ଖାତା ବୋଝେଇ ଗାଡ଼ିରେ ନିଶା ସାମଗ୍ରୀ, ୩ ଗିରଫ

ପଦ୍ମପୁର,୧୪।୩(ଡି.ଏନ.ଏ.): ଏକ ଖାତା ବୋଝେଇ ବୋଲେରୋ (ନଂ. ଓଡି୧୭ଭି/୮୬୮୭) ଯୋଗେ କଟକରୁ ବରଗଡ଼କୁ ବ୍ୟାପକ କଫ୍‌ ସିରପ୍‌ ଓ ନିଶା ଇଞ୍ଜେକସନ ଚୋରା ଚାଲାଣ ବେଳେ ପଦ୍ମପୁର ପୋଲିସ ଚଢାଉ କରିଛି। ଚଢାଉ ବେଳେ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ପଦ୍ମପୁର ଶକ୍ତି ନଗରର ବିକି ଓରଫ୍‌ ଗୁଣନିଧି ସାହୁ, ନେହେରୁଗଳିର ରାକେଶ ନାଏକ ଓ ଅତାବିରା ଥାନା ବାବେବିରା ଗ୍ରାମର ସିତୁ ଓରଫ୍‌ ଭୁଗପତି ଭୁଏ। ସେମାନଙ୍କଠାରୁ ବୋଲେରୋ ସମେତ ୧୨୮ ପ୍ୟାକେଟ ଖାତା, ୨୫୬୦ ବୋତଲ କଫ୍‌ ସିରପ୍‌, ୬ ନିଶା ଇଞ୍ଜେକସନ, ନଗଦ ୩୦ହଜାର ୧୭୦ଟଙ୍କା, ୩ଟି ମୋବାଇଲ, ଏଟିଏମ କାର୍ଡ ଜବତ ହୋଇଛି। ସମସ୍ତ ଅଭିଯୁକ୍ତଙ୍କୁ ସୋମବାର କୋର୍ଟଚାଲାଣ କରାଯାଇଛି। ପୋଲିସ ଏକ୍‌ଜିକ୍ୟୁଟିଭ ମାଜିଷ୍ଟ୍ରେଟ ତଥା ସହକାରୀ ଉପ ଜିଲାପାଳ ମନୋରଞ୍ଜନ ନାଏକଙ୍କ ଉପସ୍ଥିତିରେ ଜବତ ସାମଗ୍ରୀର ସରଜମିନ ତଦନ୍ତ କରିବା ସହ ଏକ ମାମଲା (ନଂ.୭୩।୨୩) ରୁଜୁ କରିଛି। ଏହି ବେଆଇନ ନିଶା ବ୍ୟବସାୟରେ ପଦ୍ମପୁରର ଦୁଇ ଜଣ ମୁଖ୍ୟ ଥିବା ତଦନ୍ତରୁ ଜଣାପଡିଛି ବୋଲି ଏକ ଖବରଦାତା ସମ୍ମିଳନୀରେ ଏସ୍‌ଡିପିଓ ବିଭୂତି ଭୂଷଣ ଭୋଇ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri