Posted inଜାତୀୟ

ଦୁର୍ନୀତି ସୂଚକାଙ୍କ: ୬ ପାଦ ଖସିଲା ଭାରତ

ନୂଆଦିଲ୍ଲୀ,୨୯।୧(ପି.ଟି.): ୨୦୨୦ରେ ଦୁର୍ନୀତି ସୂଚକାଙ୍କ ବା କରପଶନ୍‌ ପର୍ସେପଶନ୍‌ ଇଣ୍ଡେକ୍ସ (ସିପିଆଇ)ରେ ଭାରତ ୬ ପାଦ ତଳକୁ ଖସିଛି। ୧୮୦ ଦେଶ ଓ ଭୂଖଣ୍ଡକୁ ନେଇ ଟ୍ରାନ୍ସପରେନ୍ସି ଇଣ୍ଟରନ୍ୟାଶନାଲ ପକ୍ଷରୁ ପ୍ରସ୍ତୁତ ଏହି ତାଲିକା ଗୁରୁବାର ପ୍ରକାଶ ପାଇଛି। ସରକାରୀ କ୍ଷେତ୍ରରେ ହେଉଥିବା ଦୁର୍ନୀତି ସମ୍ପର୍କରେ ବିଶେଷଜ୍ଞ ଓ ବ୍ୟବସାୟିକ ବ୍ୟକ୍ତିବିଶେଷ ଶୂନରୁ ୧୦୦ ପର୍ଯ୍ୟନ୍ତ ସଂଖ୍ୟାକୁ ନେଇ ଏକ ମାପଦଣ୍ଡ ବ୍ୟବହାର କରିଥିଲେ। ଶୂନ ସବୁଠୁ ଦୁର୍ନୀତିଗ୍ରସ୍ତ ହୋଇଥିବାବେଳେ ୧୦୦ ହେଉଛି ଅତ୍ୟନ୍ତ ସ୍ବଚ୍ଛ। ସିପିଆଇ ଅନୁସାରେ ଯେଉଁ ଦେଶର ସ୍କୋର ଯେତେ ଅଧିକ ସେହି ଦେଶ ସ୍ବଚ୍ଛତାରେ ସେତେ ଆଗୁଆ। ଭାରତ ୪୦ ସ୍କୋର ହାସଲ କରି ୮୬ତମ ସ୍ଥାନରେ ରହିଛି। ୨୦୧୯ରେ ୧୮୦ ଦେଶ ମଧ୍ୟରୁ ଭାରତର ସ୍ଥାନ ୮୦ ଥିଲା। ସେତେବେଳେ ଦେଶର ସ୍କୋର ୪୧ ଥିଲା। ଭାରତ ଏବେ ମଧ୍ୟ ଏହି ସୂଚକାଙ୍କର ନିମ୍ନରେ ଥିବା ଉକ୍ତ ରିପୋର୍ଟରେ ଦର୍ଶାଯାଇଛି। ୨୦୨୦ରେ ନ୍ୟୁଜିଲାଣ୍ଡ ଓ ଡେନ୍‌ମାର୍କ ୮୮ ସ୍କୋର ସହ ପ୍ରଥମ ସ୍ଥାନରେ ରହିଥିବାବେଳେ ସୋମାଲିଆ ଓ ଦକ୍ଷିଣ ସୁଦାନ ୧୨ ସ୍କୋର ସହ ୧୭୯ତମ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ଖଟିବାକୁ ଯାଇ କେରଳ ଯୁବକ ମୃତ; ମୃତଦେହ ଗାଁକୁ ଆଣିବାକୁ ଜିଲାପାଳଙ୍କୁ ନିବେଦନ

ଜି.ଉଦୟଗିରି,୧୦।୮(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାରୁ ଦାଦନ ଖଟିବାକୁ କେରଳ ଯାଇଥିବା ଯୁବକଙ୍କ ମୃତ୍ୟୁ ଘଟଣା ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ସୂଚନା…

ଅମିତ ଶାହାଙ୍କୁ ଦେଖି ଦୌଡିଲେ କଲେକ୍ଟର: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ, ଦେଖନ୍ତୁ VIDEO

ଚେନ୍ନାଇ,୧୦।୮: ତାମିଲନାଡୁ ଏବଂ ପୁଡୁଚେରୀ ଗସ୍ତ ସମୟରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ତିରୁଭନ୍ନାମଲାଇର ପ୍ରସିଦ୍ଧ ଅନ୍ନାମଲାଇର ମନ୍ଦିର ପରିଦର୍ଶନ କରି ବିଶେଷ ପ୍ରାର୍ଥନା କରିଥିଲେ।…

ଏମିତି କଥା କହିଲେ ବକ୍ସର, ହସି ହସି ଗଡ଼ିଲେ ମୋଦି: ପଛରେ ପାକିସ୍ତାନ କନେକ୍ସନ

ନୂଆଦିଲ୍ଲୀ,୧୦।୬: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପ୍ରଦର୍ଶନ ଐତିହାସିକ ଥିଲା। ଦେଶ ୧୩ଟି ସ୍ବର୍ଣ୍ଣ ସହିତ ମୋଟ ୩୯ଟି ପଦକ ହାସଲ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ମନ୍ଦିରର ଉନ୍ନୟନ କାର୍ଯ୍ୟ ପାଇଁ ସହଯୋଗର ହାତ ବଢ଼ାଇଲେ ଯୁବ ସମାଜସେବୀ ଦୀପକ ମୁଦୁଲି

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ): ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ବ୍ୟାରେକସାହିସ୍ଥିତ ଶ୍ରୀ ସମ୍ପଦ ବିନାୟକ ମନ୍ଦିରର ଉନ୍ନୟନମୂଳକ କାର୍ଯ୍ୟ ପାଇଁ ସହଯୋଗର ହାତ ବଢ଼ାଇଛନ୍ତି ଯୁବ…

ଝାରସୁଗୁଡାରେ ଅଜବ ଘଟଣା: ନାଗସାପକୁ କାମୁଡ଼ି ମାରିଦେଲେ ଯୁବକ, ପୂରା ଘଟଣା ଜାଣିଲେ…

ଝାରସୁଗୁଡା,ଲାଇକେରା, ୧୦।୮(ଆଶିଷ ରଞ୍ଜନ ଦାଶ/ରଞ୍ଜନ କୁମାର ମେହେର):ଗୁଣିଆର ଅନ୍ଧବିଶ୍ୱାସୀ କଥାରେ ପଡ଼ି ଜଣେ ଯୁବକ ନାଗସାପର ଫଣାକୁ ଦାନ୍ତରେ କାମୁଡ଼ି ଛିଣ୍ଡାଇ ମାରିଦେବା ଭଳି ଏକ ଅଜବ…

ସଞ୍ଜୀବ, ଯଶୋବନ୍ତଙ୍କୁ ମିଳିଲା ପଦୋନ୍ନତି

ଭୁବନେଶ୍ୱର,୧୦।୮: ରାଜ୍ୟରେ ନୂଆ ଡିଜିପି ନିଯୁକ୍ତି ଚର୍ଚ୍ଚା ଭିତରେ ସୋମବାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ପୋଲିସ ଅଧିକାରୀ ସଞ୍ଜୀବ ପଣ୍ଡା ଏବଂ…

ଗଞ୍ଜାମ ବ୍ଲକ ପ୍ରମୁଖ ଶୈବପୀଠରେ ହଜାର ହଜାର କାଉଡିଆଙ୍କ ଜଳାଭିଷେକ, ଆଉ ଦୁଇଟି ସୋମବାରରେ…

ଗଞ୍ଜାମ,୧୦।୮ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚ ପୁର ପଞ୍ଚାୟତ ମାଳୀ ଜଗନ୍ନାଥ ପୁର ନିକଟସ୍ଥ ବାବା ବାଲୀ ଲୋକନାଥ, ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼…

୯୦ ବର୍ଷ ବୟସରେ ବୃଦ୍ଧଙ୍କୁ ଚଢିଲା ବିବାହ ନିଶା: ଆଉ ତା’ପରେ ଘଟିଗଲା ଏମିତି କିଛି…

ଜୟପୁର,୧୦।୮: ରାଜସ୍ଥାନର ରାଜଧାନୀ ଜୟପୁରରୁ ସାଇବର ଠକେଇ ଏବଂ ଡିଜିଟାଲ ବ୍ଲାକମେଲ୍ର ଏକ ଆଶ୍ଚର୍ଯ୍ୟଜନକ ଏବଂ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚତୁର ସାଇବର ଅପରାଧୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri