Posted inଜାତୀୟ

ଅତୃପ୍ତ ସମ୍ପତ୍ତି ଲୋଭ ଯୋଗୁ କ୍ୟାନ୍‌ସର ଭଳି ବଢ଼ୁଛି ଦୁର୍ନୀତି

ନୂଆଦିଲ୍ଲୀ, ୪ା୩(ପି.ଟି.): ସମ୍ପତ୍ତି ହାସଲ କରିବାର ଅତୃପ୍ତ ଲୋଭ ଯୋଗୁ ସମାଜରେ ଦୁର୍ନୀତି କ୍ୟାନ୍‌ସର ଭଳି ମାଡ଼ିଚାଲିଛି। ଦୁର୍ନୀତିକୁ ଆଦୌ ବରଦାସ୍ତ ନ କରିବା ଏବଂ ଏଭଳି ଅପରାଧ ମାମଲାର ଦୋଷୀମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସାମ୍ବିଧାନିକ ଅଦାଲତଗୁଡ଼ିକର କର୍ତ୍ତବ୍ୟ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସମ୍ପତ୍ତିର ସୁଷମ ବଣ୍ଟନ ଲକ୍ଷ୍ୟ ହାସଲର ପ୍ରୟାସ ଦ୍ୱାରା ଭାରତର ଜନସାଧାରଣଙ୍କୁ ସାମାଜିକ ନ୍ୟାୟ ସୁନିଶ୍ଚିତ କରାଇବା ସମ୍ବିଧାନର ପ୍ରସ୍ତାବନାରେ ପ୍ରତିଶ୍ରୁତି ଦିଆଯାଇଛି। ତେବେ ଏହାକୁ ହାସଲ କରିବାରେ ଦୁର୍ନୀତି ସବୁଠୁ ବଡ଼ ପ୍ରତିବନ୍ଧକ ସାଜିଥିବା ସର୍ବୋଚ୍ଚ ଅଦାଲତ କହିଛନ୍ତି। ଛତିଶଗଡ଼ ହାଇକୋର୍ଟଙ୍କ ଏକ ରାୟକୁ ଖାରଜ କରିବା ଅବସରରେ ଜଷ୍ଟିସ୍‌ ଏସ୍‌. ରବୀନ୍ଦ୍ର ଭଟ୍ଟ ଏବଂ ଦୀପଙ୍କର ଦତ୍ତଙ୍କ ଖଣ୍ଡପୀଠ ଉପରୋକ୍ତ ଟିପ୍ପଣୀ ଦେଇଛନ୍ତି। ଛତିଶଗଡ଼ର ପୂର୍ବତନ ପ୍ରମୁଖ ସଚିବ ଅମନ ସିଂ ଓ ତାଙ୍କ ସ୍ତ୍ରୀ ବିପୁଳ ପରିମାଣରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ଏକ ଏତଲାକୁ ହାଇକୋର୍ଟ ଖାରଜ କରିଦେଇଥିବାରୁ ଖଣ୍ଡପୀଠ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଦୁର୍ନୀତି ଏକ ବ୍ୟାଧିରେ ପରିଣତ ହୋଇଛି। ସବୁ ବର୍ଗର ଲୋକ ଏହାର ଉପସ୍ଥିତି ଅନୁଭବ କରୁଛନ୍ତି। ଏହା କେବଳ ଶାସନ କାର୍ଯ୍ୟ ପରିସରରେ ସୀମିତ ହୋଇ ରହିନାହିଁ, ଜଣକ ଜୀବନର ମାଧ୍ୟମ ପାଲଟିଗଲାଣି ବୋଲି ଦାୟିତ୍ୱବାନ୍‌ ନାଗରିକ କହୁଥିବା ଖଣ୍ଡପୀଠ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ…

ଏପ୍ରିଲ ୧୬ରେ ବଡ଼ ନିଷ୍ପତ୍ତି ନେବେ ଏମଏସ ଧୋନୀ! CSK ମ୍ୟାଚ୍…

ନୂଆଦିଲ୍ଲୀ,୧୫।୪:  ଏମଏସ ଧୋନୀ ଏପ୍ରିଲ ୧୬ରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ନିଷ୍ପତ୍ତି ତାଙ୍କର ପରବର୍ତ୍ତୀ ଆଇପିଏଲ ୨୦୨୬ ମ୍ୟାଚରେ ଅଂଶଗ୍ରହଣ କରିବା…

ରାଜଧାନୀରେ ଚାଞ୍ଚଲ୍ୟ: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା

ଭୁବନେଶ୍ୱର,୧୫।୪: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା। ଏଭଳି ଅଭାବନୀୟ ଘଟଣା ଘଟିଛି ନୟାପଲ୍ଲୀ ଥାନା ଅଞ୍ଚଳରେ। ନୟାପଲ୍ଲୀ ଥାନା ସାଲିଆସାହି ନାବାଳିକାଙ୍କ ପତ୍ତା ମିଳୁନି ।…

ମୋକିମଙ୍କ ନୂଆ ଦଳରେ ସୋଫିଆ? ରାଜ୍ୟ ରାଜନୀତିରେ ଚହଳ

ଭୁବନେଶ୍ୱର,୧୫।୪: ନୂଆ ଆଞ୍ଚଳିକ ଦଳ ଲୋକାର୍ପଣ କଲେ ମହମ୍ମଦ ମୋକିମ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଏକ ବିରାଟ ସମାବେଶରେ ଲୋକାର୍ପଣ ହେଲା ନୂଆଦଳ। ମୋକିମଙ୍କ ନୂଆ ଦଳ…

ସମ୍ବଲପୁରରେ ବଡ଼ ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ : ଉଦ୍‌ଘାଟିତ ହେଲା ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ

ସମ୍ବଲପୁର,୧୫।୪(ପ୍ରମୋଦ ବହିଦାର): ସମ୍ବଲପୁରର ଐତିହାସିକ ଗୌରବକୁ ନୂଆ ପରିଚୟ ଦେବା ପାଇଁ ବୁଧବାର ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ ଲୋକାର୍ପିତ ହୋଇଯାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri