିସ ଓ ବ୍ଲକ ପ୍ରଶାସନର ତଦନ୍ତ ରିପୋର୍ଟରେ ଅଧିକାରୀମାନେ ଆବାସ ପ୍ରଦାନରେ ଫୁଲମୁଠି ଗାଁରେ କୌଣସି ଦୁର୍ନୀତି ହୋଇ ନଥିବା ଦର୍ଶାଇଥିଲେ। ନ୍ୟାୟ ନ ମିଳିବାରୁ ବର୍ତ୍ତମାନ ସମ୍ବଲପୁରରେ ରହୁଥିବା ବୃନ୍ଦାବନ ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ସମ୍ବଲପୁରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ସୁବର୍ଣ୍ଣପୁର ଜିଲାପାଳଙ୍କୁ ଚିଠି ଲେଖି ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ। ଜିଲାପାଳ ଅବୋଲି ସୁନିଲ ନରଓ୍ବଣେ ଘଟଣାର ପୁନଃ ତଦନ୍ତ ପାଇଁ ଜିଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ସୁବର୍ଣ୍ଣପୁରଙ୍କୁ ସ୍ବାଧୀନ ତଦନ୍ତର ନିର୍ଦ୍ଦେଶ ଦେଇଥିଲେ। ସୋନପୁର ବିଡିଓ ସୌମ୍ୟରଞ୍ଜନ ସ୍ବାଇଁ, ବିନିକା ତହସିଲଦାର ମୁକ୍ତେଶ୍ୱର ପାଣିଗ୍ରାହୀ ଓ ଡିଆରଡିଏ ଏପିଡି ଆଲୋକ ରଶ୍ମି ମିଶ୍ରଙ୍କୁ ନେଇ ଗଠିତ ଟିମ୍‌ ତଦନ୍ତ କରିଥିଲେ। ଏହି ଟିମ୍‌ କ୍ଷେତ୍ରୀୟ ତଦନ୍ତ କରି ସରକାରୀ ନିୟମର ଉଲ୍ଲଂଘନ କରି ଯୋଗ୍ୟତା ନଥିବା ଲୋକଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଦିଆ ଯାଇଥିବା ରିପୋର୍ଟରେ ଉଲ୍ଲେଖ କରିଛନ୍ତି। ଆବାସ ଦିଆଯିବା ପୂର୍ବରୁ ହିତାଧିକାରୀଙ୍କର ପକ୍କା ଘର ଥିଲା ବୋଲି ଅଧିକାରୀମାନେ ଦର୍ଶାଇଛନ୍ତି। ସେହିଭଳି ପରିବାରର ଜଣେ ମହିଳା ମାସିକ ୧୦ହଜାରରୁ ଉର୍ଦ୍ଧ୍ୱ ଟଙ୍କା ମାସିକ ପରିବାର ପେନସନ ପାଉଛନ୍ତି। ଏହି ରିପୋର୍ଟ ଜିଲା ପ୍ରଶାସନର ମୁଣ୍ଡବ୍ୟଥା ବଢାଇଛି। ଅନ୍ୟପକ୍ଷେ ପକ୍କା ଘର ପୂର୍ବରୁ ଥିଲା କି ନାହିଁ ଯାଞ୍ଚ କରିବାକୁ ସୁବର୍ଣ୍ଣପୁର ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କୁ କୁହାଯାଇଥିବା ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ନିହାର ରଞ୍ଜନ କହଁର ସୂଚନା ଦେଇଛନ୍ତି। ଅନ୍ୟପକ୍ଷେ ଏହି ଦୁର୍ନୀତି ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ ରାଜସ୍ବ ବିଭାଗ ପକ୍ଷରୁ ଜିଲାପାଳଙ୍କୁ ଚିଠି ହୋଇଛି। ତେଣୁ ଦୁର୍ନୀତିରେ ସମ୍ପୃକ୍ତ ବ୍ୟକ୍ତି କାର୍ଯ୍ୟାନୁଷ୍ଠାନ ଭୟରେ ଏବେ ଛାନିଆ ହୋଇ ପଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri