Posted inଜାତୀୟ

ଜଣେ କଏଦୀଙ୍କ ପାଇଁ ଦିନକୁ ଖର୍ଚ୍ଚ ୧୧୮ ଟଙ୍କା: ଏନ୍‌ସିଆର୍‌ବି ରିପୋର୍ଟ

ନୂଆଦିଲ୍ଲୀ, ୬।୯: ଦେଶରେ ଥିବା ବିଭିନ୍ନ ଜେଲ୍‌ରେ ଥିବା କଏଦୀଙ୍କ ପାଇଁ ଦିନକୁ କେତେ ଟଙ୍କା ଖର୍ଚ୍ଚ ହେଉଛି ତାହାର ରିପୋଟ ପ୍ରକାଶ ପାଇଛି। ନ୍ୟାଶନାଲ କ୍ରାଇମ୍‌ ରେକର୍ଡ ବ୍ୟୁରୋ(ଏନ୍‌ସିଆର୍‌ବି) ପକ୍ଷରୁ ପ୍ରକାଶ ପାଇଥିବା ରିପୋର୍ଟରେ ଉଲ୍ଲେଖ ହୋଇଛି ଯେ, ଜଣେ କଏଦୀଙ୍କ ପାଇଁ ଦିନକୁ ୧୧୮ ଟଙ୍କା ଖର୍ଚ୍ଚ ହେଉଛି। ଦେଶର ବିଭିନ୍ନ ଜେଲ୍‌ରେ ୪ ଲକ୍ଷ ୭୮ ହଜାରରୁ ଅଧିକ କଏଦୀ ରହିଛନ୍ତି। ୨୦୧୯-୨୦ ଆର୍ଥିକ ବର୍ଷରେ ଦେଶର ୧୩୫୦ ଜେଲ୍‌ରେ ମୋଟ ୫୯୫୮ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ସେଥିମଧ୍ୟରୁ ୨୦୬୧ କୋଟି ଟଙ୍କା କେବଳ କଏଦୀଙ୍କ ପାଇଁ ଖର୍ଚ୍ଚ ହୋଇଛି। ସେଥିମଧ୍ୟରୁ ୮୯ କୋଟି ୪୮ ଲକ୍ଷ ଔଷଧରେ ଖର୍ଚ୍ଚ ହୋଇଛି। ସେହିପରି କଏଦୀଙ୍କ ଶିକ୍ଷା ଏବଂ ତାଲିମ୍‌ରେ ୨୪ କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି। ପୋଷାକ ପାଇଁ ୨୨ କୋଟି ୫୬ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଥିବାବେଳେ କଏଦୀ କଲ୍ୟାଣ କାର୍ଯ୍ୟକ୍ରମରେ ୨୦ କୋଟି ୨୭ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି। ସର୍ବାଧିକ ୪୮ ପ୍ରତିଶତ ଟଙ୍କା କେବଳ ଖାଦ୍ୟରେ ଖର୍ଚ୍ଚ ହୋଇଛି ବୋଲି ଏନ୍‌ସିଆର୍‌ବି ରିପୋର୍ଟରେ ଦର୍ଶାଯାଇଛି। କଏଦୀଙ୍କ ପାଇଁ ୫ ରାଜ୍ୟ ସର୍ବାଧିକ ଖର୍ଚ୍ଚ କରୁଥିବା ଏଥିରେ ପ୍ରକାଶ ପାଇଛି। ସେସବୁ ରାଜ୍ୟ ମଧ୍ୟରେ ଉତ୍ତରପ୍ରଦେଶ, ବିହାର, ଦିଲ୍ଲୀ, ମଧ୍ୟପ୍ରଦେଶ ଏବଂ ମହାରାଷ୍ଟ୍ର ରହିଛି। ୨୦୧୯ ଡିସେମ୍ବର ସୁଦ୍ଧା ଦେଶର ୮୦୮ ଜେଲ୍‌ରେ ଭିଡ଼ିଓ କନଫରେନ୍ସିଂ ସୁବିଧା ଆରମ୍ଭ କରାଯାଇଛି। ୨୦୧୯-୨୦ ଆର୍ଥିକ ବର୍ଷରେ ଜେଲ୍‌ ପାଇଁ ୬୭୫ କୋଟି ଟଙ୍କା ଅଧିକ ଖର୍ଚ୍ଚ ହୋଇଛି। ଜେଲରେ ସମ୍ପ୍ରତି ପ୍ରାୟ ୬୦ ହଜାର ୭୯୦ କର୍ମଚାରୀ କାର୍ଯ୍ୟ କରୁଛନ୍ତି। ସେହିପରି ୨୭ ହଜାର ପଦପଦବୀ ଖାଲି ପଡ଼ିଥିବା ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାକ୍ଷୀ ମଉକାରେ ଚଉକା: ସ୍ତ୍ରୀଙ୍କୁ ବାପଘରେ ଛାଡ଼ିବାକୁ ଯାଉଥିଲେ ସ୍ବାମୀ, ବାଟରେ ମିଠା କିଣିବାକୁ ପଠାଇ ପ୍ରେମିକ ସହ…

ପାଟନା,୨୮।୮: ବିହାରର ମଧେପୁରା ଜିଲାରୁ ରକ୍ଷାବନ୍ଧନ ଦିନ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପତ୍ନୀଙ୍କୁ ତାଙ୍କ ବାପଘରେ ଛାଡ଼ିବା ପାଇଁ ବାଇକରେ ନେଇ ଯାଉଥିବା ଜଣେ…

ଭୋଟର ତାଲିକାରୁ ଶତାଧିକ ଯୋଗ୍ୟ ନାଗରିକଙ୍କ ନାଁ କାଟିବାକୁ ଷଡ଼ଯନ୍ତ୍ର, ଅଭିଯୋଗ ଆଣି ବିଜେଡି କହିଲା…

ଧାମନଗର,୨୮ା୮(ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଏନଏସି ଅଞ୍ଚଳରେ ଶତାଧିକ ଯୋଗ୍ୟ ଭୋଟରଙ୍କ ନାମ ଭୋଟର ତାଲିକାରୁ ବାଦ୍‌ ଦେବା ପାଇଁ ଜାଲିଆତି ଓ ଷଡ଼ଯନ୍ତ୍ର…

୯୦୦ ମନ୍ଦିରର ରହସ୍ୟମୟ ପର୍ବତ! ସୂର୍ଯ୍ୟାସ୍ତ ହେଉ ହେଉ ଦେଖାଯା’ନ୍ତି…

ଭାରତରେ ଅନେକ ସୁନ୍ଦର ପାର୍ୱତ୍ୟ ସ୍ଥଳ ରହିଛି, କିନ୍ତୁ ଗୁଜରାଟର ଶତ୍ରୁଞ୍ଜୟ ପର୍ୱତ ନିଜର ଆଧ୍ୟାତ୍ମିକ ଓ ଧାର୍ମିକ ବିଶେଷତା ପାଇଁ ଏକ ସ୍ୱତନ୍ତ୍ର ପରିଚୟ ବହନ…

ରେଭେନ୍ସା ବିଶ୍ବବିଦ୍ୟାଳୟ ବିବାଦ; ସମୂହ ଛୁଟିରେ ଗଲେ ଅଧ୍ୟାପକ

କଟକ,୨୮।୮(ପ୍ରଭୁକଲ୍ୟାଣ ପାଲ): ସମୁହ ଛୁଟିରେ ଗଲେ ରେଭେନ୍ସା ଅଧ୍ୟାପିକା ଓ ଅଧ୍ୟାପକ । ଏହାସହ କୁଳପତିଙ୍କ କାର୍ଯ୍ୟାଳୟ ସାମ୍ନାରେ ଧାରଣାରେ ବସିଛନ୍ତି । ରେଭେନ୍ସା ୟୁନିଭରସିଟି ଟିଚର୍ସ…

କ’ଣ ରାକ୍ଷୀରେ ଭାଇଙ୍କ ଠାରୁ ମିଳୁଥିବା ଟଙ୍କାରୁ ସରକାର ନିଅନ୍ତି ଟ୍ୟାକ୍ସ? ଜାଣନ୍ତୁ କେତେ ଟଙ୍କା ନେଲେ…

ନୂଆଦିଲ୍ଲୀ,୨୮।୮: ରକ୍ଷାବନ୍ଧନ ପର୍ୱ ଭାଇ-ଭଉଣୀଙ୍କ ପବିତ୍ର ସ୍ନେହ ଓ ପ୍ରେମର ପ୍ରତୀକ। ଏହି ଦିନ ଭଉଣୀମାନେ ଭାଇଙ୍କ ହାତରେ ରାଖି ବାନ୍ଧିଥାନ୍ତି ଏବଂ ବଦଳରେ ଭାଇ ସେମାନଙ୍କୁ…

ଥରିଲା ଚାଇନା: ଭୟରେ ଲୋକେ ଦୌଡ଼ିଲେ

ବେଜିଂ,୨୮।୭: ଦକ୍ଷିଣ-ପଶ୍ଚିମ ଚାଇନାର ସିଚୁଆନ ପ୍ରଦେଶରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ଚାଇନା ଭୂକମ୍ପ ନେଟୱାର୍କସ ସେଣ୍ଟର (CENC) ଅନୁଯାୟୀ, ଲଙ୍ଗଚାଙ୍ଗ ସହରରେ ୫.୧ ତୀବ୍ରତାର ଭୂକମ୍ପ…

ଖାତାକୁ ଗଲା ସୁଭଦ୍ରା ଟଙ୍କା, ତୁରନ୍ତ ଚେକ୍‌ କରନ୍ତୁ ଆକାଉଣ୍ଟ

ନୟାଗଡ଼,୨୮ା୮(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଲାଠିପଡ଼ାରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପହଞ୍ଚି ଗହ୍ମାପୂର୍ଣ୍ଣିମା ଅବସରରେ ୫ମ କିସ୍ତି ସୁଭଦ୍ରା ଅନୁଦାନ ପ୍ରଦାନ କରିଛନ୍ତି। ଆଜିର…

ମୋହନ ଭାଗବତଙ୍କ ଭିଜା ରଦ୍ଦ ପାଇଁ ୟୁଏସ୍‌ସିଆଇଆର୍‌ଏଫ୍‌ର ଦାବି

ଓ୍ବାଶିଂଟନ,୨୮।୮(ପି.ଟି.): ନ୍ୟୁୟର୍କକୁ ୩ ଦିନିଆ ଗସ୍ତରେ ଯାଇଥିବା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତଙ୍କ ଭିଜା ରଦ୍ଦ କରିବାକୁ ଆମେରିକାର ଅନ୍ତର୍ଜାତୀୟ ଧର୍ମୀୟ ସ୍ବାଧୀନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri