ହୀରାକୁଦ ଜଳଭଣ୍ଡାର ଦ୍ୱୀପରେ ହେବ କଟେଜ୍‌

ସମ୍ବଲପୁର,୨୯ା୭(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଜଳଭଣ୍ଡାରରେ ପର୍ଯ୍ୟଟନ କ୍ଷେତ୍ରରେ ବିକାଶ ପାଇଁ ପର୍ଯ୍ୟାପ୍ତ ସୁଯୋଗ ରହିଛି। ରାଜ୍ୟ ସରକାର ଏଠାରେ ହେବାକୁ ଥିବା ବିଭିନ୍ନ ପ୍ରକଳ୍ପ ପାଇଁ ୧୩୦ କୋଟି ଟଙ୍କା ଖର୍ଚ୍ଚ କରିବା ଯୋଜନା କରିଛନ୍ତି। ଜଳଭଣ୍ଡାର ଦ୍ୱୀପରେ କଟେଜ୍‌ ନିର୍ମାଣ ସହ କ୍ରୁଜ୍‌ ବୋଟ୍‌, ୨ଟି ଲକ୍‌ଜରି ବୋଟ୍‌, ବୋଟିଂ କ୍ଲବ, ପ୍ଲଟିଂ ରେଷ୍ଟୁରାଣ୍ଟ ଭଳି ପ୍ରକଳ୍ପ କରାଯିବ। ଏଥିପାଇଁ ଏକ ବଡ କମ୍ପାନୀ ସହାୟତାରେ ଡିଜାଇନ୍‌ କରାଯାଇଛି। ରାଜ୍ୟ ତଥା ଦେଶ ବାହାରୁ ପର୍ଯ୍ୟଟକ ଆସିଲେ ମଧ୍ୟ ସେମାନଙ୍କ ପାଇଁ ସୁବିଧା କରାଯିବା ବ୍ୟବସ୍ଥା ରହିଛି। ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (ଡବ୍ଲ୍ୟୁଓଡିସି) ଅଧ୍ୟକ୍ଷ ତଥା ରାଜ୍ୟ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ଅସୀତ କୁମାର ତ୍ରିପାଠୀ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ପର୍ଯ୍ୟଟନ କ୍ଷେତ୍ରକୁ ରାଜ୍ୟ ସରକାର ଗୁରୁତ୍ୱ ଦେଇଆସିଛନ୍ତି। ତେଣୁ ହୀରାକୁଦ ଜଳଭଣ୍ଡାରରେ ପର୍ଯ୍ୟଟକଙ୍କ ପାଇଁ ବିଭିନ୍ନ ପ୍ରକଳ୍ପ ହାତକୁ ନିଆଯାଇଛି। ରହିବା, ଖାଇବା, ବୁଲିବା, ଜଳକ୍ରୀଡ଼ା କରିବା ଭଳି ସମସ୍ତ ସୁବିଧା ପର୍ଯ୍ୟଟକ ପାଇପାରିବେ। ଜିଲାର ହୋଟେଲ ମାଲିକଙ୍କ ସହ ଆଲୋଚନା କରାଯାଇ ହୋଟେଲ ନିର୍ମାଣ ପାଇଁ ଆଲୋଚନା କରାଯାଇଛି। ଜଳଭଣ୍ଡାରରେ ଥିବା ଆଇଲାଣ୍ଡ (ଦ୍ୱୀପ)ର ମଧ୍ୟ ବିକାଶ କରାଯିବ। ସେଠାରେ ୫ ବର୍ଷିୟା ଯୋଜନାରେ କଟେଜ୍‌ ନିର୍ମାଣ କରାଯିବ। ଏହାସହ ୨୫୦ କୋଟି ବ୍ୟୟ ଅଟକଳରେ ସମଲେଇ ଯୋଜନା ହାତକୁ ନିଆଯାଇଛି। ଏଥିରେ ସମଲେଇ ମନ୍ଦିର ସହ ପାରିପାର୍ଶ୍ୱିକ ବିକାଶ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ନେଇ ଘୋଷଣା କରିସାରିଛନ୍ତି। ଏକସପ୍ତାହ ଭିତରେ ଟେଣ୍ଡର ପ୍ରକ୍ରିୟା ଶେଷ ହୋଇ କାମ ଆରମ୍ଭ ହେବ। ପ୍ରାୟ ୨ଶହ ପରିବାରଙ୍କୁ କ୍ଷତିପୂରଣ ଦେବା ପାଇଁ ବ୍ୟବସ୍ଥା କରାଯାଇଛି ବୋଲି ଅଧ୍ୟକ୍ଷ ତ୍ରିପାଠୀ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପର୍ଯ୍ୟଟନ ସଚିବ ବିଶାଳ ଦେବ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ଚିହ୍ନଟ, କୋଲୋସିୟମଠାରୁ ବି ବଡ଼

କେପ କାନାଭେରାଲ (ଫ୍ଲୋରିଡା),୧୮।୯: ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ସୃଷ୍ଟି ହୋଇଥିବା ନାସାର ‘ଲୁନାର ରେକୋନିସାନ୍ସ ଅର୍ବିଟର’ (ଏଲ୍‌ଆର୍‌ଓ) ମହାକାଶଯାନ ଦ୍ୱାରା ଚିହ୍ନଟ ହୋଇଛି। ରୋମ୍‌ର ପ୍ରସିଦ୍ଧ…

ଘୂର୍ଣ୍ଣିବଳୟ ସକ୍ରିୟ: ୨୩ ଯାଏ ପ୍ରବଳ ବର୍ଷା, ସତର୍କ ଜାରି କରି ପାଣିପାଗ ବିଭାଗ କହିଲା…

ଭୁବନେଶ୍ୱର,୧୮ା୯: ଉତ୍ତର ଥାଇଲାଣ୍ଡ ଉପରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ୧୮ ତାରିଖ ସନ୍ଧ୍ୟା ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଉପରେ…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ଉପନିର୍ବାଚନ ପୂର୍ବରୁ ଇସିଙ୍କ ପଦକ୍ଷେପ; ତୃଣମୂଳ କଂଗ୍ରେସର ନାମ, ଚିହ୍ନ ଉପରେ ରୋକ

ନୂଆଦିଲ୍ଲୀ,୧୮।୯(ପି.ଟି.): ପଶ୍ଚିମବଙ୍ଗର ଆଗାମୀ ବିଧାନସଭା ଉପନିର୍ବାଚନ ପୂର୍ବରୁ ‘ଅଲ୍‌ ଇଣ୍ଡିଆ ତୃଣମୂଳ କଂଗ୍ରେସ’ (ଏଆଇଟିସି)ରେ ସୃଷ୍ଟ ତୀବ୍ର ଗୋଷ୍ଠୀ କନ୍ଦଳକୁ ନେଇ ନିର୍ବାଚନ କମିଶନ (ଇସି) ଗୁରୁତ୍ୱପୂର୍ଣ୍ଣ…

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?