ଉନ୍ନୟନ ନାଁରେ ଚାଲିଛି ଦୁର୍ନୀତି: ଜୟରାମ ପାଙ୍ଗୀ

ପଟ୍ଟାଙ୍ଗୀ, ୧୮।୧୦(ଡି.ଏନ୍‌.ଏ.):ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ ଯୋଜନା ଗ୍ରାମାଞ୍ଚଳରେ ଠିକ୍‌ଭାବେ ପହଞ୍ଚତ୍ପାରୁ ନ ଥିବାବେଳେ ଏହାର ଫାଇଦା ଉଠାଇ ଚାଲିଛନ୍ତି ସରକାରୀ ଅଧିକାରୀ ତଥା କେତେଜଣ ହାତଗଣତି ଠିକାଦାର। ଏପରି ଅଭିଯୋଗ କରିଛି ଦଣ୍ଡକାରଣ୍ୟ ପର୍ବତମାଳା ବିକାଶ ପରିଷଦ। ଏହା ବିରୋଧରେ ଅବିଭକ୍ତ କୋରାପୁଟ ଜିଲାର ସମସ୍ତ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ ପାଇଁ ପରିଷଦ ପକ୍ଷରୁ ଚେତାବନୀ ଦିଆଯାଇଛି। କୋରାପୁଟ ଜିଲା ପଟ୍ଟାଙ୍ଗୀ, ସେମିଳିଗୁଡ଼ା ଓ ନନ୍ଦପୁର ଗ୍ରାମାଞ୍ଚଳରେ ସରକାରଙ୍କ ଜନ ହିତକର ଯୋଜନା ବାଟବଣା ହେଉଥିବା ସମ୍ପର୍କରେ ଆସିଥିବା ଅଭିଯୋଗକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି ବୋଲି ଦଣ୍ଡକାରଣ୍ୟ ପର୍ବତମାଳା ବିକାଶ ପରିଷଦର କେନ୍ଦ୍ରୀୟ ସଭାପତି ତଥା ପୂର୍ବତନ ଏମ୍‌ପି ଜୟରାମ ପାଙ୍ଗୀ କହିଛନ୍ତି।
ଆନ୍ଧ୍ର ସୀମାନ୍ତ ପଟ୍ଟାଙ୍ଗୀ ବ୍ଲକରେ ସୀମାନ୍ତ ପଞ୍ଚାୟତ ନାମରେ ଓଡ଼ିଶା ସରକାରଙ୍କ ପକ୍ଷରୁ ଅନେକ କିଛି ଯୋଜନା ହେଉଛି। ଏହାର ଫାଇଦା ବ୍ଲକ ଅଧିକାରୀ ଓ କେତେଜଣ ହାତଗଣତି ଠିକାଦାର ଉଠାଇ ଚାଲିଛନ୍ତି ବୋଲି ପରିଷଦ ପକ୍ଷରୁ କୁହାଯାଇଛି। ଫଳରେ ବ୍ଲକର କୋଟିଆ ପଞ୍ଚାୟତ ହିତାଧିକାରୀ ଏହି ସୁବିଧା ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ଏ ନେଇ କୋଟିଆ ପଞ୍ଚାୟତବାସୀ ଅଭିଯୋଗ କରିଥିବା ପାଙ୍ଗୀ କହିଛନ୍ତି। ଉକ୍ତ ବ୍ଲକରେ ରହିଥିବା ଅନ୍ୟ ସୀମାନ୍ତ ପଞ୍ଚାୟତରେ ମଧ୍ୟ ଅନୁରୂପଭାବେ ଉନ୍ନୟନ ନାଁରେ ଦୁର୍ନୀତି ଚାଲିଥିବା ସେ ଅଭିଯୋଗ କରିଛନ୍ତି। ଫଳରେ ଉନ୍ନୟନମୂଳକ କାର୍ଯ୍ୟର ସୁଫଳ ଅଞ୍ଚଳବାସୀ ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ଏଠାରେ କାମ ନ ପାଇ ବାଧ୍ୟହୋଇ ଲୋକମାନେ ଦାଦନ ଖଟିବାକୁ ଆନ୍ଧ୍ର ମୁହାଁ ହେଉଛନ୍ତି। ଏହା ବିରୋଧରେ ପଟ୍ଟାଙ୍ଗୀ ବ୍ଲକରୁ ଉକ୍ତ ଆନ୍ଦୋଳନ ନଭେମ୍ବର ୮ରୁ ଆରମ୍ଭ ହେବ। ଉକ୍ତ ଆନ୍ଦୋଳନ ପ୍ରତି ସପ୍ତାହର ମଙ୍ଗଳବାର କରାଯିବ ବୋଲି ପାଙ୍ଗୀ ଜଣାଇଛନ୍ତି। ସ୍ବାସ୍ଥ୍ୟସେବା ନାମରେ ପଟ୍ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ହେଉଥିବା ଦୁର୍ନୀତିକୁ ପ୍ରଶ୍ରୟ ଦିଆଯିବ ନାହିଁ ବୋଲି ସେ ଚେତାବନୀ ଦେଇଛନ୍ତି। ସ୍ବାସ୍ଥ୍ୟସେବା ନାମରେ ବ୍ଲକ ଜନସାଧାରଣଙ୍କୁ ହରିଲୁଟ କରାଯାଉଥିବା ସହ ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବାରୁ ବଞ୍ଚତ୍ତ କରାଯାଉଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri