ବିଦ୍ୟାଳୟ ପାଠାଗାର ପୁସ୍ତକ କିଣାରେ ଦୁର୍ନୀତି

କଟକସଦର,୧୯।୩(ଡି.ଏନ୍‌.ଏ.): ୨୦୨୦-୨୧ ଆର୍ଥିକ ବର୍ଷରେ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ପ୍ରାଥମିକ, ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟଗୁଡ଼ିକୁ ପାଠାଗାର ପୁସ୍ତକ କିଣିବା ପାଇଁ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ଏହିସବୁ ପୁସ୍ତକ ରାଜ୍ୟ ବାହାରର ପୁସ୍ତକ ବିକ୍ରେତାମାନଙ୍କଠାରୁ କିଣାଯାଇଛି। ୫ ହଜାର ଟଙ୍କାର ପୁସ୍ତକ ପ୍ୟାକେଟରେ ୧୩ଶହରୁ ୧୫ଶହ ଟଙ୍କାର ପୁସ୍ତକ ରହିଛି। ଏଭଳି ଅନେକ ପୁସ୍ତକ କିଣାରେ ହେରଫେର ହୋଇଥିବା ଜଣାପଡ଼ିଛି। ତେବେ ଉକ୍ତ ପାଠାଗାର ପୁସ୍ତକ କିଣାରେ ବ୍ୟାପକ ଦୁର୍ନୀତି ହୋଇଛି ବୋଲି ରାଜ୍ୟ ଭାଜପା କାର୍ଯ୍ୟକାରିଣୀ ସଦସ୍ୟ ତଥା କଟକସଦର ନିର୍ବାଚନମଣ୍ଡଳୀର ନେତା ଦିଲୀପ ମଲ୍ଲିକ ଅଭିଯୋଗ କରିଛନ୍ତି। ରାଜ୍ୟରେ ବହୁ ପୁସ୍ତକ ପ୍ରକାଶକ ଥିବାବେଳେ ମହୀଶୂର, ମୁମ୍ବାଇ ଭଳି ବାହାର ବିକ୍ରେତାଙ୍କ ସରକାର ଅହେତୁକ ଅନୁକମ୍ପା ଦେଖାଇଛନ୍ତି ବୋଲି ମଲ୍ଲିକ ଏହି ବିବୃତିରେ ଜଣାଇଛନ୍ତି। କଟକ ସଦର ବ୍ଲକ ଶିକ୍ଷାଧିକାରୀଙ୍କ ଅଧୀନରେ ୧୩୦ରୁ ଅଧିକ ପ୍ରାଥମିକ, ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟକୁ ଗୁରୁବାର ସୁଦ୍ଧା ପୁସ୍ତକ ପ୍ୟାକେଟ ଯୋଗାଇ ଦିଆଯାଇଛି। ପ୍ରାଥମିକ ବିଦ୍ୟାଳୟକୁ ୫ହଜାର, ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ୧୩ହଜାର ଓ ଉଚ୍ଚ ବିଦ୍ୟାଳୟକୁ ୧୫ହଜାର ଟଙ୍କା ଲେଖାଏ ସର୍ବଶିକ୍ଷା ଅଭିଯାନ ପାଣ୍ଠିରୁ ସରକାର ମଞ୍ଜୁର କରିଛନ୍ତି। ହେଲେ ପ୍ୟାକେଟ ଖୋଲିବା ପରେ ସେଥିରେ ଯଥାକ୍ରମେ ୧୩ଶହ, ୭ହଜାର ଓ ୯ହଜାର ଟଙ୍କାର ବହି ରହିଛି। ଫଳରେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ଅନୁଯାୟୀ ପୁସ୍ତକ ନ ମିଳିବାରୁ ପାଠପଢ଼ାରେ ବ୍ୟାହତ ହେଉଛି। ତେଣୁ ଏହାର ଉଚ୍ଚସ୍ତରୀୟ ତଦନ୍ତ କରିବା ପାଇଁ ଗୁରୁବାର ରାଜ୍ୟ ସରକାରଙ୍କୁ ମଲ୍ଲିକ ଦାବି ଜଣାଇଛନ୍ତି। ପୋଷାକ କିଣା, ଯୋଗ କିଣା, ସ୍କୁଲ ସରଞ୍ଜାମ କିଣା ଭଳି ଏହି ପୁସ୍ତକ କିଣାରେ ଦୁର୍ନୀତି ଥିବା ସେ ଦର୍ଶାଇଛନ୍ତି। ଏ ସମ୍ପର୍କରେ ପଞ୍ଚାୟତସ୍ତରୀୟ ଶିକ୍ଷା କମିଟି ପ୍ୟାକେଟରେ କମ୍‌ ମୂଲ୍ୟର ବହି ଥିବା ଅଭିଯୋଗ କଲେ ଜିଲାସ୍ତରୀୟ ଅଧିକାରୀମାନେ ଶୁଣୁନାହାନ୍ତି ବୋଲି ଭାଜପା ପକ୍ଷରୁ କୁହାଯାଇଛି। ଅଭିଯୋଗକୁ ନେଇ କଟକ ଜିଲା ଭାରପ୍ରାପ୍ତ ଶିକ୍ଷାଧିକାରୀ ସୁସ୍ମିତା ସାହୁ କହିଛନ୍ତି, ପୁସ୍ତକ ପ୍ୟାକେଟର ମୂଲ୍ୟ ଯଥାକ୍ରମେ ୫ହଜାର, ୧୩ହଜାର ଓ ୧୫ହଜାର ଟଙ୍କା ବୋଲି କୌଣସି ବିଦ୍ୟାଳୟକୁ କୁହାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri