ବାଡ଼ ଖାଉଛି ଫସଲ

ଭୁବନେଶ୍ୱର, ୨୭।୭(ବ୍ୟୁରୋ): ବାଡ଼ ଖାଉଛି ଫସଲ। ରାଜ୍ୟରେ ତଳସ୍ତରରୁ ଉପରଯାଏ ଦୁର୍ନୀତି ଭରି ରହିଛି। ପର୍ସେଣ୍ଟେଜ୍‌(ପିସି) କାରବାର ବୃଦ୍ଧି ପାଇଛି। ସରକାରଙ୍କ ସମସ୍ତ ବିଭାଗରେ ପୁଳାପୁଳା ଦୁର୍ନୀତି। ଏଥିରେ ତଳଶ୍ରେଣୀର କର୍ମଚାରୀଠାରୁ ଆରମ୍ଭ କରି ଉପର ଅଫିସର ପର୍ଯ୍ୟନ୍ତ ଏକ ର଼୍ୟାକେଟ କାମ କରୁଛି। ଭିଜିଲାନ୍ସ କେବଳ ତଳିଆ କର୍ମଚାରୀଙ୍କୁ ଧରୁଥିବା ବେଳେ ବଡ଼ବଡ଼ ମାଛ ଖସି ଯାଉଛନ୍ତି। ମୁଖ୍ୟମନ୍ତ୍ରୀ ଦୁର୍ନୀତିକୁ ନେଇ ଶୂନ୍ୟ ସହନଶୀଳତା(ଜିରୋ ଟଲରାନ୍ସ) କହୁଥିବା ବେଳେ ବ୍ଲକସ୍ତରରୁ ଆରମ୍ଭ କରି ପଞ୍ଚାୟତ ଓ ଜିଲା ସବୁଆଡେ ଦୁର୍ନୀତି ହୋଇଛି। ଏପରିକି ପୋଲିସ କର୍ମଚାରୀ ମଧ୍ୟ ଦୁର୍ନୀତିରେ ଲିପ୍ତ ରହୁଛନ୍ତି। ରାଜ୍ୟରେ ପିସି କାରବାରକୁ ନେଇ ବିରୋଧୀ ଦଳ ସରକାରଙ୍କୁ ଜୋରଦାର ଆକ୍ରମଣ କରିଛନ୍ତି।

ବୁଧବାର ବିଜେଡି ସଭ୍ୟ ଅମର ଶତପଥୀ ବିରୋଧୀଙ୍କ ମୁଲତବୀ ପ୍ରସ୍ତାବକୁ ବିରୋଧ କରି କହିଲେ ଯେ, ରାଜ୍ୟ ସରକାର ସର୍ବଦା ଦୁର୍ନୀତି ଉପରେ ଶୂନ୍ୟ ସହନଶୀଳତା ନୀତି ଅବଲମ୍ବନ କରିଆସିଛନ୍ତି। ଯେଉଁଠି ଦୁର୍ନୀତି ହେଉଛି ସେଠାରେ ତଦନ୍ତ କରାଯାଇ ପଦକ୍ଷେପ ନିଆଯାଉଛି। ଦୁର୍ନୀତିକୁ କୌଣସି କ୍ଷେତ୍ରରେ ଚପାଇ ଦିଆଯାଉନାହିଁ। ସେହିଭଳି ମୁଲତବୀ ଆଲୋଚନା ଶେଷରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କହିଥିଲେ ଯେ, ବିରୋଧୀଙ୍କ ପାଖରେ କୌଣସି ନିର୍ଦ୍ଦିଷ୍ଟ ଅଭିଯୋଗ ନାହିଁ। ଭିଜିଲାନ୍ସ କାମକୁ କଦର୍ଥ କରି କହୁଛନ୍ତି। ଦୁର୍ନୀତି ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ହେଉଥିବାରୁ ୨୨ ବର୍ଷ ଧରି ଜନସାଧାରଣ ବିଜେଡିକୁ ଶାସନ କରିବାକୁ ସୁଯୋଗ ଦେଇଛନ୍ତି। ଭିଜିଲାନ୍ସ ବିପକ୍ଷରେ ବହୁ ଦକ୍ଷ ଅଫିସରଙ୍କୁ ନିଯୁକ୍ତି ଦିଆଯାଇଛି। ୨୦୧୮ରେ ଭିଜିଲାନ୍ସ ଏକାଡେମୀ ପ୍ରତିଷ୍ଠା ହୋଇଛି। ସେଥିଲାଗି ଅଧିକ ୯୧ ପଦବୀ ସୃଷ୍ଟି କରାଯାଇଛି । ରାଉରକେଲାରେ ଭିଜିଲାନ୍ସ ଡିଭିଜନ ପ୍ରତିଷ୍ଠା ହୋଇଛି। ସରକାର କେବଳ ତଳିଆ କର୍ମଚାରୀ ନୁହେଁ ବରଂ ଜିଲାପାଳଙ୍କୁ ମଧ୍ୟ ଜେଲ ପଠାଇଛନ୍ତି। ଦୁର୍ନୀତିମୁକ୍ତ ସ୍ବଚ୍ଛ ଶାସନ ଦେବାଲାଗି ସରକାର ପ୍ରତିଶ୍ରୁତିବଦ୍ଧ। ଏତିକି କହିବା ବେଳେ ବିରୋଧୀ ସଦସ୍ୟମାନେ ହୋ-ହଲ୍ଲା କରି ବିଧାନସଭା କକ୍ଷଛାଡ଼ି ବାହାରକୁ ପଳାଇ ଯାଇଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri