କାଶ, ନିଃଶ୍ୱାସଜନିତ ସମସ୍ୟାକୁ ଅଣଦେଖା ଅନୁଚିତ

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ):କାଶ ଓ କଫ ଦୀର୍ଘଦିନ ଧରି ଲାଗି ରହିଲେ କିମ୍ବା ନିଃଶ୍ୱାସପ୍ରଶ୍ୱାସ ନେବାରେ ସାମାନ୍ୟ କଷ୍ଟ ଅନୁଭବ କଲେ, ତାହାକୁ ଅଣଦେଖା କରିବା ଉଚିତ ନୁହେଁ। ପରବର୍ତ୍ତୀ ସମୟରେ ଏହା ଦୀର୍ଘକାଳୀନ ଶ୍ୱାସ ଅବରୋଧକାରୀ ରୋଗରେ ପରିଣତ ହୋଇ ଜୀବନ ପ୍ରତି ଘାତକ ସାବ୍ୟସ୍ତ ହୋଇଥାଏ। କୋଭିଡ୍‌ ପରବର୍ତ୍ତୀ ସମୟରେ ଏହି ରୋଗ ପ୍ରତି ସତର୍କ ଓ ସଚେତନତା ଜରୁରୀ ବୋଲି କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ (କିମ୍ସ)ର ଫୁସ୍‌ଫୁସ୍‌ ରୋଗ ବିଶେଷଜ୍ଞମାନେ ମତ ପ୍ରକାଶ କରିଛନ୍ତି। ବିଶ୍ୱ ସିଓପିଡି (କ୍ରୋନିକ୍‌ ଅବ୍‌ଷ୍ଟ୍ରକ୍ଟିଭ୍‌ ପଲମୋନାରି ଡିଜିଜ୍‌) ଦିବସର ଅବ୍ୟବହିତ ପୂର୍ବରୁ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ କିମ୍ସର ବିଭାଗୀୟ ବିଶେଷଜ୍ଞ ଡା. ଅମୃତ ମହାପାତ୍ର କହିଲେ, ଦୀର୍ଘକାଳୀନ କାଶ ଓ କଫ, ଛାତି ଜାକି ହେବା ପରି ଲାଗିବା ଓ ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବା ହେଉଛି ସିଓପିଡି ରୋଗର ଲକ୍ଷଣ। ଅତ୍ୟଧିକ ଧୂମପାନକାରୀ କିମ୍ବା ଧୂମପାନ କରୁଥିବା ଓ କଳକାରଖାନାରୁ ନିର୍ଗତ ବିଷାକ୍ତ ଗ୍ୟାସ୍‌ ସଂସ୍ପର୍ଶରେ ଆସୁଥିବା ଲୋକେ ଏହି ରୋଗରେ ଆକ୍ରାନ୍ତ ହୋଇଥାନ୍ତି। ଏହାଛଡ଼ା ଗ୍ରାମାଞ୍ଚଳରେ କାଠ ଓ ଘଷି ଜାଳେଣିରୁ ନିର୍ଗତ ଧୂଆଁ ଯୋଗୁ ଏହି ରୋଗରେ ଆକ୍ରାନ୍ତ ହେବାର ସମ୍ଭାବନା ଅଧିକ। ସାଧାରଣତଃ ୪୦ବର୍ଷ ବୟସରୁ ଊର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ସିଓପିଡି ରୋଗର ଆଶଙ୍କା ଦେଖାଦେଇଥାଏ। ବିଶ୍ୱରେ ୬% ଲୋକ ଏହି ରୋଗରେ ମୃତ୍ୟୁବରଣ କରୁଥିବାବେଳେ ଭାରତରେ ମୃତ୍ୟୁର ଦ୍ୱିତୀୟ ପ୍ରମୁଖ କାରଣ ହେଉଛି ସିଓପିଡି। ଏହି ରୋଗ ପ୍ରାଥମିକ ଅବସ୍ଥାରେ ଥିଲେ ରୋଗୀ ଘରେ ଚିକିତ୍ସା ଓ ଖାଦ୍ୟ ପାନୀୟରେ ନିୟନ୍ତ୍ରଣ କରି ଉପଶମ ପାଇପାରିଥା’ନ୍ତି। କିମ୍ସ ପଲମୋନାରି ବିଭାଗ ମୁଖ୍ୟ ଡା. ସି.ଏମ୍‌. ରାଓଙ୍କ ସମେତ ଡା. ପି. ସିଂହ, ଡା. ଦେବାଶିଷ ବେହେରା ଓ ଡା. ଏସ୍‌. ଆର୍‌. ପାଣିଗ୍ରାହୀ ପ୍ରମୁଖ ଏହି ରୋଗ ପ୍ରତି ସଚେତନ ରହିବାକୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri