କାଶ, ନିଃଶ୍ୱାସଜନିତ ସମସ୍ୟାକୁ ଅଣଦେଖା ଅନୁଚିତ

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ):କାଶ ଓ କଫ ଦୀର୍ଘଦିନ ଧରି ଲାଗି ରହିଲେ କିମ୍ବା ନିଃଶ୍ୱାସପ୍ରଶ୍ୱାସ ନେବାରେ ସାମାନ୍ୟ କଷ୍ଟ ଅନୁଭବ କଲେ, ତାହାକୁ ଅଣଦେଖା କରିବା ଉଚିତ ନୁହେଁ। ପରବର୍ତ୍ତୀ ସମୟରେ ଏହା ଦୀର୍ଘକାଳୀନ ଶ୍ୱାସ ଅବରୋଧକାରୀ ରୋଗରେ ପରିଣତ ହୋଇ ଜୀବନ ପ୍ରତି ଘାତକ ସାବ୍ୟସ୍ତ ହୋଇଥାଏ। କୋଭିଡ୍‌ ପରବର୍ତ୍ତୀ ସମୟରେ ଏହି ରୋଗ ପ୍ରତି ସତର୍କ ଓ ସଚେତନତା ଜରୁରୀ ବୋଲି କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ (କିମ୍ସ)ର ଫୁସ୍‌ଫୁସ୍‌ ରୋଗ ବିଶେଷଜ୍ଞମାନେ ମତ ପ୍ରକାଶ କରିଛନ୍ତି। ବିଶ୍ୱ ସିଓପିଡି (କ୍ରୋନିକ୍‌ ଅବ୍‌ଷ୍ଟ୍ରକ୍ଟିଭ୍‌ ପଲମୋନାରି ଡିଜିଜ୍‌) ଦିବସର ଅବ୍ୟବହିତ ପୂର୍ବରୁ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ କିମ୍ସର ବିଭାଗୀୟ ବିଶେଷଜ୍ଞ ଡା. ଅମୃତ ମହାପାତ୍ର କହିଲେ, ଦୀର୍ଘକାଳୀନ କାଶ ଓ କଫ, ଛାତି ଜାକି ହେବା ପରି ଲାଗିବା ଓ ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବା ହେଉଛି ସିଓପିଡି ରୋଗର ଲକ୍ଷଣ। ଅତ୍ୟଧିକ ଧୂମପାନକାରୀ କିମ୍ବା ଧୂମପାନ କରୁଥିବା ଓ କଳକାରଖାନାରୁ ନିର୍ଗତ ବିଷାକ୍ତ ଗ୍ୟାସ୍‌ ସଂସ୍ପର୍ଶରେ ଆସୁଥିବା ଲୋକେ ଏହି ରୋଗରେ ଆକ୍ରାନ୍ତ ହୋଇଥାନ୍ତି। ଏହାଛଡ଼ା ଗ୍ରାମାଞ୍ଚଳରେ କାଠ ଓ ଘଷି ଜାଳେଣିରୁ ନିର୍ଗତ ଧୂଆଁ ଯୋଗୁ ଏହି ରୋଗରେ ଆକ୍ରାନ୍ତ ହେବାର ସମ୍ଭାବନା ଅଧିକ। ସାଧାରଣତଃ ୪୦ବର୍ଷ ବୟସରୁ ଊର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ସିଓପିଡି ରୋଗର ଆଶଙ୍କା ଦେଖାଦେଇଥାଏ। ବିଶ୍ୱରେ ୬% ଲୋକ ଏହି ରୋଗରେ ମୃତ୍ୟୁବରଣ କରୁଥିବାବେଳେ ଭାରତରେ ମୃତ୍ୟୁର ଦ୍ୱିତୀୟ ପ୍ରମୁଖ କାରଣ ହେଉଛି ସିଓପିଡି। ଏହି ରୋଗ ପ୍ରାଥମିକ ଅବସ୍ଥାରେ ଥିଲେ ରୋଗୀ ଘରେ ଚିକିତ୍ସା ଓ ଖାଦ୍ୟ ପାନୀୟରେ ନିୟନ୍ତ୍ରଣ କରି ଉପଶମ ପାଇପାରିଥା’ନ୍ତି। କିମ୍ସ ପଲମୋନାରି ବିଭାଗ ମୁଖ୍ୟ ଡା. ସି.ଏମ୍‌. ରାଓଙ୍କ ସମେତ ଡା. ପି. ସିଂହ, ଡା. ଦେବାଶିଷ ବେହେରା ଓ ଡା. ଏସ୍‌. ଆର୍‌. ପାଣିଗ୍ରାହୀ ପ୍ରମୁଖ ଏହି ରୋଗ ପ୍ରତି ସଚେତନ ରହିବାକୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri