ବିଜେଡି ରାଜ୍ୟ ପରିଷଦ ବୈଠକ: ଦୁର୍ନୀତି ବିକାଶର ବଡ଼ ଶତ୍ରୁ

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ଦୁର୍ନୀତି ବିକାଶର ବଡ଼ ଶତ୍ରୁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ବିରୋଧରେ ସବୁବେଳେ କଡ଼ା ଆଭିମୁଖ୍ୟ ପୋଷଣ କରିଆସିଛନ୍ତି। ଏବେ ଏହାକୁ ଦଳୀୟ ଓ ପ୍ରଶାସନିକ କ୍ଷେତ୍ରରେ ଜୋର୍‌ଦାର କରିବାକୁ ନିଷ୍ପତ୍ତି ନେଇଛନ୍ତି। ସରପଞ୍ଚଙ୍କଠାରୁ ଆରମ୍ଭକରି ବ୍ଲକ ଚେୟାରମ୍ୟାନ, ଜିଲା ପରିଷଦ ସଭାପତି, ଉପସଭାପତି, ବିଧାୟକ, ମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ସମସ୍ତେ ପ୍ରତିବର୍ଷ ସମ୍ପତ୍ତି ତାଲିକା ଦେବେ। କେବଳ ରାଜନେତା ନୁହନ୍ତି, ସରକାରୀ କର୍ମଚାରୀ ତଳସ୍ତରରୁ ଆରମ୍ଭକରି ମୁଖ୍ୟ ଶାସନ ସଚିବଙ୍କ ପର୍ଯ୍ୟନ୍ତ ସମ୍ପତ୍ତି ତାଲିକା ଦେବେ। ଏହାକୁ ଜନସାଧାରଣଙ୍କ ସୂଚନା ନିମନ୍ତେ ପବ୍ଲିକ ଡୋମେନରେ ରଖାଯିବ। ଏହି ସମ୍ପତ୍ତି ତାଲିକା ପ୍ରତିବର୍ଷ ଲୋକାୟୁକ୍ତଙ୍କ ନିକଟରେ ଦାଖଲ କରାଯିବ। ଦୁର୍ନୀତି ରୋକିବା କ୍ଷେତ୍ରରେ ଏଭଳି ପଦକ୍ଷେପ ନେବାରେ ଓଡ଼ିଶା ସାରା ଭାରତରେ ପ୍ରଥମ ରାଜ୍ୟ ହେବ ବୋଲି ସୋମବାର ବିଜୁ ଜନତା ଦଳର ରାଜ୍ୟ ପରିଷଦ ବୈଠକରେ ଭିଡିଓ କନ୍‌ଫରେନ୍ସ ଜରିଆରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳୀୟ କର୍ମକର୍ତ୍ତାଙ୍କୁ ବାର୍ତ୍ତା ଦେଇଛନ୍ତି।

ନବୀନ କହିଛନ୍ତି ଆମେ ଗରିବ, ରୋଗ, ଆଞ୍ଚଳିକ ଅସମତା, ପ୍ରାକୃତିକ ବିପର୍ଯ୍ୟୟ ଏବଂ ଅପାରଗତା ବିରୋଧରେ ଲଢ଼େଇ କରୁଛୁ। ଯଦି ସ୍ବଚ୍ଛତା ଉପରେ ଗୁରୁତ୍ୱ ଦିଆ ନ ଯିବ ଏବଂ ଦୁର୍ନୀତିର ମୂଳୋତ୍ପାଟନ କରା ନ ଯିବ, ତେବେ ଏସବୁ ମୂଲ୍ୟହୀନ ହୋଇଯିବ। ଦୁର୍ନୀତି ବିରୋଧରେ ସାଲିସବିହୀନ ଲଢ଼େଇ ହିଁ ଆମ ପାଇଁ ସାରା ଭାରତରେ ସୁନାମ ଆଣିଦେଇଛି। ଦୁର୍ନୀତି ମାମଲା ବିଚାର ପାଇଁ ସ୍ବତନ୍ତ୍ର କୋର୍ଟ ପ୍ରତିଷ୍ଠା କରିବା ହେଉ କିମ୍ବା ଦୁର୍ନୀତିରେ ସମ୍ପୃକ୍ତଙ୍କ ସମ୍ପତ୍ତି ବାଜ୍ୟାପ୍ତି ବିଷୟ ହେଉ ଏ ସବୁଥିରେ ଓଡ଼ିଶା ହିଁ ସବୁଠାରୁ ଆଗରେ ରହିଛି। ସମ୍ପତ୍ତି ତାଲିକାକୁ ସର୍ବସାଧାରଣଙ୍କ ଅବଗତି ନିମନ୍ତେ ପ୍ରକାଶ କରାଗଲେ ଜନସାଧାରଣ ଏହାକୁ ଦେଖିପାରିବେ। ଦଳର ଏମ୍‌ପିମାନେ ସ୍ବେଚ୍ଛାକୃତ ଭାବେ ସମ୍ପତ୍ତି ତାଲିକା ଦେଇ ଦେଶରେ ଉଦାହରଣ ସୃଷ୍ଟି କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକଟ କରିଛନ୍ତି। ଶକ୍ତିଶାଳୀ ଲୋକାୟୁକ୍ତ ଗଠନ କ୍ଷେତ୍ରରେ ଓଡ଼ିଶା ଅଳ୍ପ କେତେକ ରାଜ୍ୟ ମଧ୍ୟରୁ ଅନ୍ୟତମ। ଦୁର୍ନୀତି କରୁଥିବା କର୍ମଚାରୀ ଯେତେ ଉଚ୍ଚ ପଦବୀରେ ଥାଆନ୍ତୁ ନା କାହିଁକି ସେମାନଙ୍କ ବିରୋଧରେ ସରକାର ସର୍ବଦା ଦୃଢ଼ ଏବଂ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ଅନେକ କ୍ଷେତ୍ରରେ ସେମାନଙ୍କୁ ଚାକିରିରୁ ବହିଷ୍କାର କରାଯାଉଛି। ଗତ ବର୍ଷକ ମଧ୍ୟରେ ୯୧ଜଣ ଦୁର୍ନୀତିରେ ଲିପ୍ତ ଅଫିସରଙ୍କୁ ଚାକିରିରୁ ବରଖାସ୍ତ କରାଯାଇଛି। ସେମାନଙ୍କ ପେନ୍‌ସନ ମଧ୍ୟ ବନ୍ଦ କରାଯାଇଛି। ଆଗକୁ ଏ ଲଢ଼େଇ ଆହୁରି ଜୋର୍‌ଦାର ଜୋରଦାର ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ମହାତ୍ମା ଗାନ୍ଧୀଙ୍କ ପ୍ରସିଦ୍ଧ ଟଲିସ୍‌ମ୍ୟାନ ସମ୍ପର୍କରେ ଉଦ୍ଧୃତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘ଯେତେବେଳେ ନିଜ ଉପରେ ସନ୍ଦେହ ସୃଷ୍ଟି ହେବ କିମ୍ବା ନିଜେ ନିଜକୁ ବହୁତ ବଡ଼ ଭାବିବା ସେତେବେଳେ ନିଜ ଚତୁଃପାର୍ଶ୍ୱରେ ଥିବା ଗରିବ, ଦୁର୍ବଳ ଶ୍ରେଣୀର ଲୋକଙ୍କ କଥାକୁ ମନେ ପକାଇବା ଦରକାର। ଯେଉଁ ପଦକ୍ଷେପ ନେଇଛ ତାହା ସେମାନଙ୍କ କାମରେ ଲାଗି ପାରୁଛି କି ନାହିଁ ନିଜକୁ ପଚାରିବା ଦରକାର।’ସାଧାରଣ ଲୋକଙ୍କ ମୁହଁରେ ହସ ଓ ମନରେ ବିଶ୍ୱାସ ଗୋଟିଏ ରାଜନୈତିକ ଦଳର ସବୁଠାରୁ ବଡ଼ ସମ୍ପତ୍ତି। ତାହାକୁ ବଜାୟ ରଖିବା ପାଇଁ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀ କର୍ମକର୍ତ୍ତାଙ୍କୁ ଆହ୍ବାନ କରିଛନ୍ତି। ବିଜୁବାବୁଙ୍କ ଆଦର୍ଶରେ ଚାଲିଥିବା ବିଜୁ ଜନତା ଦଳର ରାଜ୍ୟ ପରିଷଦ ବୈଠକରେ ଦଳର ସଦସ୍ୟମାନେ ବହୁତ ଭଲ ପ୍ରସ୍ତାବ ଦେଇଛନ୍ତି। ସେଥିପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେବା ସହ ଅନେକ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି।
ସରକାରୀ ସ୍କୁଲରେ ପାଠ ପଢୁଥିବା ପିଲାଙ୍କ ପାଇଁ ମେଡିକାଲ କଲେଜ ଓ ଇଞ୍ଜିନିୟରିଂ କଲେଜରେ ସ୍ଥାନ ସଂରକ୍ଷଣ ପ୍ରସ୍ତାବକୁ ନେଇ ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତି କରିଛନ୍ତି। ସେହିପରି ଦଳୀୟ କର୍ମକର୍ତ୍ତାମାନେ ପଛୁଆବର୍ଗ ସର୍ଭେ କରିବାକୁ ପ୍ରସ୍ତାବ ଦେଇଛନ୍ତି। ସାମାଜିକ ନ୍ୟାୟ ଦିଗରେ ଏହା ମାଇଲଷ୍ଟୋନ୍‌ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି। ନବୀନ କହିଛନ୍ତି ଯେ, ମହିଳା ସଶକ୍ତୀକରଣ ମୋର ସବୁଠାରୁ ପ୍ରିୟ ବିଷୟ। ଏ ସମ୍ପର୍କରେ ଆସିଥିବା ପ୍ରସ୍ତାବକୁ କେତେକ କ୍ଷେତ୍ରରେ କାର୍ଯ୍ୟକାରୀ କରିବା ଦରକାର। ସେଗୁଡ଼ିକୁ ସମ୍ପୃକ୍ତ ବିଭାଗୀୟ ମନ୍ତ୍ରୀଙ୍କ ପାଖକୁ ପଠାଯିବ। ସଂଗଠନ ସମ୍ପାଦକ ସେଗୁଡ଼ିକୁ କୋଅର୍ଡିନେଟ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?