ବାଡ଼ ଖାଉଛି ଫସଲ

ଭୁବନେଶ୍ୱର, ୨୭।୭(ବ୍ୟୁରୋ): ବାଡ଼ ଖାଉଛି ଫସଲ। ରାଜ୍ୟରେ ତଳସ୍ତରରୁ ଉପରଯାଏ ଦୁର୍ନୀତି ଭରି ରହିଛି। ପର୍ସେଣ୍ଟେଜ୍‌(ପିସି) କାରବାର ବୃଦ୍ଧି ପାଇଛି। ସରକାରଙ୍କ ସମସ୍ତ ବିଭାଗରେ ପୁଳାପୁଳା ଦୁର୍ନୀତି। ଏଥିରେ ତଳଶ୍ରେଣୀର କର୍ମଚାରୀଠାରୁ ଆରମ୍ଭ କରି ଉପର ଅଫିସର ପର୍ଯ୍ୟନ୍ତ ଏକ ର଼୍ୟାକେଟ କାମ କରୁଛି। ଭିଜିଲାନ୍ସ କେବଳ ତଳିଆ କର୍ମଚାରୀଙ୍କୁ ଧରୁଥିବା ବେଳେ ବଡ଼ବଡ଼ ମାଛ ଖସି ଯାଉଛନ୍ତି। ମୁଖ୍ୟମନ୍ତ୍ରୀ ଦୁର୍ନୀତିକୁ ନେଇ ଶୂନ୍ୟ ସହନଶୀଳତା(ଜିରୋ ଟଲରାନ୍ସ) କହୁଥିବା ବେଳେ ବ୍ଲକସ୍ତରରୁ ଆରମ୍ଭ କରି ପଞ୍ଚାୟତ ଓ ଜିଲା ସବୁଆଡେ ଦୁର୍ନୀତି ହୋଇଛି। ଏପରିକି ପୋଲିସ କର୍ମଚାରୀ ମଧ୍ୟ ଦୁର୍ନୀତିରେ ଲିପ୍ତ ରହୁଛନ୍ତି। ରାଜ୍ୟରେ ପିସି କାରବାରକୁ ନେଇ ବିରୋଧୀ ଦଳ ସରକାରଙ୍କୁ ଜୋରଦାର ଆକ୍ରମଣ କରିଛନ୍ତି।

ବୁଧବାର ବିଜେଡି ସଭ୍ୟ ଅମର ଶତପଥୀ ବିରୋଧୀଙ୍କ ମୁଲତବୀ ପ୍ରସ୍ତାବକୁ ବିରୋଧ କରି କହିଲେ ଯେ, ରାଜ୍ୟ ସରକାର ସର୍ବଦା ଦୁର୍ନୀତି ଉପରେ ଶୂନ୍ୟ ସହନଶୀଳତା ନୀତି ଅବଲମ୍ବନ କରିଆସିଛନ୍ତି। ଯେଉଁଠି ଦୁର୍ନୀତି ହେଉଛି ସେଠାରେ ତଦନ୍ତ କରାଯାଇ ପଦକ୍ଷେପ ନିଆଯାଉଛି। ଦୁର୍ନୀତିକୁ କୌଣସି କ୍ଷେତ୍ରରେ ଚପାଇ ଦିଆଯାଉନାହିଁ। ସେହିଭଳି ମୁଲତବୀ ଆଲୋଚନା ଶେଷରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କହିଥିଲେ ଯେ, ବିରୋଧୀଙ୍କ ପାଖରେ କୌଣସି ନିର୍ଦ୍ଦିଷ୍ଟ ଅଭିଯୋଗ ନାହିଁ। ଭିଜିଲାନ୍ସ କାମକୁ କଦର୍ଥ କରି କହୁଛନ୍ତି। ଦୁର୍ନୀତି ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ହେଉଥିବାରୁ ୨୨ ବର୍ଷ ଧରି ଜନସାଧାରଣ ବିଜେଡିକୁ ଶାସନ କରିବାକୁ ସୁଯୋଗ ଦେଇଛନ୍ତି। ଭିଜିଲାନ୍ସ ବିପକ୍ଷରେ ବହୁ ଦକ୍ଷ ଅଫିସରଙ୍କୁ ନିଯୁକ୍ତି ଦିଆଯାଇଛି। ୨୦୧୮ରେ ଭିଜିଲାନ୍ସ ଏକାଡେମୀ ପ୍ରତିଷ୍ଠା ହୋଇଛି। ସେଥିଲାଗି ଅଧିକ ୯୧ ପଦବୀ ସୃଷ୍ଟି କରାଯାଇଛି । ରାଉରକେଲାରେ ଭିଜିଲାନ୍ସ ଡିଭିଜନ ପ୍ରତିଷ୍ଠା ହୋଇଛି। ସରକାର କେବଳ ତଳିଆ କର୍ମଚାରୀ ନୁହେଁ ବରଂ ଜିଲାପାଳଙ୍କୁ ମଧ୍ୟ ଜେଲ ପଠାଇଛନ୍ତି। ଦୁର୍ନୀତିମୁକ୍ତ ସ୍ବଚ୍ଛ ଶାସନ ଦେବାଲାଗି ସରକାର ପ୍ରତିଶ୍ରୁତିବଦ୍ଧ। ଏତିକି କହିବା ବେଳେ ବିରୋଧୀ ସଦସ୍ୟମାନେ ହୋ-ହଲ୍ଲା କରି ବିଧାନସଭା କକ୍ଷଛାଡ଼ି ବାହାରକୁ ପଳାଇ ଯାଇଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri