ପଟ୍ଟନାୟକ ପୋଖରୀ ନବୀକରଣରେ ୫୫.୬୯ ଲକ୍ଷ ଟଙ୍କାର ଦୁର୍ନୀତି: ପୂର୍ବତନ ଯନ୍ତ୍ରୀ-ଏମ୍‌ଇ-ଠିକାଦାର ଗିରଫ

ପାରଳାଖେମୁଣ୍ଡି,୬ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ପଟ୍ଟନାୟକ ପୋଖରୀର ପୁନରୁଦ୍ଧାର ଓ ନବୀକରଣ କାର୍ଯ୍ୟରେ ୫୫ ଲକ୍ଷ ୬୯ ହଜାର ୩୩ ଟଙ୍କାର ସରକାରୀ ପାଣ୍ଠି ଅପବ୍ୟବହାର ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବୁଧବାର ପୂର୍ବତନ କନିଷ୍ଠ ଯନ୍ତ୍ରୀ (ଜେଇ), ମ୍ୟୁନିସିପାଲ ଇଞ୍ଜିନିୟର (ଏମ୍‌ଇ) ଓ ସମ୍ପୃକ୍ତ ଠିକାଦାରଙ୍କୁ ଗିରଫ କରିଛି। ଏହି ଘଟଣାକୁ ନେଇ ଜିଲାରେ ଚର୍ଚ୍ଚା ଜୋର୍‌ ଧରିଛି।

ଭିଜିଲାନ୍ସ ସୂଚନାନୁସାରେ, ୨୦୧୯ରୁ ୨୦୨୨ ମଧ୍ୟରେ ପଟ୍ଟନାୟକ ପୋଖରୀର ପୁନରୁଦ୍ଧାର ଓ ନବୀକରଣ କାର୍ଯ୍ୟ ପାଇଁ ମୋଟ୍‌ ୧ କୋଟି ୨୨ ଲକ୍ଷ ୪୦ ହଜାର ୭୦୦ ଟଙ୍କା ତିନୋଟି ରନିଂ ଆକାଉଣ୍ଟ (ଆର୍‌ଏ) ବିଲ୍‌ ମାଧ୍ୟମରେ ପ୍ରଦାନ କରାଯାଇଥିଲା। ତଦନ୍ତରେ ପୂର୍ବତନ ଜେଇ ଡି. ଯୁଧିଷ୍ଠିର ସରକାରୀ ମେଜରମେଣ୍ଟ ବୁକ (ଏମ୍ବି)ରେ ମିଥ୍ୟା ଓ ବଢ଼ାଇ ଦିଆଯାଇଥିବା ମାପଚୋପ ଲିପିବଦ୍ଧ କରିଥିବା ଅଭିଯୋଗ ହୋଇଛି। ପରବର୍ତ୍ତୀ ସମୟରେ ମ୍ୟୁନିସିପାଲ ଇଞ୍ଜିନିୟର ସଞ୍ଜୀବ ଚମ୍ପତି ସେହି ମାପଚୋପକୁ ଯାଞ୍ଚ କରି ସଠିକ ବୋଲି ପ୍ରମାଣିତ କରିଥିଲେ। ଏହା ଆଧାରରେ ଠିକାଦାର ସୁରେନ୍ଦ୍ର ପାଣିଗ୍ରାହୀଙ୍କୁ ଅର୍ଥ ପ୍ରଦାନ କରାଯାଇଥିଲା।
ଭିଜିଲାନ୍ସର ସ୍ବାଧୀନ ବୈଷୟିକ ଯାଞ୍ଚରେ ନିମ୍ନମାନର କାର୍ଯ୍ୟ ଓ ଜାଲିଆତିପୂର୍ଣ୍ଣ ମାପଚୋପ ଯୋଗୁ ୫୫,୬୯,୦୩୩ ଟଙ୍କାର ସରକାରୀ କ୍ଷତି ହୋଇଥିବା ସ୍ପଷ୍ଟ ହୋଇଛି। ଏହାପରେ ଭିଜିଲାନ୍ସ ପକ୍ଷରୁ ମାମଲା ନଂ ୭/୨୬ ରୁଜୁ କରାଯାଇ ବିଭିନ୍ନ ଦଫାରେ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନଙ୍କୁ ବୁଧବାର ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତରେ ହାଜର କରାଯାଇଥିବାବେଳେ ମାମଲାର ତଦନ୍ତ ଜାରି ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri