ବିଭିନ୍ନ ଯୋଜନାରେ ଦୁର୍ନୀତି ଅଭିଯୋଗ

ଖୋର୍ଦ୍ଧା ଅଫିସ,୧୬।୧୧: ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ ଛଣଗିିରି ପଞ୍ଚାୟତରେ ବିଭିନ୍ନ ଯୋଜନାରେ ଦୁର୍ନୀତି ଅଭିଯୋଗ ହୋଇଛି। ଏ ନେଇ ଜିଲାପାଳ, ପ୍ରକଳ୍ପ ନିର୍ଦ୍ଦେଶକ ଏବଂ ବିଡିଓଙ୍କ ନିକଟରେ କିଛିଦିନ ତଳେ ଗ୍ରାମବାସୀ ଲିଖିତ ଅଭିଯୋଗ କରିଛନ୍ତି। ଅନିୟମିତତାରେ ସରପଞ୍ଚ ଓ କନିଷ୍ଠ ଯନ୍ତ୍ରୀ ସମ୍ପୃକ୍ତ ଥିବା ଏବଂ ପିସି କାରବାର ହେଉଥିବା ଅଭିଯୋଗପତ୍ରରେ ଦର୍ଶାଯାଇଛି।
ଅଭିଯୋଗପତ୍ରରେ ଉଲ୍ଲେଖ ରହିଛି ଯେ, ସୂଚନାଫଳକ ବିନା କାର୍ଯ୍ୟ କରାଯାଉଛି। ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ଶ୍ରମିକଙ୍କ ଦ୍ୱାରା କାର୍ଯ୍ୟ କରାଇବା ଲାଗି ସରକାରଙ୍କ ନିର୍ଦ୍ଦେଶ ଥିବା ସତ୍ତ୍ୱେ ଏହାର ଉଲ୍ଲଂଘନ ହେଉଛି। ଶ୍ରମିକ ପରିବର୍ତ୍ତେ ମେଶିିନ ସାହାଯ୍ୟରେ କାମ ଚାଲିଛି। ହିତାଧିକାରୀଙ୍କ ନାମରେ ହାଜିରା ପକାଇ ଓ ମିଥ୍ୟା ବିଲ୍‌ କରି ଟଙ୍କା ହଡ଼ପ ହେଉଛି। ଅରାଙ୍ଗ ଗ୍ରାମର ଗାଁ ସାଥୀଙ୍କ ବିନା ଅଗୋଚରରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମ ଚାଲିଛି। ସେ ଏ ସମ୍ପର୍କରେ ବିଡିଓଙ୍କୁ ଜଣାଇଛନ୍ତି। କେହି ଅନିୟମିତତାର ପ୍ରତିବାଦ କଲେ, ତାଙ୍କୁ ମିଥ୍ୟା ମକଦ୍ଦମାରେ ଫସାଇବା ଓ ଜୀବନରୁ ମାରିଦେବାକୁ ଧମକ ଦିଆଯାଉଛି। କିଛିମାସ ତଳେ ଛଣଗିରି ପଞ୍ଚାୟତ ଦୁର୍ନୀତିର ତଦନ୍ତ ଲାଗି ବରିଷ୍ଠ ନାଗରିକ ଗୋପାଳ ଚନ୍ଦ୍ର ବଳିୟାରସିଂ ବିଡିଓଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ। ମାତ୍ର କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନାହିଁ। ୬୦ ବର୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ନାମରେ ଆକାଉଣ୍ଟକୁ ଟଙ୍କା ଆସୁଛି। ଅନେକ ମୃତବ୍ୟକ୍ତିଙ୍କ ନାମରେ ଟଙ୍କା ସେମାନଙ୍କ ଆକାଉଣ୍ଟରେ ପଇଠ କରାଯାଇଛି। ଅରାଙ୍ଗ ଗ୍ରାମର ବାବନ ପ୍ରଧାନ ୮ବର୍ଷ ତଳୁ ମୃତ୍ୟୁବରଣ କଲେଣି। ମାତ୍ର ତାଙ୍କ ଆକାଉଣ୍ଟରେ ଟଙ୍କା ପଇଠ ହୋଇଛି। ସେହିପରି ବାଦଗାଡ଼ିଆ ନାଳଠାରୁ ବଢେଇଗାଡିଆ ରାସ୍ତା (୬ଲକ୍ଷ ଟଙ୍କା), ଦେଉଳିପାଟଣା ପୋଖରୀ ପାଚେରି(୪ଲକ୍ଷ), ଦେଉଳିପାଟଣା ପୋଖରୀ ପୁରୁଣା ପାହାଚ ପ୍ଲାଷ୍ଟର (୧ଲକ୍ଷ), ଜରିଟାପ ପୁଷ୍କରିଣୀ ପ୍ରାଚୀର (୬ଲକ୍ଷ) ଏବଂ ଦେଉଳିପାଟଣା ଆଦିବାସୀ ସାହିଠାରୁ ଅରାଙ୍ଗ ବଘେଇ ରାସ୍ତା ନିର୍ମାଣ ସରିଛି, କାର୍ଯ୍ୟ ସମ୍ପର୍କରେ ସୂଚନାଫଳକ ଲଗାଯାଇନାହିଁ। ଏହି ସବୁ କାର୍ଯ୍ୟରେ ଅନିୟମିତତା ହୋଇଥିବା ଅଭିଯୋଗପତ୍ରରେ ଦର୍ଶାଯାଇଛି। ତେବେ ସମସ୍ତ ଅଭିଯୋଗକୁ ସରପଞ୍ଚ ଓ କନିଷ୍ଠ ଯନ୍ତ୍ରୀ ଖଣ୍ଡନ କରିଛନ୍ତି। ଅନ୍ୟପକ୍ଷରେ ଅଭିଯୋଗର ତଦନ୍ତ କରାଯିବ ବୋଲି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଦିଗନ୍ତ ରାଉତାରାୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri