ବ୍ଲକ କାର୍ଯ୍ୟାଳୟରେ ବଢୁଛି ଦୁର୍ନୀତି, ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ

ମୋରଡ଼ା,୫ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନ ମଣ୍ଡଳୀରେ ଦୁର୍ନୀତି ପିଛା ଛାଡୁନି। ନିର୍ବାଚନମଣ୍ଡଳୀର ଶୁଳିଆପଦା ବ୍ଲକରେ ମହାଦୁର୍ନୀତି ହୋଇଥିବାର ଅଭିଯୋଗ ବ୍ଲକ କଂଗ୍ରେସ କରିଥିବା ବେଳେ ଆସନ୍ତା ୧୩ ତାରିଖରେ ବ୍ଲକ କାର୍ଯ୍ୟାଳୟ ଆଗରେ ଧାରଣା ଦେବା ସହିତ ଆନ୍ଦୋଳନ ହେବ ବୋଲି ଚେତାବନୀ ଦେଇଛି ବ୍ଲକ କଂଗ୍ରେସ କମିଟି।

ପ୍ରକାଶ ଥାଉକି, ମୋରଡା ବ୍ଲକରେ ମୃତ ହିତାଧିକାରୀଙ୍କ ନାମରେ ହୋଇଥିବା ଭତ୍ତା ଟଙ୍କାର ଉଠାଣ,ଏମ୍‌ଜିଏନ୍‌ଆର୍‌ଜିଏ ଯୋଜନାରେ ହୋଇଥିବା ଅନୁମୋଦିତ ବ୍ୟୟ ଅଟକଳ ମୂଲ୍ୟଠାରୁ କାର୍ଯ୍ୟରେ ଅଧିକ ଟଙ୍କା ଖର୍ଚ୍ଚ ଦର୍ଶାଇବା,ଉନ୍ନୟନମୂଳକ କାର୍ଯ୍ୟ ନ କରି ମିଥ୍ୟା ବିଲ ପୈଠ, ନିମ୍ନମାନର କାର୍ଯ୍ୟ ଇତ୍ୟାଦି ନେଇ ଚଳିତ ବର୍ଷ ଗତ ଜାନୁୟାରୀ ୩ ତାରିଖ ଦିନ ମୋରଡା ବିଡିଓଙ୍କୁ ଲିଖିତ ଅଭିଯୋଗ କରିଥିଲା ବ୍ଲକ କଂଗ୍ରେସ। କିନ୍ତୁ ୫ ମାସରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ପ୍ରଶାସନ ଆଜିଯାଏ କୌଣସି ପଦକ୍ଷେପ ଗ୍ରହଣ କରିନାହିଁ। ତେଣୁ ରାଜ୍ୟ କଂଗ୍ରେସ ସମ୍ପାଦକ ପ୍ରଭାସକର ମହାପାତ୍ରଙ୍କ ନେତୃତ୍ୱରେ ବ୍ଲକର ବରିଷ୍ଠ କଂଗ୍ରେସ କର୍ମୀମାନେ ଉପସ୍ଥିତ ରହି ଆଜି ମୋରଡା ବିଡିଓ ଜୟକୃଷ୍ଣ ପାତ୍ରଙ୍କୁ ଲିଖିତ ଭାବେ ଜଣାଇଛନ୍ତି। ଆଗାମୀ ପନ୍ଦର ଦିନ ଭିତରେ ଉକ୍ତ ସବୁ ଘଟଣାର ଉପଯୁକ୍ତ ତଦନ୍ତ କରି ରିପୋର୍ଟ ପ୍ରଦାନ କରିବା ସହିତ ଉକ୍ତ ରିପୋର୍ଟକୁ ସାର୍ବଜନୀନ ନ କରାଗଲେ ବ୍ଲକ କଂଗ୍ରେସ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବ। ଉକ୍ତ କାର୍ଯ୍ୟକ୍ରମରେ ବ୍ଲକର ବରିଷ୍ଠ କଂଗ୍ରେସ କର୍ମୀ ଜୟନ୍ତ ବେହେରା, ମୋହନ ଦାସ,ରାଜେଶ ପଢିହାରୀ, ତାପସ ରଞ୍ଜନ ରାଉତ, ଶୁଭ କୁମାର ମହାନ୍ତ, ଶଶଧର ବେହେରା,ଅସିତ କୁମାର ବେହେରା, କାନ୍ଦ୍ରା ସୋରେନ, ସନାତନ ଦେ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

‘ଭୋଟ ଚୋରି’ ବିରୋଧରେ କଂଗ୍ରେସର ପ୍ରଦର୍ଶନ, ରାମଲିଳା ମଇଦାନରେ ଏକାଠି ହେବେ ବହୁ ବରିଷ୍ଠ

ନୂଆଦିଲ୍ଲୀ,୧୪।୧୨: କଂଗ୍ରେସ କଥିତ ନିର୍ବାଚନୀ ଜାଲିଆତି ଏବଂ ‘ଭୋଟ ଚୋରି’ ବିରୋଧରେ ଅଭିଯାନକୁ ତୀବ୍ରତର କରୁଛି। ଡିସେମ୍ବର ୧୪, ୨୦୨୫ ରବିବାର ଦିଲ୍ଲୀର ରାମଲୀଳା ମଇଦାନରେ...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

‘ଅତିରିକ୍ତ ଶୁଳ୍କ ଲଗାଇଲେ ସମ୍ପର୍କ ଖରାପ ହୋଇପାରେ, କାଥାବାର୍ତ୍ତା ମାଧ୍ୟମରେ…,’ ମେକ୍ସିକୋର ଟାରିଫକୁ ନେଇ ଭାରତ କହିଲା…

ନୂଆଦିଲ୍ଲୀ,୧୪।୧୨: ମେକ୍ସିକୋର କିଛି ଭାରତୀୟ ଉତ୍ପାଦ ଉପରେ ୫୦ ପ୍ରତିଶତ ପର୍ଯ୍ୟନ୍ତ ଶୁଳ୍କ ବୃଦ୍ଧି ନିଷ୍ପତ୍ତି ପରେ ଭାରତ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି।...

ଏଇ ଭାରତରେ

କୋଭିଡ୍‌ ମହାମାରୀ ସମୟରେ ଅନ୍‌ଲାଇନ ପଢ଼ାରେ ପିଲାମାନେ ଅଭ୍ୟସ୍ତ ହୋଇଯାଇଥିଲେ। ଘରେ ରହିଲେ ମଧ୍ୟ ପିଲାମାନେ ମୋବାଇଲ ଆସକ୍ତି ଛାଡ଼ି ପାରୁନାହାନ୍ତି। ପିଲାଙ୍କ ମାନସିକ ସ୍ଥିତି...

ପରିବେଶତନ୍ତ୍ରୀ

”ଆଜି ଯେଉଁଠି ପହଞ୍ଚଛି ସେଥିପାଇଁ ପ୍ରେରଣା ସ୍ଥାନୀୟ ଗ୍ରାମରୁ ପାଇଛି, ଯେଉଁଠି ଲୋକମାନେ ମୋ ସହ ଠିଆ ହୋଇଥିଲେ। ହେନ୍ତାଳବଣକୁ ନିଜର ଭାବି ପରିଷ୍କାର କରିବାରେ...

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri